ଆଗେଇବ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୨୧ା୧: ରାଜ୍ୟର ରାସ୍ତା ସଂଯୋଗକୁ ମଜଭୁତ କରିବାରେ ରେଲଓ୍ବେ ଓଭରବ୍ରିଜ୍‌ (ଆର୍‌ଓବି) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ରେଲଓ୍ବେ ଲେଭଲକ୍ରସିଂକୁ ଆର୍‌ଓବିରେ ପରିବର୍ତ୍ତନ କରିବା ଦ୍ୱାରା ଯାନ ଚଳାଚଳ ଭିଡ଼ ହ୍ରାସ ପାଇବା ସହ ଯାତ୍ରା ସମୟ ହ୍ରାସ ହୋଇପାରେ ଏବଂ ଜୀବନ ଓ ସମ୍ପତ୍ତିର ସୁରକ୍ଷା ବୃଦ୍ଧି ପାଇଥାଏ।

ଏହି ପରିପ୍ରେକ୍ଷୀରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରସ୍ତାବିତ ୧୬୬ଟି ରେଲଓ୍ବେ ଓଭରବ୍ରିଜ ନିର୍ମାଣ ଅଗ୍ରଗତିର ସମୀକ୍ଷା ପାଇଁ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ପୂର୍ତ୍ତ ବିଭାଗର ପ୍ରମୁଖ ସଚିବ ସଞ୍ଜୟ କୁମାର ସିଂହ ଅଧ୍ୟକ୍ଷତା କରିଥିବାବେଳେ ପୂର୍ବତଟ ରେଳପଥର ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ।

ଗତ କିଛିବର୍ଷ ଧରି ଆର୍‌ଓବି ପ୍ରକଳ୍ପଗୁଡ଼ିକର ଅଗ୍ରଗତି ମନ୍ଥର ରହିଥିବାବେଳେ ଭାରତ ସରକାରଙ୍କ ୨୦୨୪ ରେଳନୀତିର ବ୍ୟବହାର ଯୋଗୁ ପୂର୍ବତଟ ରେଳପଥ ନିଜ ଖର୍ଚ୍ଚରେ ୯୬ଟି ରେଳ ଓଭରବ୍ରିଜ ନିର୍ମାଣ କରିବ ବୋଲି ବୈଠକରେ ନିଷ୍ପତ୍ତି ନିଆଯାଇଛି। ସେହିପରି ଆପ୍ରୋଚ୍‌ ରୋଡ୍‌ ପାଇଁ ଜମି ଅଧିଗ୍ରହଣ, ନିର୍ମାଣର ଗୁଣବତ୍ତା, ନିର୍ଦ୍ଧାରିତ ସମୟ ମଧ୍ୟରେ କାର୍ଯ୍ୟ ସମ୍ପୂର୍ଣ୍ଣ ଓ ବିଭିନ୍ନ ରାଜ୍ୟର ପ୍ରଶାସନ ସହ ସମନ୍ବୟ ବୃଦ୍ଧି ନେଇ ଆଲୋଚନା ହୋଇଥିଲା।

୧୧୨ଟି ରେଲଓ୍ବେ ଓଭରବ୍ରିଜ ପାଇଁ ଆପ୍ରୋଚ୍‌ ରୋଡ୍‌ର ଜମି ଅଧିଗ୍ରହଣ କାର୍ଯ୍ୟ ପାଇଁ ନୋଡାଲ ଅଧିକାରୀମାନଙ୍କୁ ନିଯୁକ୍ତ କରାଯାଇଛି। ବୈଠକରେ ପୂର୍ତ୍ତ ବିଭାଗ ମୁଖ୍ୟଯନ୍ତ୍ରୀ ତଥା ସ୍ବତନ୍ତ୍ର ସଚିବ ଲକ୍ଷ୍ମୀକାନ୍ତ ପାଢ଼ୀଙ୍କ ସମେତ ବିଭିନ୍ନ ବିଭାଗ ଓ ପୂର୍ବତଟ ରେଳପଥର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ଏହି ପଦକ୍ଷେପ ରାଜ୍ୟରେ ଯାତାୟତ ସୁବିଧା ବୃଦ୍ଧି ସହ ସୁରକ୍ଷା ଓ ଅର୍ଥନୈତିକ ବିକାଶକୁ ନୂଆ ଗତି ଦେବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜେଡି ଭାନ୍ସ ଆମେରିକାକୁ ଏମିତି ଖବର ଦେଲେ ଯେ ଖୁସି ହୋଇଗଲା ହ୍ବାଇଟ ହାଉସ, ଜାଣନ୍ତୁ କ’ଣ…

ଓ୍ବାଶିଂଟନ,୨୧।୧: ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏବଂ ତାଙ୍କ ପତ୍ନୀ ଉଷା ଭାନ୍ସ ଜୁଲାଇ ଶେଷ ଭାଗରେ ସେମାନଙ୍କର ଚତୁର୍ଥ ସନ୍ତାନ ଆଶା କରୁଛନ୍ତି। ଭାନ୍ସ...

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌।...

ଶ୍ରୀ ରାମ ମନ୍ଦିର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସ ଅସୁସ୍ଥ, ୩୬ ଘଣ୍ଟା ଉପବାସରେ

ଲକ୍ଷ୍ନୌ,୨୧।୧: ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହୋଇଯାଇଛି। ଗତ ୩୬ଘଣ୍ଟା ଧରି ସେ...

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ୫% ବଢିବ DA!

ନୂଆଦିଲ୍ଲୀ,୨୧।୧: କେନ୍ଦ୍ର ସରକାରୀ କର୍ମଚାରୀମାନେ ଦୀର୍ଘ ଦିନ ଧରି ଅଷ୍ଟମ ବେତନ କମିଶନ ଅଧୀନରେ ଦରମା ବୃଦ୍ଧି ପାଇଁ ଅପେକ୍ଷା କରିଆସୁଛନ୍ତି। ଜାନୁଆରୀ 2026 ପରେ...

ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଜୋରଦାର: ଦାରିଙ୍ଗବାଡିରେ ପୋଲିସ ଛାଉଣି

ଦାରିଙ୍ଗବାଡି,୨୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ସହରକୁ ଟ୍ରାଫିକ ମୁକ୍ତ ଓ ସୌନ୍ଦର୍ଯ୍ୟକରଣ କରିବାକୁ ଜିଲା ପ୍ରଶାସନର ନିର୍ଦ୍ଦେଶ କ୍ରମେ ବୁଧବାର ସ୍ଥାନୀୟ ପ୍ରଶାସନ ପକ୍ଷରୁ...

ବାଂଲାଦେଶକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୧।୧: ବାଂଲାଦେଶର ବର୍ତ୍ତମାନର ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ମଙ୍ଗଳବାର (ଜାନୁଆରୀ ୨୦, ୨୦୨୬) ସେଠାରେ ନିଯୁକ୍ତ ଭାରତୀୟ ଅଧିକାରୀଙ୍କ ପରିବାରକୁ ଫେରାଇ ନେବାକୁ...

ମୋଦି କ୍ୟାବିନେଟର ଦୁଇଟି ବଡ଼ ନିଷ୍ପତ୍ତି, ଅଟଳ ପେନସନ ପାଣ୍ଠିକୁ ମଞ୍ଜୁରୀ, ଦ୍ୱିତୀୟ ପ୍ରମୁଖ ନିଷ୍ପତ୍ତି ବିଷୟରେ ଜାଣନ୍ତୁ

ନୂଆଦିଲ୍ଲୀ,୨୧।୧: ମୋଦି କ୍ୟାବିନେଟ ବୁଧବାର (୨୧ ଜାନୁଆରୀ) ଦିନ ଭାରତୀୟ କ୍ଷୁଦ୍ର ଶିଳ୍ପ ବିକାଶ ବ୍ୟାଙ୍କକୁ ଇକ୍ୱିଟି ସହାୟତା ମଞ୍ଜୁର କରିଛନ୍ତି। ଏହା ଅଟଳ ପେନସନ...

ମନ୍ତ୍ରୀଙ୍କ ବଡ଼ ଘୋଷଣା: ହଟିବ ଡିଜେଲ ଚାଳିତ ଆମ୍‌ ବସ

ଭୁବନେଶ୍ୱର,୨୧।୧: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍‌ ବସ୍‌’...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri