ଏମ୍‌ପିଙ୍କ ଚାଳଘରେ ଖାଇଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ସଜନାଗଡ଼,୭।୧(ଡି.ଏନ.ଏ.): ବାଲେଶ୍ୱର ଗସ୍ତରେ ଆସିଥିବା ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ବାଲେଶ୍ୱର ଷ୍ଟେଶନରେ ମେମୁ ଟ୍ରେନ ଚଳାଚଳ ଶୁଭାରମ୍ଭ ଓ ନୀଳଗିରି ଗୋପୀନାଥପୁରରେ ଷ୍ଟେଶନ ଶିଳାନ୍ୟାସ କରିବା ପରେ ଅପରାହ୍ନରେ ଏମ୍‌ପି ପ୍ରତାପଚନ୍ଦ୍ର ଷଡ଼ଙ୍ଗୀଙ୍କ ଗାଁ ଗୋପୀନାଥପୁରରେ ପହଞ୍ଚିଥିଲେ। ସେଠାରେ ଗ୍ରାମବାସୀ ତାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଜଣାଇ ପାଛୋଟି ନେଇଥିଲେ। ଏହାପରେ ରେଳମନ୍ତ୍ରୀ ଅଶ୍ୱିନୀ ଏମ୍‌ପିଙ୍କ ଚାଳଘରେ କଦଳୀପତ୍ରରେ ଖାଦ୍ୟ ଭୋଜନ କରିଥିଲେ। ଭାତ, ଡାଲି, ଘାଣ୍ଟ, ମିକ୍ସ ତରକାରୀ, ଦହି ବାଇଗଣ, ବିଲାତି ଖଟା, ବୋଇତାଳୁ ଫୁଲ ବଡ଼ା, କାନିକା, ମଣ୍ଡା ପିଠା, ପୋଡ଼ ପିଠା, ଜହ୍ନି ଆଳୁ ପୋସ୍ତ, ଶାଗ, ଫୁଟ୍‌ଗୁଡ଼ି-ଆଳୁ ଭଜା, କଦଳୀ ଚୋପା ପତୁଆ, କଦଳୀ ଚିପ୍ସ, ଶିମ୍ବ ଭଜା, ବଡ଼ିଚୁରା, ଇଞ୍ଚଡ଼ ତରକାରୀ, ପନିର ତରକାରୀ ଆଦି ମନ୍ତ୍ରୀଙ୍କୁ ପରସା ଯାଇଥିଲା। କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ତଳେ ବସି ବେଶ୍‌ ଆଗ୍ରହର ସହ ଖାଇବା ସହ ନଳକୂପରୁ ପାଣି ମଧ୍ୟ ପିଇଥିଲେ। ରେଳମନ୍ତ୍ରୀଙ୍କ ସହିତ କେନ୍ଦ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁ, ସ୍ଥାନୀୟ ବିଧାୟକ ଇଂ. ସୁକାନ୍ତ କୁମାର ନାୟକ ଓ ଅନ୍ୟ ଭାଜପା ନେତୃବୃନ୍ଦ ଭୋଜନରେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାହୀ ଯନ୍ତ୍ରୀଙ୍କ ଅମାପ ସମ୍ପତ୍ତି: ୨୩ କୋଠରୀ ବିଶିଷ୍ଟ ୪ ମହଲା ଲଜ୍‌ ସହ ୮ଟି ପ୍ଲଟ୍‌ ଠାବ

କୋରାପୁଟ/ବଲାଙ୍ଗୀର, ୧୩।୭ (ଅମିତାଭ ବେହେରା/ସୁନିଲ କୁମାର ମହାନ୍ତି): ଓଡ଼ିଶା କନଷ୍ଟ୍ରକ୍ସନ୍ କର୍ପୋରେସନ୍‌ (OCCL)ର ନିର୍ବାହୀ ଯନ୍ତ୍ରୀ ସଞ୍ଜୟ କୁମାର କିସପଟ୍ଟାଙ୍କ ବିରୋଧରେ ଆୟବହିର୍ଭୂତ ସମ୍ପତ୍ତି ଠାବ ଅଭିଯୋଗରେ…

୪ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା: ଏହି ସବୁ ଜିଲାରେ ୨୪ ଘଣ୍ଟାରେ…

ଭୁବନେଶ୍ୱର, ୧୩।୭: ୪ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା । ୨୪ ଘଣ୍ଟା ପାଇଁ ୧୪ ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ତେବେ କେନ୍ଦୁଝର,…

ନିଜେ ରୋଲର ଚଲାଇ ଡ୍ରଗ୍ସ ନଷ୍ଟ କଲେ ମୁଖ୍ୟମନ୍ତ୍ରୀ: ୧୦ ଦିନ ମଧ୍ୟରେ ୪୭୨ କୋଟିର…

ଗୁଆହାଟୀ,୧୩।୭: ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ସର୍ମା ନାଲବାରୀ ଜିଲାର ଦୌଲାସାଲସ୍ଥିତ ୧୪ତମ ଆସାମ ପୋଲିସ ବାଟାଲିୟନରେ ଏକ ରାଜ୍ୟସ୍ତରୀୟ ନିଶା ନିବାରଣ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି।…

ବଲାଙ୍ଗୀର ସହରର ବ୍ୟବସାୟୀଙ୍କ ମିଳୁନି ପତ୍ତା : କଲ୍ କଲେ ଫୋନ ସ୍ୱିଚ୍‌ ଅଫ୍‌

ବଲାଙ୍ଗୀର, ୧୩।୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ପ୍ୟାଲେସ ଲାଇନ୍ ଅଞ୍ଚଳର ବାସିନ୍ଦା ତଥା ବ୍ୟବସାୟୀ ମୃତ୍ୟୁଞ୍ଜୟ ପଟ୍ଟନାୟକ ରବିବାରଠାରୁ ନିଖୋଜ ଥିବା ନେଇ ଅଭିଯୋଗ…

ଅସୁସ୍ଥ ମା’, ଗ୍ରୁପ୍ ଋଣ ଚିନ୍ତାରେ ଏମିତି କାଣ୍ଡ କରିଦେଲେ ପୁଅ

ଭଞ୍ଜନଗର,୧୩।୭ (ବାବୁଲା ପ୍ରଧାନ): ଆର୍ଥିକ ଅନାଟନରେ ପଡ଼ି ମଣିଷ ଅନେକ ସମୟରେ ଭୁଲ ପଦକ୍ଷେପ ନେଇଥାଏ। ପରବର୍ତ୍ତୀ ସମୟରେ ତାହାର ପରିଣାମ ଭୟାବହ ହୋଇଥାଏ। ଏଭଳି ଏକ…

କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀଙ୍କ ୨ ଦିନିଆ ଦାରିଙ୍ଗବାଡି ଗସ୍ତ: ବିଭିନ୍ନ ପ୍ରକଳ୍ପର ଉଦ୍ଘାଟନ, ରଥଯାତ୍ରାରେ ଦେବେ ଯୋଗ

ଦାରିଙ୍ଗବାଡ଼ି, ୧୩।୭ (ଅରୁଣ ସାହୁ): କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀଙ୍କ  ୨ ଦିନିଆ ଦାରିଙ୍ଗବାଡି ଗସ୍ତ  କାର୍ଯ୍ୟକ୍ରମ ରହିଛି | ଏହାକୁ ନେଇ କନ୍ଧମାଳ ଜିଲାର…

ଇସ୍କନ ରଥଯାତ୍ରା ପାଇଁ ରାଜଧାନୀରେ ଟ୍ରାଫିକ୍‌ କଟକଣା: ୟୁନିଟ୍-୮ରୁ ସିଆରପି ଛକ ପର୍ଯ୍ୟନ୍ତ…

ଭୁବନେଶ୍ୱର, ୧୨।୭: ରାଜଧାନୀ ଭୁବନେଶ୍ୱରରେ ଇସ୍କନ ପକ୍ଷରୁ ଆୟୋଜିତ ହେବାକୁ ଥିବା ରଥଯାତ୍ରାକୁ ସୁରୁଖୁରୁରେ ସମ୍ପନ୍ନ କରିବା ପାଇଁ ଭୁବନେଶ୍ୱର କମିଶନରେଟ୍ ପୋଲିସ ପକ୍ଷରୁ ସ୍ୱତନ୍ତ୍ର ଟ୍ରାଫିକ୍‌…

ହୋଟେଲ ରୁମରେ ଅନ୍ୟ ମହିଳାଙ୍କ ସହ ସ୍ବାମୀଙ୍କୁ ଦେଖିଲେ ସ୍ତ୍ରୀ; ତା’ପରେ ହୋଟେଲରୁ ପୋଲିସ ଷ୍ଟେଶନ…

ଇନ୍ଦୋର,୧୩।୭: ମଧ୍ୟପ୍ରଦେଶର ରେୱାର ସମନ ପୋଲିସ ଷ୍ଟେଶନ ଅଞ୍ଚଳର ଏକ ହୋଟେଲରେ ଜଣେ ମହିଳା ପହଞ୍ଚି ତାଙ୍କ ସ୍ବାମୀଙ୍କୁ ଅନ୍ୟ ମହିଳାଙ୍କ ସହିତ ଥିବା ଅଭିଯୋଗ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri