ପଶ୍ଚିମବଙ୍ଗ ଲକ୍‌ଡାଉନ୍‌ ଯୋଗୁ ରେଳସେବା ପ୍ରଭାବିତ

ଭୁବନେଶ୍ୱର,୩।୮(ବ୍ୟୁରୋ): ପଶ୍ଚିମବଙ୍ଗରେ ଲକ୍‌ଡାଉନ ଯୋଗୁ ପୂର୍ବତଟ ରେଳପଥର ଟ୍ରେନ ସେବା ପ୍ରଭାବିତ ହୋଇଛି। ଚଳିତ ମାସରେ ଆଉକିଛି ଅଞ୍ଚଳକୁ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌ କରାଯାଉଥିବାରୁ ଟ୍ରେନ ସେବା ବାତିଲ, ଆଂଶିକ ବାତିଲ ଓ ରହଣି ପ୍ରତ୍ୟାହାର କରାଯାଇଛି। ଆସନ୍ତା ୫, ୮, ୧୬, ୧୭, ୨୩, ୨୪ ଓ ୩୧ ତାରିଖରେ ୫ଟି ଟ୍ରେନ୍‌ ବାତିଲ ହେବ। ହାଓଡ଼ାରୁ ଛାଡୁଥିବା ହାଓଡ଼ା-ଯଶୋବନ୍ତପୁର ଦୁରନ୍ତୋ ସ୍ପେଶାଲକୁ ୫, ୮, ୧୬ ଓ ୨୩ ତାରିଖରେ ବାତିଲ କରାଯିବ। ଯଶୋବନ୍ତପୁରରୁ ଛାଡୁଥିବା ଯଶୋବନ୍ତପୁର-ହାଓଡ଼ା ଦୁରନ୍ତୋ ସ୍ପେଶାଲ ୭, ୧୦, ୧୬, ୧୮, ୨୩, ୨୫ ଓ ୩୦ ତାରିଖରେ ବାତିଲ ରହିବ। ସିଆଲ୍‌ଦାରୁ ଛାଡୁଥିବା ସିଆଲ୍‌ଦା-ଭୁବନେଶ୍ୱର ଦୂରନ୍ତୋ ସ୍ପେଶାଲ ୩ ତାରିଖ ଓ ଭୁବନେଶ୍ୱରରୁ ଛାଡୁଥିବା ଭୁବନେଶ୍ୱର-ସିଆଲ୍‌ଦା ଦୂରନ୍ତୋ ସ୍ପେଶାଲ ୪ ତାରିଖରେ ବାତିଲ ରହିବ। ସେହିଭଳି ଭୁବନେଶ୍ୱର-ହାଓଡ଼ା-ଭୁବନେଶ୍ୱର ଜନଶତାବ୍ଦୀ ସ୍ପେଶାଲକୁ ୫, ୮, ୧୬, ୧୭, ୨୩, ୨୪ ଓ ୩୧ ତାରିଖରେ ଉଭୟ ଦିଗରୁ ବାତିଲ କରାଯିବ। ଅନ୍ୟପକ୍ଷରେ ସିକନ୍ଦରାବାଦ-ହାଓଡ଼ା ଫଲକ୍‌ନୁମା ସ୍ପେଶାଲ ଏକ୍ସପ୍ରେସ ଆସନ୍ତା ୪, ୭, ୧୫, ୧୬, ୨୨, ୨୩ ଓ ୩୦ ତାରିଖରେ ହାଓଡ଼ା ପରିବର୍ତ୍ତେ ଭୁବନେଶ୍ୱରଠାରେ ଯାତ୍ରା ସମାପ୍ତ କରିବ। ହାଓଡ଼ା-ସିକନ୍ଦରାବାଦ ଫଲକ୍‌ନୁମା ସ୍ପେଶାଲ ୫, ୮, ୧୬, ୧୭, ୨୩, ୨୪ ଓ ୩୧ ତାରିଖରେ ହାଓଡ଼ା ପରିବର୍ତ୍ତେ ଭୁବନେଶ୍ୱରରୁ ଛାଡିବ ଏବଂ ସେହି ତାରିଖଗୁଡିକରେ ଏହା ହାଓଡ଼ାଠାରୁ ଭୁବନେଶ୍ୱର ପର୍ଯ୍ୟନ୍ତ ବାତିଲ ରହିବ। ଭୁବନେଶ୍ୱର-ନୂଆଦିଲ୍ଲୀ ସ୍ପେଶଲ ପୁରୁଷୋତ୍ତମ ଏକ୍ସପ୍ରେସ ଓ ନୂଆଦିଲ୍ଲୀ-ଭୁବନେଶ୍ୱର ପୁରୁଷୋତ୍ତମ ଏକ୍ସପ୍ରେସ ୪, ୭, ୧୫, ୧୬, ୨୨, ୨୩ ଓ ୩୦ ତାରିଖରେ ପୁରୁଲିଆ ଓ ହିଜ୍‌ଲୀଠାରେ ରହଣି କରିବ ନାହିଁ। ଭୁବନେଶ୍ୱର-ନୂଆଦିଲ୍ଲୀ ରାଜଧାନୀ ଏକ୍ସପ୍ରେସ ୫, ୮, ୧୬, ୧୭, ୨୩, ୨୪ ଓ ୩୧ ତାରିଖରେ ଏବଂ ନୂଆଦିଲ୍ଲୀ-ଭୁବନେଶ୍ୱର ରାଜଧାନୀ ଏକ୍ସପ୍ରେସ ୪, ୭, ୧୫, ୧୬, ୨୨, ୨୩ ଓ ୩୦ ତାରିଖରେ ଉଭୟ ଦିଗରୁ ହିଜ୍‌ଲୀରେ ରହିବନାହିଁ। ସିଆଲ୍‌ଦା(କୋଲକାତା)-ଭୁବନେଶ୍ୱର ଦୂରନ୍ତୋ ଏକ୍ସପ୍ରେସ୍‌ ୧୭, ୨୪ ଓ ୩୧ ତାରିଖରେ ଏବଂ ଭୁବନେଶ୍ୱର-ସିଆଲ୍‌ଦା ଦୂରନ୍ତୋ ଏକ୍ସପ୍ରେସ ୧୫ ଓ ୨୨ ତାରିଖରେ ଉଭୟ ଦିଗରୁ ଖଡ଼ଗପୁରରେ ରହଣି କରିବନାହିଁ ବୋଲି ରେଳପଥ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖେଳାଳି ଚୟନରେ ଅନିୟମିତତା ଅଭିଯୋଗ, ସୁବର୍ଣ୍ଣପୁରରେ ଜୋର ଧରିଲା ଚର୍ଚ୍ଚା…

ଅମରପାଲି,୩।୧୦(ପୀତାମ୍ବର ସାହୁ): ଜିଲାସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତାରେ ଭାଗ ନ ନେଇ ଜଣେ ଖେଳାଳି ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଥିବା ଅଭିଯୋଗ । ଏହାକୁ ନେଇ ସୁବର୍ଣ୍ଣପୁର…

ସ୍ୱର୍ଣ୍ଣ ବିଜେତା ଭାରତୀୟ ହକି ଦଳ ପାଇଁ ଓଡ଼ିଶା ସରକାରଙ୍କ ଆର୍ଥିକ ପୁରସ୍କାର ଘୋଷଣା: ପ୍ରତି ଖେଳାଳିଙ୍କୁ ୧୧ ଲକ୍ଷ, କୋଚ୍‌ଙ୍କୁ ମିଳିବ…

ଭୁବନେଶ୍ୱର,୩ା୧୦: ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତି ଆଗାମୀ ୨୦୨୮ ଅଲିମ୍ପିକ୍ସ ପାଇଁ ସିଧାସଳଖ ଯୋଗ୍ୟତା ଅର୍ଜନ କରିଥିବା ଭାରତୀୟ ପୁରୁଷ ହକି ଦଳ ପାଇଁ ବଡ଼…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

ଓଡ଼ିଶାରେ ପ୍ରତିଷ୍ଠା ହେବ ପାଲି ଭାଷା ଅଧ୍ୟୟନ କେନ୍ଦ୍ର

କୋରାପୁଟ,୩।୧୦(ଅମିତାଭ ବେହେରା): ଶାସ୍ତ୍ରୀୟ ଭାଷା ପାଲିର ଅଧ୍ୟୟନ, ଗବେଷଣା ଓ ସଂରକ୍ଷଣକୁ ଗୁରୁତ୍ୱ ଦେଇ କୋରାପୁଟର ସୁନାବେଡ଼ାସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ‘ସେଣ୍ଟର ଅଫ ଏକ୍ସିଲେନ୍ସ’ ପ୍ରତିଷ୍ଠା ହେବ।…

ତାରାତାରିଣୀ-ଦକ୍ଷିଣକାଳୀଙ୍କ ପୀଠରେ ଷୋଡ଼ଶ ଉପଚାର ପର୍ବ: ୧୦୮ ମାଠିଆ ଜଳରେ ମା’ଙ୍କ ସ୍ନାନ, ଘଣ୍ଟଘଣ୍ଟାରେ କମ୍ପୁଛି ରତ୍ନଗିରି

ପୁରୁଷୋତ୍ତମପୁର,୩ା୧୦ (ସବିତା ମିଶ୍ର): ପବିତ୍ର ପାର୍ବଣ ଋତୁ ଅବସରରେ ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀ ଓ ଦକ୍ଷିଣକାଳୀଙ୍କ ପୀଠରେ ଶନିବାର ରାତିରୁ ଆରମ୍ଭ ହୋଇଛି…

ନ୍ୟୁ ଚଣ୍ଡୀଗଡ଼ରେ ‘ରାହୁଲ ଝଡ଼’: ୮୦ ବଲ୍‌ରେ ଶତକ ମାରି ଧୋନିଙ୍କ ସମକକ୍ଷ, ଭାରତ ପାଇଁ ସାଜିଲେ ସଙ୍କଟମୋଚକ

ନ୍ୟୁ ଚଣ୍ଡୀଗଡ଼,୩।୧୦: ଭାରତୀୟ କ୍ରିକେଟ୍ ଦଳର ଭରସାଯୋଗ୍ୟ ଖେଳାଳି କେ ଏଲ୍ ରାହୁଲ ପୁଣି ଥରେ ନିଜର ଦମଦାର ପ୍ରଦର୍ଶନ ବଳରେ ଦଳର ସଙ୍କଟମୋଚକ ସାଜିଛନ୍ତି। ପ୍ରଥମ…

ଶତକରୁ ବଞ୍ଚିତ ହୋଇ ବି ଇତିହାସ ରଚିଲେ ରୋହିତ ଶର୍ମା, ଭାଙ୍ଗିଲେ ସଚିନଙ୍କ ୨୨ ବର୍ଷ ପୁରୁଣା ମହାରେକର୍ଡ

ନ୍ୟୁ ଚଣ୍ଡୀଗଡ଼,୩।୧୦: ନ୍ୟୁ ଚଣ୍ଡୀଗଡ଼ସ୍ଥିତ ପିସିଏ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ୍ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ମାତ୍ର…

ହସ୍ପିଟାଲରେ ଭାରତୀୟ ପାଇଲଟଙ୍କୁ ଭେଟିଲେ ଦୁବାଇ କ୍ରାଉନ ପ୍ରିନ୍ସ, ପାଇଲଟଙ୍କୁ କଲେ ସଲାମ୍‌

ଦୁବାଇ,୩।୧୦: ଫ୍ଲାଏଦୁବାଇ ବିମାନରେ ସହ-ପାଇଲଟଙ୍କ ଆକ୍ରମଣ ସତ୍ତ୍ୱେ ସାହସ ଦେଖାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କୁ ଦୁବାଇ କ୍ରାଉନ ପ୍ରିନ୍ସ ଶେଖ ହାମଦାନ ବିନ ମହମ୍ମଦ ବିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?