ଧର୍ମଗଡ଼କୁ ରେଳ ଲାଇନ ସଂଯୋଗ ଆଶା ଉଜ୍ଜୀବିତ

ଭବାନୀପାଟଣା,୩୧ା୮ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାର ଧର୍ମଗଡକୁ ରେଳ ଲାଇନ ସଂଯୋଗୀକରଣ ଆଶା ଉଜ୍ଜୀବିତ ହୋଇଛି। ବହୁ ପ୍ରତୀକ୍ଷିତ ଜୁନାଗଡ-ନବରଙ୍ଗପୁର ରେଳ ଲାଇନ ମଧ୍ୟରେ ଧର୍ମଗଡ ନିକଟରେ ଧର୍ମଗଡ ରୋଡ ଷ୍ଟେଶନ ନିର୍ମାଣ ହେବ ବୋଲି ଜଣାପଡିଛି। ଧର୍ମଗଡଠାରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇ ନବରଙ୍ଗପୁର ଏମ୍‌ପି ବଳଭଦ୍ର ମାଝି ଏହି ସୂଚନା ଦେଇଛନ୍ତି। ଏହାକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ଉତ୍ସାହ ଦେଖାଦେଇଛି।
ଚଳିତ ମାସରେ କେନ୍ଦ୍ର ବ୍ୟାବିନେଟରେ ଜୁନାଗଡ ନବରଙ୍ଗପୁର ଦୀର୍ଘ ୧୧୬ କି.ମି. ରେଳ ଲାଇନ ପ୍ରକଳ୍ପ ମଞ୍ଜୁର ହୋଇଛି। ତେବେ ଏଥିରେ ଧର୍ମଗଡକୁ ରେଳ ସଂଯୋଗୀକରଣ ପାଇଁ କୌଣସି ପ୍ରାବଧାନ ନ ଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା। ଏହାକୁ ନେଇ ଲୋକେ ରାଜ ରାସ୍ତାକୁ ଓହ୍ଲାଇଥିଲେ। ଏପରି କି ରେଳ ମନ୍ତ୍ରୀଙ୍କୁ ଲିଖିତ ଅଭିଯୋଗ କରିଥିଲେ। ତେବେ ଅଞ୍ଚଳବାସୀଙ୍କ ଆଗେବକୁ ନେଇ କଳାହାଣ୍ଡି ଏମ୍‌ପି ମାଳବିକା କେଶରୀ ଦେଓ, ଧର୍ମଗଡ ବିଧାୟକ ସୁଧୀର ରଞ୍ଜନ ପାଟ୍ଟଯୋଷୀ ଓ ନବରଙ୍ଗପୁର ଏମ୍‌ପି ବଳଭଦ୍ର ମାଝି ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରି ରେଳ ମନ୍ତ୍ରୀଙ୍କୁ ବ୍ୟକ୍ତିଗତ ଭାବେ ଅନୁରୋଧ କରିଥିଲେ। ଏହାକୁ ବିଚାରକୁ ନେଇ ଏହି ପ୍ରକଳ୍ପ ମଧ୍ୟରେ ଧର୍ମଗଡ ରେଳଷ୍ଟେଶନ ନାମରେ ଏକ ରେଳଷ୍ଟେଶନ ନିର୍ମାଣ ହେବ ବୋଲି ଗ୍ରିନ ସିଗ୍‌ନାଲ ମିଳିଥିବା ସୂଚନା ଦେଇଛନ୍ତି ନବରଙ୍ଗପୁର ଏମ୍‌ପି ବଳଭଦ୍ର ମାଝି। ଧର୍ମଗଡ ସହର ଉପଖଣ୍ଡ ସଦର ମହକୁମା ହୋଇଥିବା ବେଳେ ଏହା ଏକ ବ୍ୟବସାୟୀକ ପେଣ୍ଠସ୍ଥଳୀ। ସହରଠାରୁ ଅନତି ଦୂରରେ ରହିଛି ପଡୋଶୀ ରାଜ୍ୟ ଛତିଶଗଡ ସୀମା। ଧର୍ମଗଡକୁ ରେଳ ଲାଇନ ସଂଯୋଗ ନେଇ ଧର୍ମଗଡ ସିଟିଜନ ଫୋରମ ପକ୍ଷରୁ ବିଷ୍ଣୁ ଅଗ୍ରୱାଲ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଓ ରେଳ ବିଭାଗ ପାଖରେ ଏକ ଗ୍ରିଭାନ୍ସ ପିଟିସନ ମଧ୍ୟ ଦାଖଲ କରିଥିଲେ। ତେବେ ବତ୍ତର୍ର୍ମାନ ରାଜ୍ୟ ରେଳ ବିଭାଗ ପକ୍ଷରୁ ଧର୍ମଗଡ ରେଳ ଷ୍ଟେଶନ ନାମରେ ଏକ ରେଳ ଷ୍ଟେଶନ ନିର୍ମାଣ ହେବ ବୋଲି ଏକ ଲିଖିତ ପତ୍ର ମଧ୍ୟ ହସ୍ତଗତ ହୋଇଛି। ଯାହାକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ଆଶ୍ୱସ୍ତି ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଭାରତ ଠାରୁ ମିସାଇଲ କିଣିଲା ଆମେରିକା, ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୫।୪: ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତର ପ୍ରତିରକ୍ଷା ରପ୍ତାନି ସର୍ୱକାଳୀନ ସର୍ୱାଧିକ ସ୍ତରରେ ପହଞ୍ଚିଛି। ଏହା ବିଶ୍ୱ ଅସ୍ତ୍ରଶସ୍ତ୍ର ବଜାରରେ ଭାରତର ବର୍ଦ୍ଧିତ ଉପସ୍ଥିତିକୁ ସ୍ପଷ୍ଟ କରେ।…

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

ଏଠାରେ ପେଟ୍ରୋଲ ଦର ବିଶ୍ୱରେ ସବୁଠାରୁ ଅଧିକ; ଇରାନ ଯୁଦ୍ଧ ଯୋଗୁ ପରିସ୍ଥିତି ଆହୁରି ଖରାପ, ଜାଣନ୍ତୁ କାରଣ

ହଂକଂ,୫।୪: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀରେ ପରିବହନରେ ବାଧା ଯୋଗୁ ବିଶ୍ୱ ଶକ୍ତି ବଜାର ସମ୍ପୂର୍ଣ୍ଣ ଅସ୍ଥିର ହୋଇପଡ଼ିଛି। ଅଶୋଧିତ ତୈଳ ମୂଲ୍ୟ…

ଯୁଦ୍ଧ ଭିତରେ ବଡ଼ ଖବର, ହସ୍ପିଟାଲରେ ଭର୍ତ୍ତି ହେଲେ ଟ୍ରମ୍ପ? ସାରା ବିଶ୍ୱରେ ଚହଳ, ହ୍ବାଇଟ୍‌ ହାଉସ୍‌…

ୱାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଗତ କିଛି ଦିନ ହେବ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ସେ ଗୁରୁତର ଅସୁସ୍ଥ ହୋଇ…

ଆଉ ଏକ ଆମେରିକୀୟ ବିମାନକୁ ଖସାଇଲା ଇରାନ, ଦାବି କରି କହିଲା….

ତେହେରାନ,୫।୪: ଇରାନ ସହିତ ଚାଲିଥିବା ସଂଘର୍ଷରେ ଆମେରିକୀୟ ସେନା ପ୍ରବଳ କ୍ଷତି ସହୁଛି । ରବିବାର ଦିନ, ଇରାନର ଇସଲାମିକ୍ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଇସଫାହାନ…

ଲାଞ୍ଜିଗଡ଼ରେ ପ୍ରବେଶ ଉତ୍ସବ, ଖଡ଼ିଛୁଆଁ

ଲାଞ୍ଜିଗଡ,୫।୪(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଗୋଷ୍ଠୀ ଶିକ୍ଷା ବିଭାଗ ପକ୍ଷରୁ ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ ତଥା ଖଡ଼ିଛୁଆଁ ଶନିବାର ଅନୁଷ୍ଠିତ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri