Posted inଜାତୀୟ

ରେଲ୍‌ୱେ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌, ୪ ଲକ୍ଷରେ ବିକ୍ରି ନେଇ ସିବିଆଇର ଖୋଳତାଡ଼

ଲକ୍ଷ୍ନୌ, ୦୯।୦୮: ଗୋଟିଏ ପଟେ ଯୋଗୀ ସରକାର ପ୍ରଶ୍ନପତ୍ର ଲିକ ଉପରେ କଡା କାର୍ଯ୍ୟାନୁଷ୍ଠାନ ପାଇଁ ନିୟମ ପ୍ରଣୟନ କରିବାକୁ ପ୍ରସ୍ତୁତି କରୁଛନ୍ତି ତ ଅନ୍ୟପଟେ ଗୋଟିଏ ପରେ ଗୋଟିଏ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ କମିବାର ନାଁ ନେଉନି । ଅଧିକାରୀଙ୍କ ଟଙ୍କା ଲୋଭ ହେତୁ ସରକାରଙ୍କ ଚେଷ୍ଟା ବିଫଳ ହେଉଛି। ନିକଟରେ ରେଳ ବିଭାଗର ପଦୋନ୍ନତି ପାଇଁ ୩ ବର୍ଷ ତଳେ ହୋଇଥିବା ପରୀକ୍ଷାରେ ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଜଣାପଡ଼ିଛି । ଯାହାକୁ ନେଇ କେନ୍ଦ୍ରୀୟ ଅନୁସନ୍ଧାନକାରୀ ସଂସ୍ଥା ସିବିଆଇ ଏକ ମାମଲା ରୁଜୁ କରିଛି।

ରେଳ ବୋର୍ଡ ଭିଜିଲାନ୍ସ ବିଭାଗର ଅଭିଯୋଗ ଆଧାରରେ ସିବିଆଇ ଏହି ପଦକ୍ଷେପ ନେଇଛି। ଅଭିଯୋଗ ହୋଇଛି ଯେ ୬ ଅଗଷ୍ଟ ୨୦୨୧ରେ ଅନୁଷ୍ଠିତ ସାଧାରଣ ବିଭାଗ ପରୀକ୍ଷାର ପ୍ରଶ୍ନପତ୍ର ପରୀକ୍ଷା ପୂର୍ବରୁ ପ୍ରଘଟ ହୋଇଥିଲା । ଲକ୍ଷ୍ନୌ ସିବିଆଇର ଦୁର୍ନୀତି ନିବାରଣ ଶାଖା ଏନେଇ ୧୧ ଜଣ ରେଳ କର୍ମଚାରୀଙ୍କ ବିରୋଧରେ ମାମଲା ରୁଜୁ କରି ଖୋଳତାଡ଼ କରିଛି । ରେଳବାଇର ଭିଜିଲାନ୍ସ ଅନୁସନ୍ଧାନ ରିପୋର୍ଟ ଆଧାରରେ ଏକ ମାମଲା ରୁଜୁ ହୋଇଛି। ଏହି ପରିପ୍ରେକ୍ଷୀରେ ସିବିଆଇ ରାଜସ୍ଥାନ ଏବଂ ୟୁପିର ୧୧ ଟି ସ୍ଥାନରେ ଚଢ଼ାଉ କରିଛି।

ପ୍ରୟାଗରାଜ, ନୋଏଡା, ଆଲିଗଡ, ମଥୁରା, ଚିତ୍ରକୋଟ, ଜୟପୁର, ଭରତପୁର, କରୌଲି, ଅଲୱାର, ସାୱାଇ ମାଧୋପୁର ଏହାରି ମଧ୍ୟରେ ରହିଛି। ଏହି ଚଢ଼ାଉରେ ସିବିଆଇ ଗୁରୁତ୍ୱପୂର୍ଣ୍ଣ ଦଲିଲ ମଧ୍ୟ ପାଇଛି। ପରୀକ୍ଷାର ଗୋଟିଏ ଦିନ ପୂର୍ବରୁ ଗାଜିଆବାଦ ରେଳ ଷ୍ଟେସନ ନିକଟ ଏକ କୋଠରୀରେ ପ୍ରଶ୍ନର ଉତ୍ତର ପ୍ରସ୍ତୁତ କରି ପରୀକ୍ଷାର୍ଥୀଙ୍କୁ ଦିଆଯାଇଥିଲା । ଏଥିସହ ପ୍ରତ୍ୟେକ ପ୍ରାର୍ଥୀଙ୍କଠାରୁ ୪ ଲକ୍ଷ ଟଙ୍କା ନିଆଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ…

ଗୁରୁବାର ଭାରତ ବନ୍ଦ ଡାକରା: କ’ଣ ରହିବ ଖୋଲା, କ’ଣ ବନ୍ଦ, ଜାଣନ୍ତୁ…

ନୂଆଦିଲ୍ଲୀ,୯।୨: କେନ୍ଦ୍ରୀୟ ଟ୍ରେଡ ୟୁନିଅନ ଦ୍ୱାରା କୃଷକ ସଂଗଠନଗୁଡ଼ିକର ଦୃଢ଼ ସମର୍ଥନ ସହିତ ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଛି। ଫେବୃଆରୀ ୧୨ ତାରିଖ ଅର୍ଥାତ୍‌ ଗୁରୁବାର ଭାରତରେ…

ଏପ୍ରିଲ ୧ରୁ ଲାଗୁ ହେବାକୁ ଯାଉଛି ନୂଆ ଆୟକର ଆଇନ, ଜାଣନ୍ତୁ କରଦାତାଙ୍କ ପାଇଁ କ’ଣ ହେବ ପରିବର୍ତ୍ତନ…

ନୂଆଦିଲ୍ଲୀ,୯।୨: ଦେଶର ଆୟକର ବ୍ୟବସ୍ଥାରେ ୧ ଏପ୍ରିଲ, ୨୦୨୬ରୁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ…

ଇଟାଲୀକୁ ହରାଇ ସ୍କଟଲାଣ୍ଡର ବିଜୟ ଅଭିଯାନ ଆରମ୍ଭ

କୋଲକାତା,୯ା୨- ଟି୨୦ ବିଶ୍ୱକପ୍‌ରେ ସୋମବାର ଖେଳାଯାଇଥିବା ମ୍ୟାଚ୍‌ରେ ସ୍କଟଲାଣ୍ଡ ୭୩ ରନର ବ୍ୟବଧାନରେ ଇଟାଲୀକୁ ପରାସ୍ତ କରିଛି। ଏହି ବିଜୟ ସହ ସ୍କଟଲାଣ୍ଡ ଟି୨୦ ବିଶ୍ୱକପ୍‌ ଲାଗି…

ଆଇସକ୍ରିମ୍‌ ଖାଇ ୧୮ ପିଲା ଅସୁସ୍ଥ, ଡାକ୍ତରଖାନାରେ ଭର୍ତ୍ତି

ବାଙ୍କି , ୯।୨( ଶୁଭେନ୍ଦୁ ମହାପାତ୍ର): ଆଇସକ୍ରିମ୍‌ ଖାଇ ୧୮ ପିଲା ଅସୁସ୍ଥ । ଏଭଳି ଘଟଣା ବାଙ୍କି ଥାନା ଅନ୍ତର୍ଗତ ଭେଡା ରାମଚନ୍ଦ୍ରପୁର ପଞ୍ଚାୟତସ୍ଥିତ କୁମୁସର…

“ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟାରେ କୌଣସି ବାଧା ସହିବୁ ନାହିଁ”: ସୁପ୍ରିମକୋର୍ଟଙ୍କ ଚେତାବନୀ

ନୂଆଦିଲ୍ଲୀ,୯।୨: ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (SIR) ପ୍ରକ୍ରିୟାକୁ ନେଇ ସୁପ୍ରିମକୋର୍ଟ ସବୁ ରାଜ୍ୟ ସରକାରଙ୍କୁ ଏକ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ପ୍ରଧାନ ବିଚାରପତି ସୂର୍ଯ୍ୟକାନ୍ତଙ୍କ ନେତୃତ୍ୱରେ…

ଉପାସନାଙ୍କ ତେରଛା ବାଣର ଜବାବ ରଖିଲେ ସଞ୍ଜୟ ଦାସବର୍ମା, କହିଲେ ବିଜେଡି କିଣା ବିକାରେ…

ଭୁବନେଶ୍ୱର,୯।୨: ବିଧାୟିକା ଉପାସନାଙ୍କ ତେରଛା ବାଣର ଜବାବ ରଖିଲେ ସଞ୍ଜୟ ଦାସବର୍ମା। ଦାସବର୍ମା କହିଛନ୍ତି, ବିଜେଡି କିଣାବିକାରେ ବିଶ୍ୱାସ କରେନି।ସେଠାକାର ଜନପ୍ରତିନିଧି ପ୍ରଥମେ ବ୍ରହ୍ମଗିରିବାସୀଙ୍କ ଆକାଂକ୍ଷା ପୂରଣ…

ସ୍ୱର୍ଣ୍ଣରୁ ବଞ୍ଚିତ ହେଲେ ମନୁ ଭାକର

ନୂଆଦିଲ୍ଲୀ, ୯ା୨: ଅଲିମ୍ପିକ ଡବଲ ବ୍ରୋଞ୍ଜ ପଦକ ବିଜେତା ମନୁ ଭାକର ନୂଆଦିଲ୍ଲୀଠାରେ ଚାଲିଥିବା ଏସିଆନ ଶୁଟିଂ ଚାମ୍ପିୟନଶିପ୍‌ରେ ଅଳ୍ପକେ ସ୍ୱର୍ଣ୍ଣ ପଦକ ପାଇବାରୁ ବଞ୍ଚିତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri