Posted inଜାତୀୟ

ନୂଆଦିଲ୍ଲୀ ରେଳଷ୍ଟେଶନରେ ଦଳାଚକଟା ଘଟଣା: ସହାୟତା ରାଶି ଘୋଷଣା କଲା ରେଳ ବିଭାଗ

ନୂଆଦିଲ୍ଲୀ,୧୬ା୨: ଦିଲ୍ଲୀ ଷ୍ଟେଶନରେ ଦଳାଚକଟା ଘଟଣାକୁ ନେଇ ସହାୟତା ଘୋଷଣା କରାଯାଇଛି। ଏହି ଦଳାଚକଟାରେ ୧୮ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୧୨ ଜଣ ଆହତ ହୋଇଛନ୍ତି। ମୃତକଙ୍କ ପରିବାରକୁ ୧୦ ଲକ୍ଷ ଲେଖାଏ ସହାୟତା ଘୋଷଣା କରାଯାଇଥିବାବେଳେ ଗୁରୁତରଙ୍କ ପାଇଁ ୨.୫୦ ଲକ୍ଷ ଓ ଆହତଙ୍କୁ ୧ ଲକ୍ଷ ଟଙ୍କା ଘୋଷଣା କରାଯାଇଛି।

ନୂଆଦିଲ୍ଲୀ ରେଳଷ୍ଟେଶନରେ ଶନିବାର ରାତିରେ ଦିଲ୍ଲୀରୁ ପ୍ରୟାଗରାଜ ମହାକୁମ୍ଭକୁ ଯିବା ପାଇଁ ଥିବା ୨ଟି ସ୍ବତନ୍ତ୍ର ଟ୍ରେନ୍‌ ପହଞ୍ଚିବାରେ ବିଳମ୍ବ ହେବାରୁ ଷ୍ଟେଶନରେ ଭିଡ଼ ବଢ଼ିଥିଲା। ରାତି ପ୍ରାୟ ୧୦ଟା ବେଳେ ଟ୍ରେନ୍‌ ଧରିବା ପାଇଁ ୧୪ ଓ ୧୫ ନମ୍ବର ପ୍ଲାଟ୍‌ଫର୍ମରେ ଅନେକ ହଜାର ଶ୍ରଦ୍ଧାଳୁ ଭିଡ଼ ଜମାଇଥିଲେ। ଗହଳି ଏବଂ ଠେଲାପେଲା ମଧ୍ୟରେ ଅନେକ ଯାତ୍ରୀ ତଳେ ପଡ଼ିଯାଇଥିଲେ। ସେମାନଙ୍କ ମଧ୍ୟରୁ ଆହତଙ୍କୁ ତୁରନ୍ତ ହସ୍ପିଟାଲ ନିଆଯାଇଥିବାବେଳେ ୧୫ ଜଣଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ପରେ ଆଉ ୩ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି। ମୋଦି ସୋସିଆଲ ମିଡିଆ ‘ଏକ୍ସ’ରେ ଲେଖିଛନ୍ତି ଯେ, ନୂଆଦିଲ୍ଲୀ ରେଳ ଷ୍ଟେଶନରେ ଦଳାଚକଟା ଯୋଗୁ ମୁଁ ମର୍ମାହତ। ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ମୋର ସମବେଦନା। ଆହତମାନେ ଶୀଘ୍ର ଆରୋଗ୍ୟ ହେଉ ବୋଲି ମୁଁ ପ୍ରାର୍ଥନା କରୁଛି। ଏହି ଦଳାଚକଟା ଦ୍ୱାରା ପ୍ରଭାବିତ ସମସ୍ତଙ୍କୁ କର୍ତ୍ତୃପକ୍ଷ ସହାୟତା କରୁଛନ୍ତି ବୋଲି ପ୍ରଧାନମନ୍ତ୍ରୀ ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍‌: ଜାଣନ୍ତୁ ଖେଳାଯିବ ମ୍ୟାଚ୍‌

କଟକ,୯ା୧୨(ଅନାଦି କର):ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ମଙ୍ଗଳବାର ଐତିହାସିକ ବାରବାଟୀ ଷ୍ଟାଡିୟମରେ ପ୍ରଥମf ଟି୨୦ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ ପାଇଁ ଖେଳାଳିଙ୍କଠାରୁ ଆରମ୍ଭ...

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ଆମ୍ବୁଲାନ୍ସ ମିଳିଲାନି, ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଘରକୁ ନେଲେ ପୁଅ

ପାଟନା,୮।୧୨: ବିହାରର ନାୱାଦା ଜିଲାରେ ମାନବିକତାକୁ ଲଜ୍ଜା ଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଆମ୍ବୁଲାନ୍ସ ନ ମିଳିବାରୁ ଜଣେ ପୁଅ ରାତି ଅଧରେ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ଜାପାନରରେ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ, ସୁନାମି ସତର୍କତା ଜାରି

ନୂଆଦିଲ୍ଲୀ,୮।୧୨: ସୋମବାର ଜାପାନର ଉତ୍ତର ଉପକୂଳରେ ଏକ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଛି, ଯାହାପରେ ଜାପାନ ପାଣିପାଗ ଏଜେନ୍ସି (JMA) ପକ୍ଷରୁ ସୁନାମି...

ନବଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ, ମହଙ୍ଗା ପଡିଲା ‘୫୦୦ କୋଟି’ ମନ୍ତବ୍ୟ

ନୂଆଦିଲ୍ଲୀ,୮।୧୨: ମୁଖ୍ୟମନ୍ତ୍ରୀ ପଦ ପାଇଁ କଂଗ୍ରେସ ‘୫୦୦ କୋଟି ଟଙ୍କାର ସୁଟକେସ୍’ ନେଇଥାଏ ବୋଲି ଅଭିଯୋଗ କରି ରାଜନୈତିକ ବିବାଦ ସୃଷ୍ଟି କରିଥିବା ପଞ୍ଜାବ କଂଗ୍ରେସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri