Posted inଜାତୀୟ

ବଜେଟ୍‌ରେ ରେଳ ବିଭାଗକୁ ମିଳିଲା ବଡ଼ ଉପହାର

ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ମଙ୍ଗଳବାର ପାର୍ଲାମେଣ୍ଟରେ ସାଧାରଣ ବଜେଟ ଉପସ୍ଥାପନ କରିଛନ୍ତି। ଏଥର ବଜେଟ୍‌ରେ କ୍ରିପ୍ଟୋକରେନ୍ସି, ୫ଜି, କୃଷିଠାରୁ ପ୍ରତିରକ୍ଷା ପର୍ଯ୍ୟନ୍ତ ଅନେକ ବଡ ଘୋଷଣା କରାଯାଇଛି। ଏହା ବ୍ୟତୀତ ସରକାର ରେଳ ବିଭାଗ ପାଇଁ ଏକ ବାକ୍ସ ମଧ୍ୟ ଖୋଲିଛନ୍ତି। ଏଥି ସହିତ ବଜେଟରେ ରେଳ ମନ୍ତ୍ରଣାଳୟକୁ ୧୪୦୩୬୭.୧୩କୋଟି ଟଙ୍କା ଆବଣ୍ଟନ କରାଯାଇଛି, ଯାହା ଗତ ଆର୍ଥିକ ବର୍ଷର ସଂଶୋଧିତ ଆକଳନ ତୁଳନାରେ ୨୦,୩୧୧ କୋଟି ଟଙ୍କା ଅଧିକ। ଅତିରିକ୍ତ ଭାବେ Dedicated Freight Corridor (DFC) ଭାବେ ୧୫,୭୧୦.୪୪ କୋଟି ଦିଆଯାଇଛି। ଅପରେସନ ଓ ରକ୍ଷାଣବେକ୍ଷଣ ପାଇଁ ଏହାକୁ ଖର୍ଚ୍ଚ କରାଯିବ। ବଜେଟରେ ରେଳ ଲାଇନର ନବୀକରଣ ପାଇଁ ୧୩,୩୩୫.୪୭ କୋଟି, ଗଜ କନଭରସନ ପାଇଁ ୨,୮୫୦ କୋଟି ଓ ଦୋହରୀକରଣ ପାଇଁ ୧୨,୧୦୮ କୋଟି ଟଙ୍କା ଦିଆଯାଇଛି। ନୂଆ ରେଳ ଲାଇନ ପାଇଁ ମଧ୍ୟ ୨୫,୨୪୩ କୋଟି ଟଙ୍କା ଆବଣ୍ଟିତ କରାଯାଇଛି। ଆସନ୍ତା ତିନି ବର୍ଷ ମଧ୍ୟରେ ୪୦୦ ବନ୍ଦେ ଭାରତ ଟ୍ରେନ ଚଳାଚଳ କରିବ। ୨୦୨୨-୨୩ ପାଇଁ ବଜେଟ ଭାଷଣରେ କେନ୍ଦ୍ର ଅର୍ଥମନ୍ତ୍ରୀ କହିଛନ୍ତି। ଏହି ଘୋଷଣାକୁ ସ୍ବାଗତ କରି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି,ଡାକଘର ଏବଂ ରେଳ ବିଭାଗର ଏକୀକରଣ ଦୁର୍ଗମ ଅଞ୍ଚଳରେ ରହୁଥିବା ଲୋକଙ୍କ ପାଇଁ ଉତ୍ତମ ସେବା ପ୍ରଦାନ କରିବ। ରେଳବାଇ କ୍ଷୁଦ୍ର ଚାଷୀ ଏବଂ ଉଦ୍ୟୋଗୀମାନଙ୍କ ପାଇଁ ନୂତନ ଉତ୍ପାଦ ଏବଂ ସେବା ଆରମ୍ଭ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ମୌଳିକ ସୁବିଧା ଅପହଞ୍ଚ ଗାଁ କମାରଖୋଲ: କୂଅ-ଝରଣା ପାଣି ଉପରେ ନିର୍ଭର

ନୂଆପଡ଼ା,୨୫ା୮ (ମକାରୁ ବେମାଲ):ସ୍ବାଧୀନତାର ଦୀର୍ଘବର୍ଷ ପରେ ମଧ୍ୟ ନୂଆପଡ଼ା ଜିଲା ବୋଡେନ ବ୍ଲକ ଖଇରା ପଞ୍ଚାୟତ କମାରଖୋଲ ଗଁାରେ ମୌଳିକ ସୁବିଧା ଅପହଞ୍ଚ ହୋଇରହିଛି। ଗଁାରେ ୨୦…

ପଶ୍ଚିମବଙ୍ଗ ରାଜନୀତିରେ ହଇଚଇ: ମମତାଙ୍କୁ ଧମକ ଦେଲେ ମୁଖ୍ୟମନ୍ତ୍ରୀ! ଘରୁ ବାହାରିବାକୁ….

କୋଲକାତା,୨୫ା୮: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶୁଭେନ୍ଦୁ ଅଧିକାରୀଙ୍କୁ ଟାର୍ଗେଟ କରିଛନ୍ତି । ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏକ ଭିଡିଓ ସେୟାର କରି ଶୁଭେନ୍ଦୁ…

ଗରିମା କନକ୍ଲେଭ୍‌, ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ

ଛତ୍ରପୁର,୨୫।୮( ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ‘ଗରିମା ଯୋଜନା’ର ସଫଳ ରୂପାୟନ ପାଇଁ ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଲୋକସେବା ଭବନଠାରେ…

ଧାନ ବିକ୍ରି ପଞ୍ଜୀକରଣବେଳେ ଚାଷୀଙ୍କୁ ବିଭ୍ରାନ୍ତ କରିଥିବା ଅଭିଯୋଗ: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ): ଖରିଫ ୨୦୨୬-୨୭ ଧାନ ବିକ୍ରି ପାଇଁ ପାକ୍ସଗୁଡ଼ିକରେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଥିବାବେଳେ ଆଗଲପୁର ବ୍ଲକ ମୁରୁଶୁଣ୍ଡି ପାକ୍ସରେ ଧାନ କିଣାବିକାକୁ ନେଇ ଏକ…

ଦୁର୍ଗମ ଅଞ୍ଚଳରେ ‘ଦମନ’ ଟିମ୍‌: କମୁଛି ମ୍ୟାଲେରିଆ ଜ୍ୱର ଭୟ

ଦାରିଙ୍ଗବାଡି, ୨୫।୮ (ଅରୁଣ ସାହୁ): ମ୍ୟାଲେରିଆ ମୁକ୍ତ ଲକ୍ଷ୍ୟରେ ଦୁର୍ଗମ ଅଞ୍ଚଳରେ ଅପରେଶନ ଦମନ କାର୍ଯ୍ୟକ୍ରମ ଜୋରଦାର କରାଯାଉଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ…

ଜଳ ନିଷ୍କାସନ ଫେଲ୍‌, ବେହାଲ ବରଗଡ଼ ସହର

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ଫେଲ୍‌ ମାରିଛି। ସହରର ବିଭିନ୍ନ ସ୍ଥାନରେ ଏପର୍ଯ୍ୟନ୍ତ ଡ୍ରେନ୍‌(ନାଳ) ନିର୍ମାଣ ହୋଇପାରି ନାହିଁ। ସେହିପରି ଯେଉଁଠି ନାଳ ରହିଛି,…

ନାଗାବଳୀ ନଦୀରୁ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ନିଖୋଜର ୩ ଦିନ ପରେ ମିଳିଲା ପତ୍ତା

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡା ): ବିଦ୍ୟାଳୟରୁ ନିଖୋଜ ଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ନାଗାବଳୀ ନଦୀରୁ ଉଦ୍ଧାର ହୋଇଛି । ମୃତ ଛାତ୍ରଜଣକ କାଶୀପୁର…

ଆପରାଧିକ ମାନସିକତାରେ ପୋଲିସ ଅଧିକାରୀ: ଲୋକଙ୍କୁ ନ୍ୟାୟ ପରିବର୍ତ୍ତେ କରୁଛନ୍ତି ଶୋଷଣ

ଭୁବନେଶ୍ୱର,୨୫।୮(ତ୍ରିନାଥ ମହାନ୍ତି):ଖାକି ପୋଷାକରେ ଥାଇ ପୋଲିସ ଅଧିକାରୀ ଘଟାଉଛନ୍ତି ଅପରାଧ। କେଉଁଠି ସୁରକ୍ଷା ଆଳରେ ଶୋଷଣ ତ’ ଆଉ କେଉଁଠି ଲଭ୍‌ ସେକ୍ସ ଧୋକାର ସଙ୍ଗିନ ଅଭିଯୋଗ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri