Posted inଭଦ୍ରକ

ଫ୍ଲାଏଓଭର ନିର୍ମାଣ ଦାବିରେ ରେଳରୋକୋ

ଭଦ୍ରକ ଅଫିସ, ୮।୧ ଭଦ୍ରକ ଷ୍ଟେଶନ ନିକଟ ଡଗରାସାହିଠାରେ ଫ୍ଲାଏଓଭର ନିର୍ମାଣ ଦାବିରେ ଶୁକ୍ରବାର ସ୍ଥାନୀୟ ଲୋକଙ୍କୁ ନେଇ ରେଳରୋକୋ କରାଯାଇଥିଲା। ଲୋକେ ରେଳ ଧାରଣା ଉପରେ ବସି ରହି ପ୍ରତିବାଦ କରିଥିଲେ। ଫଳରେ ଟ୍ରେନ୍‌ ଚଳାଚଳ ବ୍ୟାହତ ହୋଇଥିଲା। ପୂର୍ବତନ ବିଧାୟକ ନରେନ ପଲାଇଙ୍କ ନେତୃତ୍ୱରେ ସ୍ଥାନୀୟ ବାସିନ୍ଦା ଡଗରାସାହି ଲେଭଲ କ୍ରସିଂଠାରେ ରେଳ ଧାରଣା ଉପରେ ବସି ରହି ଧାରଣା ଦେଇଥିଲେ। ଡଗରାସାହିଠାରେ ଓଭରବ୍ରିଜ ନିର୍ମାଣ ଲାଗି ସ୍ଥାନୀୟ ବାସିନ୍ଦାଙ୍କ ପକ୍ଷରୁ ବାରମ୍ବାର ଦାବି ହୋଇ ଆସୁଥିଲା। ଏଥିପାଇଁ ୨୦୨୦ ଅକ୍ଟୋବର ୧୫ରୁ ଅର୍ଥରାଶି ମଞ୍ଜୁର ହୋଇଥିଲେ ମଧ୍ୟ କାର୍ଯ୍ୟ ବିଳମ୍ବ ଯୋଗୁ ଏଭଳି ପଦକ୍ଷେପ ନିଆଯାଇଥିବା କୁହାଯାଇଥିଲା। ରେଲଓ୍ବେ ପୋଲିସ କର୍ମଚାରୀ ପହଞ୍ଚି ଧାରଣାରତ ଲୋକଙ୍କୁ ବୁଝାଶୁଝା କରି ଦୁଇମାସ ମଧ୍ୟରେ କାର୍ଯ୍ୟ ଆରମ୍ଭ ହେବ ବୋଲି ପ୍ରତିଶ୍ରୁତି ଦେବା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା। ଦାବି ପୂରଣ ନ ହେଲେ ଆସନ୍ତା ଫେବୃୟାରୀ ୭ରେ ସ୍ଥାନୀୟ ବାସିନ୍ଦାଙ୍କ ପକ୍ଷରୁ ପୁନଃ ରେଳରୋକୋ କରାଯିବ ବୋଲି ଚେତାବନୀ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଶାସକ୍ତ ପ୍ରଧାନ ଶିକ୍ଷକଙ୍କୁ ନିଲମ୍ବନ କଲା ପ୍ରଶାସନ, ସ୍କୁଲ ନଯାଇ ମଦ ପିଇ କରୁଥିଲେ…

ଚାନ୍ଦବାଲି,୨।୭(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ରାମପୁର ବୀଣାପାଣି ନୋଡାଲ UPME ସ୍କୁଲର ପ୍ରଧାନ ଶିକ୍ଷକ ଶ୍ରୀନାଥ ଦାସ ନିଲମ୍ବିତ ହୋଇଛନ୍ତି । ବିଇଓ ଗୁରୁବାର…

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ଛାତ୍ରୀକୁ ପେଟ୍ରୋଲ ଢାଳି ପୋଡିବାକୁ ଉଦ୍ୟମ କରୁଥିଲେ ଯୁବକ, ହଠାତ୍…

ଧୂଷୁରୀ/ଅସୁରାଳି,୩୦।୬( ଦୀପ୍ତି ରଞ୍ଜନ ନାୟକ/ସନ୍ତୋଷ ସାହୁ ) : ଧୂଷୁରୀ ଥାନା ଅଧୀନ ଫତେପୁର ପଞ୍ଚାୟତର ଫତେପୁର ଗ୍ରାମର ଜଣେ ୩୩ ବର୍ଷୀୟ ଯୁବକ ନିକଟସ୍ଥ ଗାଁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri