ଆଗେଇବ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୨୧ା୧: ରାଜ୍ୟର ରାସ୍ତା ସଂଯୋଗକୁ ମଜଭୁତ କରିବାରେ ରେଲଓ୍ବେ ଓଭରବ୍ରିଜ୍‌ (ଆର୍‌ଓବି) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ରେଲଓ୍ବେ ଲେଭଲକ୍ରସିଂକୁ ଆର୍‌ଓବିରେ ପରିବର୍ତ୍ତନ କରିବା ଦ୍ୱାରା ଯାନ ଚଳାଚଳ ଭିଡ଼ ହ୍ରାସ ପାଇବା ସହ ଯାତ୍ରା ସମୟ ହ୍ରାସ ହୋଇପାରେ ଏବଂ ଜୀବନ ଓ ସମ୍ପତ୍ତିର ସୁରକ୍ଷା ବୃଦ୍ଧି ପାଇଥାଏ।

ଏହି ପରିପ୍ରେକ୍ଷୀରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରସ୍ତାବିତ ୧୬୬ଟି ରେଲଓ୍ବେ ଓଭରବ୍ରିଜ ନିର୍ମାଣ ଅଗ୍ରଗତିର ସମୀକ୍ଷା ପାଇଁ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ପୂର୍ତ୍ତ ବିଭାଗର ପ୍ରମୁଖ ସଚିବ ସଞ୍ଜୟ କୁମାର ସିଂହ ଅଧ୍ୟକ୍ଷତା କରିଥିବାବେଳେ ପୂର୍ବତଟ ରେଳପଥର ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ।

ଗତ କିଛିବର୍ଷ ଧରି ଆର୍‌ଓବି ପ୍ରକଳ୍ପଗୁଡ଼ିକର ଅଗ୍ରଗତି ମନ୍ଥର ରହିଥିବାବେଳେ ଭାରତ ସରକାରଙ୍କ ୨୦୨୪ ରେଳନୀତିର ବ୍ୟବହାର ଯୋଗୁ ପୂର୍ବତଟ ରେଳପଥ ନିଜ ଖର୍ଚ୍ଚରେ ୯୬ଟି ରେଳ ଓଭରବ୍ରିଜ ନିର୍ମାଣ କରିବ ବୋଲି ବୈଠକରେ ନିଷ୍ପତ୍ତି ନିଆଯାଇଛି। ସେହିପରି ଆପ୍ରୋଚ୍‌ ରୋଡ୍‌ ପାଇଁ ଜମି ଅଧିଗ୍ରହଣ, ନିର୍ମାଣର ଗୁଣବତ୍ତା, ନିର୍ଦ୍ଧାରିତ ସମୟ ମଧ୍ୟରେ କାର୍ଯ୍ୟ ସମ୍ପୂର୍ଣ୍ଣ ଓ ବିଭିନ୍ନ ରାଜ୍ୟର ପ୍ରଶାସନ ସହ ସମନ୍ବୟ ବୃଦ୍ଧି ନେଇ ଆଲୋଚନା ହୋଇଥିଲା।

୧୧୨ଟି ରେଲଓ୍ବେ ଓଭରବ୍ରିଜ ପାଇଁ ଆପ୍ରୋଚ୍‌ ରୋଡ୍‌ର ଜମି ଅଧିଗ୍ରହଣ କାର୍ଯ୍ୟ ପାଇଁ ନୋଡାଲ ଅଧିକାରୀମାନଙ୍କୁ ନିଯୁକ୍ତ କରାଯାଇଛି। ବୈଠକରେ ପୂର୍ତ୍ତ ବିଭାଗ ମୁଖ୍ୟଯନ୍ତ୍ରୀ ତଥା ସ୍ବତନ୍ତ୍ର ସଚିବ ଲକ୍ଷ୍ମୀକାନ୍ତ ପାଢ଼ୀଙ୍କ ସମେତ ବିଭିନ୍ନ ବିଭାଗ ଓ ପୂର୍ବତଟ ରେଳପଥର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ଏହି ପଦକ୍ଷେପ ରାଜ୍ୟରେ ଯାତାୟତ ସୁବିଧା ବୃଦ୍ଧି ସହ ସୁରକ୍ଷା ଓ ଅର୍ଥନୈତିକ ବିକାଶକୁ ନୂଆ ଗତି ଦେବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri