Posted inଭଦ୍ରକ

ଫ୍ଲାଏଓଭର ନିର୍ମାଣ ଦାବିରେ ରେଳରୋକୋ

ଭଦ୍ରକ ଅଫିସ, ୮।୧ ଭଦ୍ରକ ଷ୍ଟେଶନ ନିକଟ ଡଗରାସାହିଠାରେ ଫ୍ଲାଏଓଭର ନିର୍ମାଣ ଦାବିରେ ଶୁକ୍ରବାର ସ୍ଥାନୀୟ ଲୋକଙ୍କୁ ନେଇ ରେଳରୋକୋ କରାଯାଇଥିଲା। ଲୋକେ ରେଳ ଧାରଣା ଉପରେ ବସି ରହି ପ୍ରତିବାଦ କରିଥିଲେ। ଫଳରେ ଟ୍ରେନ୍‌ ଚଳାଚଳ ବ୍ୟାହତ ହୋଇଥିଲା। ପୂର୍ବତନ ବିଧାୟକ ନରେନ ପଲାଇଙ୍କ ନେତୃତ୍ୱରେ ସ୍ଥାନୀୟ ବାସିନ୍ଦା ଡଗରାସାହି ଲେଭଲ କ୍ରସିଂଠାରେ ରେଳ ଧାରଣା ଉପରେ ବସି ରହି ଧାରଣା ଦେଇଥିଲେ। ଡଗରାସାହିଠାରେ ଓଭରବ୍ରିଜ ନିର୍ମାଣ ଲାଗି ସ୍ଥାନୀୟ ବାସିନ୍ଦାଙ୍କ ପକ୍ଷରୁ ବାରମ୍ବାର ଦାବି ହୋଇ ଆସୁଥିଲା। ଏଥିପାଇଁ ୨୦୨୦ ଅକ୍ଟୋବର ୧୫ରୁ ଅର୍ଥରାଶି ମଞ୍ଜୁର ହୋଇଥିଲେ ମଧ୍ୟ କାର୍ଯ୍ୟ ବିଳମ୍ବ ଯୋଗୁ ଏଭଳି ପଦକ୍ଷେପ ନିଆଯାଇଥିବା କୁହାଯାଇଥିଲା। ରେଲଓ୍ବେ ପୋଲିସ କର୍ମଚାରୀ ପହଞ୍ଚି ଧାରଣାରତ ଲୋକଙ୍କୁ ବୁଝାଶୁଝା କରି ଦୁଇମାସ ମଧ୍ୟରେ କାର୍ଯ୍ୟ ଆରମ୍ଭ ହେବ ବୋଲି ପ୍ରତିଶ୍ରୁତି ଦେବା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା। ଦାବି ପୂରଣ ନ ହେଲେ ଆସନ୍ତା ଫେବୃୟାରୀ ୭ରେ ସ୍ଥାନୀୟ ବାସିନ୍ଦାଙ୍କ ପକ୍ଷରୁ ପୁନଃ ରେଳରୋକୋ କରାଯିବ ବୋଲି ଚେତାବନୀ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

ହାଇୱାକୁ ଧକ୍କା ଦେଲା ବାଇକ୍‌: ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ

ତିହିଡି,୨୩।୪(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଫତେପୁର ଛକ ନିକଟରେ ଏକ ହାଇୱାକୁ ବାଇକ ଧକ୍କା ଦେଇଛଇ। ଏଥିରେ ଜଣେ ଫାର୍ମାସିଷ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ...

ପୁନରୁଦ୍ଧାର ଅପେକ୍ଷାରେ କୁଣ୍ଡିନଈ

ତିହିଡ଼ି,୨୧।୪(ସଞ୍ଜିତ ବଳ)ଦିନ ଥିଲା କୁଣ୍ଡିନଈ ପାଇଁ ୯ ପଞ୍ଚାୟତ ଶସ୍ୟଶ୍ୟାମଳା ହେଉଥିଲା। ପାର୍ଶ୍ୱବର୍ତ୍ତୀ ଗଁାର ଲୋକଙ୍କ ଜୀବନ ଜୀବିକା ସହ ଯୋଡ଼ି ହୋଇଥିଲା ଏହି ନଦୀ।...

ଭଣ୍ଡାରିପୋଖରୀରେ ନୂଆ-ପୁରୁଣା

ବନ୍ତ,୧୭।୪ (ହରିନାରାୟଣ ମହାନ୍ତି):ସାଧାରଣ ନିର୍ବାଚନରେ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରରେ ଏଥର ହେବ ନୂଆ-ପୁରୁଣା ଲଢ଼େଇ। ବିଜେଡି ପକ୍ଷରୁ ଭଦ୍ରକ ବିଧାୟକ ସଞ୍ଜୀବ କୁମାର...

ଭଦ୍ରକ ଲୋକ ସଭା କ୍ଷେତ୍ର: ରଣାଙ୍ଗନରେ ଅନନ୍ତ, ଅଭିମନ୍ୟୁ, ମଞ୍ଜୁଲତା

ଭଦ୍ରକ,୧୫ା୪(ସନାତନ ରାଉତ): ଭଦ୍ରକ ଲୋକ ସଭା ଆସନରେ ଭାଜପା ଓ ବିଜେଡି ପୁରୁଣା ପ୍ରାର୍ଥୀଙ୍କୁ ଦୋହରାଇଥିବା ବେଳେ କଂଗ୍ରେସ ଶନିବାର ପୂର୍ବତନ ଏମ୍‌ପି ଅନନ୍ତ ପ୍ରସାଦ...

ଡିଭାଇଡର୍‌ ଉପରେ ଚଢ଼ିଗଲା କାର୍‌, ଚାଲିଗଲା ବାପ-ଝିଅଙ୍କ ଜୀବନ, ୩ ଗୁରୁତର

ଭଦ୍ରକ,୧୪ା୪(ସନାତନ ରାଉତ): ପୁରୀରୁ ଖଡ଼ଗପୁର ଆସୁଥିବା ଏକ କାର୍‌ ରବିବାର ଭାରସାମ୍ୟ ହରାଇ ଡିଭାଇଡର ଉପରେ ଚଢ଼ି ଯିବାରୁ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ...

ବ୍ରିଜ୍‌ରୁ ଖସିଲା କଦଳୀ ବୋଝେଇ ଟ୍ରକ୍‌

ଭଦ୍ରକ,୧୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ଗେଲପୁର ଓଭର ବ୍ରିଜରୁ ତଳକୁ ଶୁକ୍ରବାର ଖସି ପଡ଼ିଛି କଦଳୀ ବୋଝେଇ ଟ୍ରକ୍‌। ଟ୍ରକର ଆଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri