ହିନ୍ଦୀ ଭାଷା ବ୍ୟବହାର କରିବାକୁ ରେଳ କର୍ମଚାରୀଙ୍କୁ ପରାମର୍ଶ

ଭୁବନେଶ୍ୱର,୧୬।୧୨:ପୂର୍ବତଟ ରେଳପଥର ମହାପ୍ରବନ୍ଧକ ଆର୍‌.ଏନ୍‌.ସୁନକରଙ୍କ ଅଧ୍ୟକ୍ଷତାରେ ଗୁରୁବାର ୪୯ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ବୟନ କମିଟିର ଯୁଗ୍ମ ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ପ୍ରମୁଖ ବିଭାଗୀୟ ଅଧିକାରୀବୃନ୍ଦ, ଖୋର୍ଦ୍ଧା ରୋଡ୍‌, ସମ୍ବଲପୁର, ୱାଲ୍‌ଟିୟର ଡିଭିଜନ ଏବଂ ମଞ୍ଚେଶ୍ୱର ରେଳଡବା ମରାମତି କାରଖାନାର ରାଜଭାଷା ଅଧିକାରୀମାନେ ଉପସ୍ଥିତ ଥିଲେ। ଏହି ପରିପ୍ରେକ୍ଷୀରେ ମହାପ୍ରବନ୍ଧକ ସୁନକର ଉକ୍ତ ବୈଠକକୁ ସମ୍ବୋଧିତ କରି ରେଳ କର୍ମଚାରୀଙ୍କୁ ଦୈନନ୍ଦିନ ସରକାରୀ କାର୍ଯ୍ୟରେ ହିନ୍ଦୀ ଭାଷାର ବ୍ୟବହାର କରିବାକୁ ପରାମର୍ଶ ଦେଇଥିଲେ। ଏପରିକି ହିନ୍ଦୀରେ ତାଲିମପ୍ରାପ୍ତ କର୍ମଚାରୀମାନେ ରାଜଭାଷାରେ ଅଧିକରୁ ଅଧିକ କାମ କରିବା ଉଚିତ ବୋଲି ସେ ମତପ୍ରକାଶ କରିଥିଲେ। ସେହିପରି ମହାପ୍ରବନ୍ଧକ ସୁନକର ମହାନ୍‌ ହିନ୍ଦୀ ସାହିତି୍ୟକମାନଙ୍କର ପ୍ରଭାବଶାଳୀ ଉଦ୍ଧୃତି ସମ୍ବନ୍ଧୀୟ ପୋଷ୍ଟରଗୁଡ଼ିକ ଉନ୍ମୋଚନ କରିଥିଲେ। ଅପରପକ୍ଷରେ ହିନ୍ଦୀ ଲେଖକମାନଙ୍କ ଉପରେ ଆଧାରିତ ପ୍ରଶ୍ନୋତ୍ତର ପ୍ରତିଯୋଗିତାରେ ଅଂଶ ଗ୍ରହଣ କରି ବିଜେତା ହୋଇଥିବା କୃତୀ ପ୍ରତିଯୋଗୀମାନଙ୍କୁ ମଧ୍ୟ ପୁରସ୍କୃତ କରିଥିଲେ। ସେହିଭଳି ମୁଖ୍ୟ ରାଜଭାଷା ଅଧିକାରୀ ଏବଂ ମୁଖ୍ୟ ଆର୍ଥିକ ପରାମର୍ଶଦାତା ଆର୍‌.ଏସ୍‌. ମିତ୍ର ରାଜଭାଷାର ସଫଳ କାର୍ଯ୍ୟକାରିତା ପାଇଁ ରେଳ କର୍ମଚାରୀଙ୍କ ସହୃଦୟ ସହଯୋଗ କାମନା କରିଥିଲେ। ଉକ୍ତ ବୈଠକରେ ଉପ ମୁଖ୍ୟ ରାଜଭାଷା ଅଧିକାରୀ ଏବଂ ଉପ ମୁଖ୍ୟ ଅପରେଶନ ମ୍ୟାନେଜର (ଜେନେରାଲ) ଦେବରାଜ ନାୟକ ସ୍ବାଗତ ଭାଷଣ ପ୍ରଦାନ କରିଥିଲେ। ଉକ୍ତ ବୈଠକକୁ ରାଜଭାଷା ଅଧିକାରୀ ଏଲିନା ପଣ୍ଡା ସଂଯୋଜନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଭୋଜି ସାରି ଫେରୁଥିଲେ, ମୁହାଁମୁହିଁ ହେଲା ୨ ବାଇକ୍‌, ଆଉ ତା’ ପରେ…

ଭଞ୍ଜନଗର,୧୯ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳଭଣ୍ଡାର ସେତୁ ନିକଟରେ ଶୁକ୍ରବାର ଅପରାହ୍ନରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାସୁ ଦାସ...

ଡିସେମ୍ୱର ୩୧ ସୁଦ୍ଧା ସାରି ନିଅନ୍ତୁ ଏସବୁ କାମ, ନ ହେଲେ ସହିବେ ବଡ଼ କ୍ଷତି!

ନୂଆଦିଲ୍ଲୀ,୧୯।୧୨: ୨୦୨୫ ମସିହାର ଶେଷ ମାସ ଡିସେମ୍ୱର ମାସ ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଆଜି ଡିସେମ୍ୱର ୧୯ ତାରିଖ, ଅର୍ଥାତ ବର୍ଷ ଶେଷ ହେବାକୁ...

ପୁରୁଷୋତ୍ତମପୁର ସବ୍‌-ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟଣା: କାର୍ଯ୍ୟାନୁଷ୍ଠାନ ଲାଗି ଅତିରିକ୍ତ ଜିଲାପାଳଙ୍କୁ ସ୍ମାରକପତ୍ର

ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବ୍‌ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟି ଜମିର ପ୍ରକୃତ ମାଲିକଙ୍କ ମୃତ୍ୟୁ ଘଟିଥିବା ସତ୍ତ୍ବେ ଅନ୍ୟ ଜଣେ ବ୍ୟକ୍ତି...

କେବେ ବୃଦ୍ଧି ହେବ ଦରମା ଆଉ କେତେ ବୃଦ୍ଧି ହେବ? ଅଷ୍ଟମ ବେତନ କମିଶନରକୁ ନେଇ ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୯।୧୨: ସପ୍ତମ ବେତନ କମିଶନର କାର୍ଯ୍ୟକାଳ ଡିସେମ୍ବର ୩୧, ୨୦୨୫ରେ ଶେଷ ହେବାକୁ ଯାଉଛି, ଏବଂ ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀ...

୯ ଦଫା ଦାବି ନେଇ ଗଣଧାରଣା ଦେଲେ ପାଚିକା ସଂଘ, ଦରମା ବୃଦ୍ଧି ନ ହେଲେ…

କେସିଙ୍ଗା,୧୯ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ପାଚିକା ଓ ସହାୟିକା ମଜଦୁର ସଂଘ ସଭାନେତ୍ରୀ ରଶ୍ମିତା ହେର୍ନାଙ୍କ ନେତୃତ୍ୱରେ ୯ ଦଫା ଦାବି ନେଇ...

ପୁରୁଷୋତ୍ତମପୁର ତହସିଲଦାର ଭାବେ ଯୋଗଦେଲେ ମୃଣାଳିକା ରାଠୋର, ପ୍ରତିଶ୍ରୁତି ଦେଇ କହିଲେ…

ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ନୂତନ ତହସିଲଦାର ଭାବରେ ୨୦୨୪ ବ୍ୟାଚ୍‌ର ପ୍ରୋବେସନ ଆଇଏଏସ୍‌ ଅଫିସର ମୃଣାଳିକା ରାଠୋର ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri