Posted inଜାତୀୟ

ବିରୋଧ ପ୍ରଦର୍ଶନ ଯୋଗୁ ଫସି ରହିଥିବା ରେଳ ଯାତ୍ରୀଙ୍କୁ ମିଳିବ ଖାଦ୍ୟ-ପାନୀୟ: ଅଶ୍ୱିନି ବୈଷ୍ଣବ

ନୂଆଦିଲ୍ଲୀ,୧୯ ।୬: କେନ୍ଦ୍ର ସରକାରଙ୍କ ‘ଅଗ୍ନିପଥ‘ ଯୋଜନାକୁ ବିରୋଧ କରି ସାରା ଦେଶରେ ପ୍ରଦର୍ଶନ ଜାରି ରହିଛି । ଫଳରେ ଏହାର ପ୍ରଭାବ ଟ୍ରେନ ଚଳାଚଳ ଉପରେ ଅଧିକ ପଡିଛି । ଏପଟେ ପ୍ରଦର୍ଶନକାରୀମାନେ ଟ୍ରେନରେ ନିଆଁ ଲଗାଇଦେବା ଫଳରେ ସବୁଠାରୁ ଅଧିକ କ୍ଷତି ହୋଇଛି ରେଲୱେର । ବିରୋଧ ପ୍ରଦର୍ଶନ ଯୋଗୁ ଅଧିକାଂଶ ଟ୍ରେନକୁ ବାତିଲ କରାଯାଇଥିବା ବେଳେ କିଛି ଟ୍ରେନର ଗତିପଥକୁ ପରିବର୍ତ୍ତନ କରି ଦିଆଯାଇଛି । ଏହା ଫଳରେ ଯାତ୍ରୀମାନେ ଅଟକି ରହିବା ସହ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଏହାକୁ ଦୃଷ୍ଟିରେ ରଖି ରେଳମନ୍ତ୍ରୀ ଅଶ୍ୱିନି ବୈଷ୍ଣବ ସମସ୍ତ ଡିଏମ ଓ ଡିଆରଏମଙ୍କୁ କହିଛନ୍ତି, ବିରୋଧ ପ୍ରଦର୍ଶନ ବେଳେ ଯେଉଁ ରେଳଯାତ୍ରୀମାନେ ଫସି ରହିଥିବା ନଜରକୁ ଆସୁଛି ସେମାନଙ୍କୁ ରେଲୱେ ପକ୍ଷରୁ ଖାଦ୍ୟ ଓ ପାନୀୟ ଯୋଗାଇ ଦିଆଯାଉ ।
ସୂଚନାଯୋଗ୍ୟ, ଅଗ୍ନିପଥ ଯୋଜନାକୁ ନେଇ ହେଉଥିବା ବିରୋଧ ପ୍ରଦର୍ଶନ ଯୋଗୁ ଶନିବାର ୩୬୯ ଟ୍ରେନକୁ ବାତିଲ କରାଯାଇଛି । ଏଥିମଧ୍ୟରୁ ୨୧୦ ଏକ୍ସପ୍ରେସ ଟ୍ରେନ ଥିବା ବେଳେ ୧୫୯ ପାସେଞ୍ଜର ଟ୍ରେନ୍ ରହିଛି । ୨ଟି ମେଲ ଏକ୍ସପ୍ରେସକୁ ଆଶିଂକ ଭାବେ ବାତିଲ କରାଯାଇଥିବାରୁ ବାତିଲ ହୋଇଥିବା ମୋଟ ଟ୍ରେନ ସଂଖ୍ୟା ରହିଛି ୩୭୧ ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରୋସେଶନରେ ବାଣ ପଡ଼ି ଜଳିଗଲା ଘର, ୬ ଜୀବନ୍ତ ଦଗ୍ଧ

ପାଟନା,୨୬ା୪: ବିହାରର ଦରଭଙ୍ଗା ଜିଲା ଅଣ୍ଟୋର ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ବରଯାତ୍ରୀ ଆସୁଥିବା ବେଳେ ପ୍ରୋସେଶନରେ ବାଣ ଫୁଟା ଯାଉଥିଲା। ଠିକ୍‌ ଏହି...

ଏନକ୍ରିପସନ୍ ହଟାଇବାକୁ ପାଇଁ କୁହାଗଲେ ଭାରତରେ ପରିଚାଳନା ବନ୍ଦ, ଦିଲ୍ଲୀ ହାଇକୋର୍ଟଙ୍କ କହିଲା ହ୍ବାଟ୍ସଆପ୍‌

ନୂଆଦିଲ୍ଲୀ,୨୬।୪: ସୋସିଆଲ ମିଡିଆ ପ୍ଲାଟଫର୍ମ ହ୍ବାଟ୍ସଆପ୍‌ ସ୍ପଷ୍ଟ ଭାବେ କହିଛି ଯେ ଯଦି ଏନକ୍ରିପସନ୍ ହଟାଇବାକୁ କୁହାଯାଏ ତେବେ ଏହା ଭାରତ ଛାଡିବ। ହ୍ବାଟ୍ସଆପ୍‌ ଦିଲ୍ଲୀ...

ମତଦାନ ପୂର୍ବରୁ ଲୋକଙ୍କୁ ଏମିତି ଅନୁରୋଧ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୬।୪: ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପୂର୍ବରୁ ରେକର୍ଡ ସଂଖ୍ୟାରେ ଭୋଟ ଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକଙ୍କୁ ଅନୁରୋଧ କରିଛନ୍ତି। ପିଏମ ମୋଦି ସାସିଆଲ ମିଡିଆରେ...

ପ୍ରଦୂଷିତ ଶିପ୍ରାରେ ବୁଡ଼ ପକାଇଲେ କଂଗ୍ରେସ ପ୍ରାର୍ଥୀ

ଉଜ୍ଜୟିନୀ: ଉଜ୍ଜୟିନୀର ଶିପ୍ରା ନଦୀ କ୍ରମାଗତ ଭାବେ ପ୍ରଦୂଷିତ ହୋଇଚାଲିଛି। ନିକଟସ୍ଥ ବିଭିନ୍ନ ଡ୍ରେନର ଜଳ ଏହି ନଦୀରେ ମିଶୁଥିବାରୁ ଏହାର ପ୍ରଦୂଷଣର ମାତ୍ରା ବଢ଼ି...

ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟଙ୍କ ସମ୍ପତ୍ତି ୫ ବର୍ଷରେ ୨୯୮୬% ବଢ଼ିଛି

ନୂଆଦିଲ୍ଲୀ,୨୬ା୪:ବେଙ୍ଗାଲୁରୁ ସାଉଥ୍‌ ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଥିବା ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟଙ୍କ ସମ୍ପତ୍ତି ୪.୧୦ କୋଟି ଟଙ୍କା ବୋଲି ସେ ନିର୍ବାଚନ...

ଭାରତରେ ୭୨.୪ କୋଟି ଏଆଇ ୟୁଜର୍ସ

ନୂଆଦିଲ୍ଲୀ, ୨୬।୪:ଭାରତରେ ଏବେ କୃତ୍ରିମ ବୁଦ୍ଧିମତ୍ତା(ଏଆଇ) ବହୁଳ ଭାବେ ବ୍ୟବହାର ହେଉଛି। ଦେଶର ୯୦ ଭାଗ ଇଣ୍ଟରନେଟ ବ୍ୟବହାରକାରୀଙ୍କ ଜୀବନରେ ଏଆଇ ସ୍ପର୍ଶ କରିସାରିଛି। ମାର୍କେଟିଂ...

ମାଧବୀଲତାଙ୍କ ମୋଟ ସମ୍ପତ୍ତି ଜାଣିଲେ ହେବେ ଆଶ୍ଚର୍ଯ୍ୟ

ହାଇଦ୍ରାବାଦ, ୨୬।୪:ତେଲଙ୍ଗାନାର ହାଇଦ୍ରାବାଦ ଲୋକ ସଭା ଆସନରୁ ଭାଜପା ଟିକେଟରେ ପ୍ରାର୍ଥୀ ହୋଇଥିବା କେ. ମାଧବୀଲତାଙ୍କର ୨୨୧ କୋଟି ଟଙ୍କାର ପାରିବାରିକ ସମ୍ପତ୍ତି ରହିଛି। ମାଧବୀ,...

ମୋଦିଙ୍କୁ ନିମନ୍ତ୍ରଣ କଲେ ମେଲୋନି

ନୂଆଦିଲ୍ଲୀ, ୨୬ା୪:ଜୁନ୍‌ରେ ହେବାକୁ ଥିବା ଜି-୭ ସମ୍ମିଳନୀରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଇଟାଲୀ ପ୍ରଧାନମନ୍ତ୍ରୀ ଜିୟୋର୍ଜିଆ ମେଲୋନି ଟେଲିଫୋନ ଯୋଗେ ଗୁରୁବାର ନିମନ୍ତ୍ରଣ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri