ରେଲୱେ ପରୀକ୍ଷାର୍ଥୀ ହନ୍ତସନ୍ତ

ଢେଙ୍କାନାଳ ଅଫିସ୍‌, ୧୬।୬ – ରେଲୱେ ପରୀକ୍ଷା ଦେବା ଲାଗି ଢେଙ୍କାନାଳ ଆସିଥିବା ପରୀକ୍ଷାର୍ଥୀମାନେ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ସେମାନଙ୍କୁ ରହିବା ପାଇଁ ଘର କି ଖାଦ୍ୟ ମିଳୁନାହିଁ। ପରୀକ୍ଷା ପରିଚାଳନାରେ ଏଭଳି ତ୍ରୁଟିକୁ ନେଇ ଉଦ୍‌ବେଗ ବ୍ୟକ୍ତ କରିଛି ଜିଲା ଶିଳ୍ପ ଓ ବାଣିଜ୍ୟ ପ୍ରତିଷ୍ଠାନ। ଏ ନେଇ ପ୍ରତିଷ୍ଠାନର ସଭାପତି ରାଜେନ୍ଦ୍ର ଦାସ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଟୁଇଟ୍‌ କରି ଜଣାଇଛନ୍ତି।
ରେଳ ବିଭାଗର ୨ଟି ବର୍ଗ ପରୀକ୍ଷା ପାଇଁ ଢେଙ୍କାନାଳରେ ୨ଟି କେନ୍ଦ୍ର କରାଯାଇଛି। ପରୀକ୍ଷା ଦେବାକୁ ରାଜ୍ୟ ତଥା ରାଜ୍ୟ ବାହାରର ୩୦୦୦ରୁ ଊର୍ଦ୍ଧ୍ୱ ପରୀକ୍ଷାର୍ଥୀ ଆସିଛନ୍ତି। ତେବେ ଗଣପର୍ବ ରଜ ପାଇଁ ହୋଟେଲ କର୍ମଚାରୀ ସେମାନଙ୍କ ଗ୍ରାମକୁ ପଳାଇ ଯାଇଛନ୍ତି। ଅଧିକାଂଶ ହୋଟେଲ ବନ୍ଦ ରହିଛି। ପରୀକ୍ଷାର୍ଥୀମାନେ ଠିକ୍‌ଭାବେ ଖାଇବାକୁ ପାଉନାହାନ୍ତି। ରହିବା ପାଇଁ ମଧ୍ୟ ନାହିଁ ନ ଥିବା ସମସ୍ୟା ଭୋଗୁଛନ୍ତି। ସେମାନେ ଅତି ଦୟନୀୟ ଅବସ୍ଥାରେ ମଠମନ୍ଦିର, କ୍ଲବ୍‌ଘର ଏପରି କି ଗଛତଳେ ଆଶ୍ରୟ ନେଇଛନ୍ତି। ଭାଷାଗତ ସମସ୍ୟା ଯୋଗୁ ସହରବାସୀଙ୍କ ସହିତ ଭାବ ବିନିମୟ ମଧ୍ୟ କରିପାରୁନାହାନ୍ତି। ମୁଣ୍ଡଗୁଞ୍ଜିବା ପାଇଁ ବାରଦୁଆର ହେଉଥିଲେ ମଧ୍ୟ କେଉଁଠି ଜାଗା ମିଳୁନାହିଁ।
ଏତେସଂଖ୍ୟକ ପିଲାଙ୍କ ପାଇଁ ପରୀକ୍ଷା କେନ୍ଦ୍ର କରିବା ପୂର୍ବରୁ ସେମାନେ କେଉଁଠି ରହିବେ, କ’ଣ ଖାଇବେ ସେ କଥା ବିଭାଗକୁ ଚିନ୍ତା କରିବାର ଥିଲା।
ତେବେ ଏହା ନ କରି ପରୀକ୍ଷା କେନ୍ଦ୍ର କରାଯାଇଥିବାରୁ ଏଭଳି ବିଭ୍ରାଟ ଉପୁଜିଛି, ଯାହା ପୂର୍ବରୁ କେବେ ଦେଖିବାକୁ ମିଳି ନ ଥିଲା ବୋଲି ପ୍ରତିଷ୍ଠାନର ସଭାପତି ରାଜେନ୍ଦ୍ର ଅଭିଯୋଗ କରିଛନ୍ତି। ସମସ୍ୟାର ସମାଧାନ ଲାଗି ରେଳମନ୍ତ୍ରୀଙ୍କୁ ଟୁଇଟ୍‌ ଯୋଗେ ଅବଗତ କରାଯାଇଛି। ଜିଲା ପ୍ରଶାସନ ଏଥିରେ ହସ୍ତକ୍ଷେପ କରି ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିବା ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେଶନ ପାଇଁ ଚାଷୀ…

ଅସହାୟ ପରିବାର ପାଖରେ ପହଞ୍ଚିଲା ‘ଯୁବ ଶକ୍ତି ଥୁଆମୂଳ ରାମପୁର’

ଥୁଆମୂଳ ରାମପୁର,୧୭।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡେପଦର ପଞ୍ଚାୟତ ଭାଟିଫାସ ଗ୍ରାମର ଦାଦନ ଶ୍ରମିକ ସ୍ବର୍ଗତ ସିବା ମାଝୀଙ୍କ ଅକାଳ ବିୟୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri