Posted inଜାତୀୟ

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଣିଲେ ସଙ୍ଗୀନ ଅଭିଯୋଗ: ସାବରମତି ଏକ୍ସପ୍ରେସ ଦୁର୍ଘଟଣା ଏକ ଷଡଯନ୍ତ୍ର…

କାନପୁର,୧୭।୮:ସାବରମତି ଏକ୍ସପ୍ରେସ କାନପୁର ନିକଟରେ ଲାଇନଚ୍ୟୁତ ହୋଇଛି। ଟ୍ରେନର ୨୨ଟି ବଗି ଲାଇନଚ୍ୟୁତ୍‌ ହୋଇଥିବା ସୂଚନା ମିଳିଛି। ଏହି ଘଟଣାରେ କେହି ଆହତ ହୋଇ ନ ଥିବା ଜଣାପଡିଛି। ଯାତ୍ରୀମାନଙ୍କୁ କାନପୁରକୁ ନେବା ପାଇଁ ବସ ଉକ୍ତ ସ୍ଥାନରେ ପହଞ୍ଚିଛି। ସାବରମତି ଏକ୍ସପ୍ରେସ ଟ୍ରେନ ଦୁର୍ଘଟଣାରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ନିଜର ପ୍ରତିକ୍ରିୟା ଦେଇଛନ୍ତି। ସେ ଏହାକୁ ଏକ ଷଡଯନ୍ତ୍ର ବୋଲି କହିଛନ୍ତି। ଅଶ୍ୱିନୀ ବୈଷ୍ଣବ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଲେଖିଛନ୍ତି, ସାବରମତି ଏକ୍ସପ୍ରେସ (ବାରାଣାସୀରୁ ଅହମ୍ମଦାବାଦ)ର ଇଞ୍ଜିନ ଆଜି ଭୋର ୨: ୩୫ରେ କାନପୁର ନିକଟରେ ଥିବା ଟ୍ରାକରେ ରଖାଯାଇଥିବା ଏକ ବସ୍ତୁକୁ ଧକ୍କା ଦେଇ ଖସିପଡିଥିଲା। ତୀକ୍ଷ୍ଣ ଆଘାତ ଚିହ୍ନ ଦେଖିବାକୁ ମିଳିଛି। ଏହାର ପ୍ରମାଣ ସଂରକ୍ଷିତ କରାଯାଇଛି। ଆଇବି ଏବଂ ୟୁପି ପୋଲିସ ମଧ୍ୟ ଏହା ଉପରେ କାର୍ଯ୍ୟ କରୁଛନ୍ତି। ଏହି ଦୁର୍ଘଟଣାରେ କୌଣସି ଯାତ୍ରୀ କିମ୍ବା କର୍ମଚାରୀ ଆହତ ହୋଇନାହାଁନ୍ତି। ଯାତ୍ରୀମାନେ ଅହମ୍ମଦାବାଦରୁ ଅଧିକ ଯାତ୍ରା କରିବା ପାଇଁ ଟ୍ରେନ ବ୍ୟବସ୍ଥା କରାଯାଇଛି।
ଭାରତୀୟ ରେଳବାଇରୁ ମିଳିଥିବା ସୂଚନା ଅନୁଯାୟୀ, ଟ୍ରେନ ନମ୍ବର ୧୯୧୬୮, ସାବରମତି ଏକ୍ସପ୍ରେସ କାନପୁର ଏବଂ ଭୀମସେନ ଷ୍ଟେଶନ ମଧ୍ୟରେ ଟ୍ରେନ୍‌ ଏକ ପଥର ସହ ମାଡ଼ ହୋଇଥିଲା। ଫଳରେ କ୍ୟାଟ୍‌ଲ୍‌ ଗାର୍ଡ କ୍ଷତିଗ୍ରସ୍ତ ହୋଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚାୟତ ନିର୍ବାଚନ ପାଇଁ ସଂଗଠନ ସୁଦୃଢ଼ କରିବାକୁ କଂଗ୍ରେସର ଆହ୍ବାନ

ଥୁଆମୂଳ ରାମପୁର,୨୨ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରସ୍ଥିତ ବରଙ୍ଗା ତୋଟାଠାରେ ଥୁଆମୂଳ ରାମପୁର ପଞ୍ଚାୟତ କଂଗ୍ରେସ କମିଟି ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ କର୍ମୀ ସମ୍ମିଳନୀ ଅନୁଷ୍ଠିତ…

ସ୍ବିଜରଲ୍ୟାଣ୍ଡ ବୈଠକ ଶେଷ: ହର୍ମୁଜରେ ହଟିଲା ଅବରୋଧ, ସମ୍ପତ୍ତି ଫ୍ରିଜ ଆରମ୍ଭ, ହେଲେ ଏବେବି ବାକି ଅଛି…

ତେହରାନ,୨୨।୬: ସ୍ବିଜରଲ୍ୟାଣ୍ଡରେ ଆମେରିକା ଏବଂ ଇରାନ ମଧ୍ୟରେ ବୈଠକ ଶେଷ ହୋଇଛି। ଇରାନ ବୈଠକ ଶେଷ ହେବାର ଘୋଷଣା କରିଛି ଏବଂ ସମାଧାନ ହୋଇଥିବା ସମସ୍ୟାଗୁଡ଼ିକୁ ଉଲ୍ଲେଖ…

ତୁର୍କୀରେ ଇତିହାସ ରଚିଲେ କଳାହାଣ୍ଡି ପୁଅ ଆକାଶ, ଭାରତ ପାଇଁ ଆଣିଲେ…

ଭବାନୀପାଟଣା,୨୨ା୬(ଉତ୍ତମ କୁମାର ଦାଶ): ତୁର୍କୀ ଦେଶର ମରସିନ ସହରରେ ଗତ ୧୮ରୁ ଚାଲିଥିବା ଓ୍ବାଲର୍‌ଡ ଆବିଲିଟିସ୍ପୋର୍ଟ ୟୁଥ୍‌ ଗେମ୍ସ-୨୦୨୬ରେ କଳାହାଣ୍ଡି ପୁଅ ଆକାଶ ରଞ୍ଜନ ମୁଣ୍ଡ ଇତିହାସ…

ଏଇ ଭାରତରେ

ଦିଲ୍ଲୀର ‘ମାଠିଆ ମଣିଷ’ ନଟରାଜନ- ଏଭଳି ସମ୍ବୋଧନ ଅଜବ ଲାଗୁଥିଲେ ବି ଏହା ପଛରେ ରହିଛି ଏକ ବାସ୍ତବ କାହାଣୀ। ନଟରାଜନ ଦିଲ୍ଲୀର ଲୋକଙ୍କୁ ଥଣ୍ଡା ମାଠିଆ…

ପୁଞ୍ଜି ବଜାରରେ ଅବିଶ୍ୱାସ

ଞ୍ଜି ବଜାର ଏକ ଦେଶର ଅର୍ଥନୀତିର ଦର୍ପଣ ସଦୃଶ। ଏହା କେବଳ ଶେୟାର ଓ ଅନ୍ୟାନ୍ୟ ଆର୍ଥିକ ସମ୍ପତ୍ତିର କାରବାର ସ୍ଥଳ ନୁହେଁ, ବରଂ ଏହା ସଞ୍ଚୟ…

ସତ୍ୟର ପ୍ରୟୋଗ ବନାମ କାଳର ପ୍ରଭାବ

ବଡ଼ ବଡ଼ ମାଛ ଛୋଟ ଛୋଟ ମାଛକୁ ଖାଇ ସଫା କରିଦେଲା ପରି ବଡ଼ ବଡ଼ ଖବର ଦାଉରେ ଆଜିକାଲି ଛୋଟ ଛୋଟ ଖବର ଆଖିରେ ପଡ଼ୁନାହାନ୍ତି।…

ଇସ୍ତଫା ଦେବେ ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ

ଲଣ୍ଡନ,୨୨ା୬: ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ପଦରୁ କିର୍‌ ଷ୍ଟାର୍ମର ଇସ୍ତଫା ଦେବାକୁ ଯାଉଥିବା ରବିବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ କହିଛନ୍ତି। ଆଣ୍ଡି ବର୍ନହାମ୍‌ଙ୍କୁ ନୂଆ ପ୍ରଧାନମନ୍ତ୍ରୀ ଭାବେ…

ସ୍ବିଜରଲ୍ୟାଣ୍ଡରେ ଆମେରିକା-ଇରାନ ପ୍ରଥମ ପର୍ଯ୍ୟାୟ ଆଲୋଚନା ଶେଷ, ଉଚ୍ଚସ୍ତରୀୟ କମିଟି ଉପରେ ସହମତ, ଜାଣନ୍ତୁ କ’ଣ କହିଲେ ଆରାଘଚି

ବେର୍ନ,୨୨।୬: ସ୍ବିଜରଲ୍ୟାଣ୍ଡରେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ଶେଷ ହୋଇଛି। ଏହି ଆଲୋଚନାର ଅଂଶ ସ୍ବରୂପ ଉଭୟ ପକ୍ଷ ଏକ ଉଚ୍ଚସ୍ତରୀୟ କମିଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri