ହିନ୍ଦୀ ଭାଷା ବ୍ୟବହାର କରିବାକୁ ରେଳ କର୍ମଚାରୀଙ୍କୁ ପରାମର୍ଶ

ଭୁବନେଶ୍ୱର,୧୬।୧୨:ପୂର୍ବତଟ ରେଳପଥର ମହାପ୍ରବନ୍ଧକ ଆର୍‌.ଏନ୍‌.ସୁନକରଙ୍କ ଅଧ୍ୟକ୍ଷତାରେ ଗୁରୁବାର ୪୯ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ବୟନ କମିଟିର ଯୁଗ୍ମ ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ପ୍ରମୁଖ ବିଭାଗୀୟ ଅଧିକାରୀବୃନ୍ଦ, ଖୋର୍ଦ୍ଧା ରୋଡ୍‌, ସମ୍ବଲପୁର, ୱାଲ୍‌ଟିୟର ଡିଭିଜନ ଏବଂ ମଞ୍ଚେଶ୍ୱର ରେଳଡବା ମରାମତି କାରଖାନାର ରାଜଭାଷା ଅଧିକାରୀମାନେ ଉପସ୍ଥିତ ଥିଲେ। ଏହି ପରିପ୍ରେକ୍ଷୀରେ ମହାପ୍ରବନ୍ଧକ ସୁନକର ଉକ୍ତ ବୈଠକକୁ ସମ୍ବୋଧିତ କରି ରେଳ କର୍ମଚାରୀଙ୍କୁ ଦୈନନ୍ଦିନ ସରକାରୀ କାର୍ଯ୍ୟରେ ହିନ୍ଦୀ ଭାଷାର ବ୍ୟବହାର କରିବାକୁ ପରାମର୍ଶ ଦେଇଥିଲେ। ଏପରିକି ହିନ୍ଦୀରେ ତାଲିମପ୍ରାପ୍ତ କର୍ମଚାରୀମାନେ ରାଜଭାଷାରେ ଅଧିକରୁ ଅଧିକ କାମ କରିବା ଉଚିତ ବୋଲି ସେ ମତପ୍ରକାଶ କରିଥିଲେ। ସେହିପରି ମହାପ୍ରବନ୍ଧକ ସୁନକର ମହାନ୍‌ ହିନ୍ଦୀ ସାହିତି୍ୟକମାନଙ୍କର ପ୍ରଭାବଶାଳୀ ଉଦ୍ଧୃତି ସମ୍ବନ୍ଧୀୟ ପୋଷ୍ଟରଗୁଡ଼ିକ ଉନ୍ମୋଚନ କରିଥିଲେ। ଅପରପକ୍ଷରେ ହିନ୍ଦୀ ଲେଖକମାନଙ୍କ ଉପରେ ଆଧାରିତ ପ୍ରଶ୍ନୋତ୍ତର ପ୍ରତିଯୋଗିତାରେ ଅଂଶ ଗ୍ରହଣ କରି ବିଜେତା ହୋଇଥିବା କୃତୀ ପ୍ରତିଯୋଗୀମାନଙ୍କୁ ମଧ୍ୟ ପୁରସ୍କୃତ କରିଥିଲେ। ସେହିଭଳି ମୁଖ୍ୟ ରାଜଭାଷା ଅଧିକାରୀ ଏବଂ ମୁଖ୍ୟ ଆର୍ଥିକ ପରାମର୍ଶଦାତା ଆର୍‌.ଏସ୍‌. ମିତ୍ର ରାଜଭାଷାର ସଫଳ କାର୍ଯ୍ୟକାରିତା ପାଇଁ ରେଳ କର୍ମଚାରୀଙ୍କ ସହୃଦୟ ସହଯୋଗ କାମନା କରିଥିଲେ। ଉକ୍ତ ବୈଠକରେ ଉପ ମୁଖ୍ୟ ରାଜଭାଷା ଅଧିକାରୀ ଏବଂ ଉପ ମୁଖ୍ୟ ଅପରେଶନ ମ୍ୟାନେଜର (ଜେନେରାଲ) ଦେବରାଜ ନାୟକ ସ୍ବାଗତ ଭାଷଣ ପ୍ରଦାନ କରିଥିଲେ। ଉକ୍ତ ବୈଠକକୁ ରାଜଭାଷା ଅଧିକାରୀ ଏଲିନା ପଣ୍ଡା ସଂଯୋଜନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ବାଂଲାଦେଶରେ ପୁଣି ହିନ୍ଦୁମାନଙ୍କୁ କରାଯାଉଛି କି ଟାର୍ଗେଟ? ଛାତ ଉପରେ ବାପା, ସିଡ଼ିରେ ମାଆ-ଝିଅ, ଖଟ ତଳେ ମିଳିଲା ୧୨ ବର୍ଷ ପୁଅର ମୃତଦେହ

ଢାକା,୨୩।୮: ବାଂଲାଦେଶର ରଙ୍ଗପୁର ସହରରେ ଏକ ବନ୍ଦ ଘର ଭିତରେ ପରିବାରର ଚାରି ଜଣଙ୍କ ମୃତଦେହ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକଙ୍କ ମଧ୍ୟରେ…

ଚାଇନା ଯିବେ NSA ଅଜିତ ଡୋଭାଲ; ଜାଣନ୍ତୁ ଏହାର ପ୍ରମୁଖ କାରଣ

ନୂଆଦିଲ୍ଲୀ,୨୩।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମ୍ପର୍କରେ ପୁଣି ଥରେ କୂଟନୈତିକ ଆଲୋଚନା ଆଗକୁ ବଢ଼ିବାକୁ ଯାଉଛି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ…

ଆଉ ଚିନ୍ତା ନାହିଁ: ଡ୍ରାଇଭରଙ୍କୁ ନିଦ ଲାଗିଲେ ଏଣିକି ଥରିବ ସିଟ୍‌, ସତର୍କ କରାଇବ କହିବ…

ମୁମ୍ବାଇ,୨୩ା୮: ରାସ୍ତାରେ ଗାଡ଼ି ଚଳାଇ ଗଲାବେଳେ ବେଳେବେଳେ ଆଖିକୁ ନିଦ ଆସିଯାଇଥାଏ ଫଳରେ ଦୁର୍ଘଟଣାର ସମ୍ଭାବନା ବି ଥାଏ। ମାତ୍ର ଏଣିକି ଆଉ ସେ ଚିନ୍ତା ରହିବ…

‘ମାଆଙ୍କ ସହ ଚା ପିଇଲେ, ତାଙ୍କ ପାଦ ଧୋଇଲେ…’, ଭାବ ବିହ୍ବଳ କରୁଛି ପାହାଡ଼ରୁ ଡେଇଁ ଜୀବନ ହାରିଥିବା କୁନାଲଙ୍କ ପୁରୁଣା ଭିଡିଓ

ମୁମ୍ବାଇ,୨୩।୮: ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗରରେ, ଆଇଫୋନ ଇଏମଆଇକୁ ନେଇ ବିବାଦ ପରେ ୧୮ ବର୍ଷୀୟ କୁନାଲ ନାମକ ଜଣେ ନାବାଳକ ଏବଂ ତାଙ୍କ ବାପାମାଆ ଯେଉଁମାନେ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri