କଟକ ରେଳଷ୍ଟେଶନ ନିର୍ମାଣ କାର୍ଯ୍ୟ ଅନୁଧ୍ୟାନ କଲେ ରେଳମନ୍ତ୍ରୀ 

କଟକ,୧୪ା୧(କାର୍ତ୍ତିକ ସାହୁ): କଟକ ରେଳଷ୍ଟେଶନ ବିଶ୍ୱସ୍ତରୀୟ ମାନ୍ୟତା ପାଇବ। ଏଥିପାଇଁ ରୂପାନ୍ତରିକରଣ କାର୍ଯ୍ୟ ଦ୍ରୁତଗତିରେ ଆଗେଇ ଚାଲିଛି। ବିଶ୍ୱସ୍ତରୀୟ ଷ୍ଟେଶନର ମଡେଲ ଅନୁସାରେ ଏହାର ତ୍ୱରିତ ନିର୍ମାଣ କାର୍ଯ୍ୟକୁ ଦେଖି ରବିବାର ସନ୍ତୋଷ ପ୍ରକାଶ କରିଛନ୍ତି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ।
କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ବାଲେଶ୍ୱରରୁ ଭୁବନେଶ୍ୱର ଫେରିବା ବେଳେ  କଟକ ଷ୍ଟେଶନରେ ରବିବାର ସନ୍ଧ୍ୟାରେ ଓହ୍ଲାଇ ଥିଲେ। କଟକ ରେଳ ଷ୍ଟେସନର ଆଧୁନିକୀକରଣ ତଥା ରୂପାନ୍ତରିକରଣ ପାଇଁ ଚାଲିଥିବା ବିଭିନ୍ନ ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଥିଲେ। କଟକ ରେଳଷ୍ଟେଶନକୁ ବିଶ୍ୱସ୍ତରୀୟ କରାଯିବା ପାଇଁ କିଛି ଦିନ ତଳେ ଆରମ୍ଭ ହୋଇଥିବା ନିର୍ମାଣ କାର୍ଯ୍ୟକୁ ଦେଖି ବହୁତ ଖୁସି ଲାଗୁଛି ବୋଲି ସେ କହିଛନ୍ତି।
ବିଶ୍ୱସ୍ତରୀୟ ରେଳଷ୍ଟେସନର ନିର୍ମାଣ କାର୍ଯ୍ୟ ଅତ୍ୟନ୍ତ ସନ୍ତୋଷଜନକ କହିବା ସହ ଶୀଘ୍ର ନିର୍ମାଣ କାର୍ଯ୍ୟ ସାରିବାକୁ ଅଧିକାରୀ ଓ ଯନ୍ତ୍ରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ରେଳମନ୍ତ୍ରୀ ବୈଷ୍ଣବ କହିଲେ ଯେ, ପ୍ରଧାନମନ୍ତ୍ରୀ ମୋଦିଙ୍କ ଓଡ଼ିଶା ପ୍ରତି ସଦିଚ୍ଛା ରହିଛି। ବିଶ୍ୱସ୍ତରୀୟ ରେଳଷ୍ଟେସନର ନିର୍ମାଣ ପରେ ସେଥିରେ ଗୋଟିଏ ବଡ଼ ରୁଫ୍‌ ପ୍ଲାଜା ରହିବ। ସେଥିରେ ଓଡ଼ିଶାର ଖାଦ୍ୟର ଷ୍ଟଲ ରହିବ। ଏଥିସହ ସ୍ଥାନୀୟ ଅଞ୍ଚଳରେ ପ୍ରସ୍ତୁତ ହେଉଥିବା ସାମଗ୍ରୀଗୁଡ଼ିକର ଷ୍ଟଲ ମଧ୍ୟ ରହିବ।
 କଟକ ରେଳଷ୍ଟେସନରେ ଗତ ୧୨ ତାରିଖରେ ଖୋଲିଥିବା ମାଣିଆ ବନ୍ଧ ହସ୍ତଶିଳ୍ପ ଶାଢ଼ୀ ଷ୍ଟଲ ପରିଦର୍ଶନ କରି କହିଲେ ଯେ, ସେ ମାଣିଆବନ୍ଧ ପରିଦର୍ଶନରେ ଯାଇଥିବା ବେଳେ ମାଣିଆବନ୍ଧର ବୁଣାକାରମାନେ ସେମାନଙ୍କ ହସ୍ତଶିଳ୍ପ ସାମଗ୍ରୀକୁ କଟକ ରେଲଷ୍ଟେଶନରେ ପ୍ରଦର୍ଶନ ପାଇଁ ଏକ ଷ୍ଟଲ ଖୋଲିବାକୁ ଅନୁରୋଧ କରିଥିଲେ। କେନ୍ଦ୍ର ସରକାରଙ୍କ ଗୋଟିଏ ଷ୍ଟେସନ ଗୋଟିଏ ଉତ୍ପାଦ ଯୋଜନାରେ ଏହି ଷ୍ଟଲ ଖୋଲିବାକୁ ରେଳମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିଲେ। ରେଳମନ୍ତ୍ରୀଙ୍କ ପରିଦର୍ଶନ ସମୟରେ ପୂର୍ବତଟ ରେଳବାଇର ମହାପ୍ରବନ୍ଧକ ମନୋଜ ଶର୍ମା, ଖୋର୍ଦ୍ଧା ରୋଡ଼ ମଣ୍ଡଳ ରେଳ ପ୍ରବନ୍ଧକ ଏଚ୍‌.ଏସ୍‌. ବାଜଓ୍ବାଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri