Posted inଜାତୀୟ

ବାତ୍ୟା ‘ନିଭାର’ ପାଇଁ ଏହିସବୁ ଟ୍ରେନ୍‌ ବାତିଲ

ଚେନ୍ନାଇ,୨୫ା୧୧: ବାତ୍ୟା ‘ନିଭାର’ଯୋଗୁ ତାମିଲନାଡୁ ଏବଂ ପୁଡୁଚେରୀ ଉପକୂଳବର୍ତ୍ତୀ ଅଞ୍ଚଳରେ ରେଳବାଇ ଅନେକ ଟ୍ରେନ ବାତିଲ କରିଥିବାବେଳେ କିଛି ଟ୍ରେନରେ ମଧ୍ୟ ପରିବର୍ତ୍ତନ କରାଯାଇଛି। ଏହି ସାମୁଦ୍ରିକ ଝଡ଼ ତାମିଲନାଡୁ ଏବଂ ପୁଡୁଚେରୀ ଉପକୂଳ ଦେଇ ବୁଧବାର ରାତିରେ ଅତିକ୍ରମ କରିପାରେ।

ପାଣିପାଗ ବିଭାଗ ଅନୁଯାୟୀ, ଏହି ସମୟ ମଧ୍ୟରେ ପବନର ବେଗ ଘଣ୍ଟା ପ୍ରତି ୧୨୦-୧୩୦ କିଲୋମିଟର ହୋଇପାରେ। ଏହା ସହ ୨୬ ନଭେମ୍ବରରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

ପାଣିପାଗ ବିଭାଗର ସତର୍କତା ଉପରେ ନଜର ରଖି ଦକ୍ଷିଣ ରେଳବାଇ ଅନେକ ଟ୍ରେନ ବାତିଲ କରିବାକୁ ଘୋଷଣା କରିଛି। ରେଳବାଇ ଟୁଇଟ୍‌ କରି ସୂଚନା ଦେଇଛି ଯେ, ‘ନିଭାର’ ଯୋଗୁ କିଛି ଟ୍ରେନ ସମ୍ପୂର୍ଣ୍ଣ ବାତିଲ ହୋଇଥିବାବେଳେ କିଛି ଟ୍ରେନ ଆଂଶିକ ବାତିଲ ହୋଇଛି।

ସୂଚନା ଅନୁଯାୟୀ, ନଭେମ୍ବର ୨୬ରେ ଟ୍ରେନ ନମ୍ବର ୦୨୬୭୩ ଡ Dr MGR ଚେନ୍ନାଇ ସେଣ୍ଟ୍ରାଲ-କୋଏମ୍ବାଟୁର ସ୍ବତନ୍ତ୍ର ଟ୍ରେନ ସମ୍ପୂର୍ଣ୍ଣ ବାତିଲ ହେବ। ଏହା ବ୍ୟତୀତ ୨୬ ନଭେମ୍ବରରେ ଟ୍ରେନ ନମ୍ବର ୦୨୭୬୦/୦୨୭୫୯, ଟ୍ରେନ ନମ୍ବର ୦୬୦୫୩, ୦୬୦୨୮, ୦୨୮୦୮ ମଧ୍ୟ ବାତିଲ ହେବ।

ବାତିଲ ହୋଇଥିବା ଟ୍ରେନରେ ବୁକ୍‌ ଟିକେଟ ପରିମାଣ ଯାତ୍ରୀମାନଙ୍କୁ ସର୍ତ୍ତ ଅନୁଯାୟୀ ଫେରସ୍ତ କରାଯିବ ବୋଲି ଦକ୍ଷିଣ ରେଳବାଇ କହିଛି। ସେହିପରି ସମ୍ପୂର୍ଣ୍ଣ ବାତିଲ ହୋଇଥିବା ଟ୍ରେନ ପାଇଁ ସମ୍ପୂର୍ଣ୍ଣ ଫେରସ୍ତ ଉପଲବ୍ଧ ହେବ। ଯେଉଁ ଯାତ୍ରୀମାନେ ଇ-ଟିକେଟ ବୁକ୍‌ କରିଥିଲେ ସେମାନେ ସ୍ବୟଂଚାଳିତ ଟଙ୍କା ଫେରି ପାଇବେ। ଯେଉଁମାନେ କାଉଣ୍ଟରରେ ଟିକେଟ କରିଥିଲେ ସେମାନେ ସେହି କାଉଣ୍ଟରରେ ଅଭିଯୋଗ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ମୁକୁଳା ଡ୍ରେନ୍‌ରେ ପଡ଼ିଛି ଗାଈ

ଗଞ୍ଜାମ, ୬ ।୧୦ (ବିଦ୍ୟାଧର ସାହୁ): ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ଏକ ମୁକୁଳା ଡ୍ରେନରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ରାସ୍ତା ଦେଇ…

କେତୁଙ୍କ ଗୋଚରରେ ଚମକିବ ୪ ରାଶିଙ୍କ ଭାଗ୍ୟ, ପ୍ରବଳ ଧନଯୋଗ ସହ ବଡ଼ କମ୍ପାନୀରୁ ଅଫର୍‌

କେତୁ ଗ୍ରହ ସର୍ୱଦା ବକ୍ରି ବା ଓଲଟା ଚଳନ କରନ୍ତି। ଆଜି କେତୁ ମଘା ନକ୍ଷତ୍ରର ଦ୍ୱିତୀୟ ପାଦରୁ ପ୍ରଥମ ପାଦକୁ ଗୋଚର କରିବାକୁ ଯାଉଛନ୍ତି। କେତୁଙ୍କର…

ଆଶା ଦିଦିଙ୍କ ପାଇଁ ଖୁସି ଖବର; ମାସିକ ପ୍ରୋତ୍ସାହନ ରାଶି ୬ ହଜାରକୁ ବୃଦ୍ଧି, ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୬।୧୦: ଆଶା କର୍ମୀଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ଆଶା ଦିଦିମାନଙ୍କ ନିଷ୍ଠା ଓ ଦିନରାତିର କଠିନ ପରିଶ୍ରମକୁ ସମ୍ମାନ ଜଣାଇ ସେମାନଙ୍କ ମାସିକ ପ୍ରୋତ୍ସାହନ ରାଶିକୁ…

ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର

ଷ୍ଟକହୋମ,୬।୧୦: ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି; ମଙ୍ଗଳବାର ଏହି ଘୋଷଣା କରାଯାଇଥିଲା। ରୟାଲ ସ୍ବିଡିସ ଏକାଡେମୀ ଅଫ ସାଇନ୍ସେସ ଫ୍ରାନ୍ସିସ ହାଲଜେନ୍‌…

Gyanesh Kumar Net Worth: ମୁଖ୍ୟ ନିର୍ବାଚନ କମିଶନରଙ୍କ ମାସକୁ ଦରମା କେତେ? ଜାଣନ୍ତୁ ବଙ୍ଗଳା, ଗାଡ଼ିଠାରୁ ପେନସନ ଯାଏ ମିଳୁଥିବା ସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦେଶରେ ଯେତେବେଳେ ବି ନିର୍ୱାଚନ ମାହୋଲ ସୃଷ୍ଟି ହୁଏ କିମ୍ୱା ଭୋଟର ତାଲିକାକୁ ନେଇ ବିବାଦ ଉପୁଜେ, ସେତେବେଳେ ଭାରତୀୟ ନିର୍ୱାଚନ ଆୟୋଗ (ECI) ଏବଂ…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

IT ରେଡ୍‌କୁ ନେଇ ମୁହଁ ଖୋଲିଲେ ରକୁଲପ୍ରୀତ: କହିଲେ, ମୁଁ ୨୦ ବର୍ଷ ବୟସରୁ…

ମୁମ୍ବାଇ: ହିନ୍ଦୀ, ତେଲୁଗୁ ଓ ତାମିଲ ସିନେମାରେ ଅଭିନୟ କରିଥିବା ଅଭିନେତ୍ରୀ ରକୁଲ ପ୍ରୀତ ସିଂ ଏବେ ଆୟକର ବିଭାଗର ନଜରରେ ଅଛନ୍ତି। ନିକଟରେ ରକୁଲ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?