୧୪ରେ ରେଳରୋକୋ ଆନ୍ଦୋଳନ

ପଦ୍ମପୁର, ୬।୮(ଡି.ଏନ.ଏ.): ବରଗଡ଼ ଜିଲା ରାଜବୋଡାସମ୍ବର କୃଷକ ସଙ୍ଗଠନର ସ୍ଥାୟୀ ସଭାପତି ବାଞ୍ଛାନିଧି ନାୟକଙ୍କ ସଭାପତିତ୍ୱରେ ପଦ୍ମପୁର ଗୋରୁ ବଜାରରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ରାଜବୋଡାସମ୍ବର କୃଷକ ସଙ୍ଗଠନ ବାରମ୍ବାର ଆନ୍ଦୋଳନ କରିବା ସତ୍ତ୍ୱେ ୨୦୨୧ ପ୍ରଧାନମନ୍ତ୍ରୀ ଫସଲ ବୀମା ରାଶି କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ମିଳି ନାହିଁ । ଚାଷୀଙ୍କୁ କେବଳ ମିଥ୍ୟା ପ୍ରତିଶ୍ରୁତି ଦିଆଯାଉଛି। ବର୍ତ୍ତମାନ ଜଳାଭାବ ଯୋଗୁ ମରୁଡି ପ୍ରପୀଡ଼ିତ ପଦ୍ମପୁର ଉପଖଣ୍ଡର ଚାଷୀକୂଳ ମୁଣ୍ଡରେ ହାତଦେଇ ବସିଛନ୍ତି। ଚାଷ କରିବାକୁ ଚାଷୀଙ୍କ ପାଖରେ ସମ୍ବଳ ନାହି। ପ୍ରାୟ ୭୦ ଶତକଡା ଚାଷୀ ଋଣ ଖିଲାପୀ ହୋଇସାରିଛନ୍ତି। ଅର୍ଥାଭାବରୁ ସାର, ବିହନ କିଣିବାକୁ ସମର୍ଥ ହେଉନାହାନ୍ତି। ବର୍ଷା ଅଭାବରୁ ଜମି ଫାଟି ଆଁ କଲାଣି। ଫଳରେ ଚାଷ ନଷ୍ଟ ହୋଇ ପୁନଶ୍ଚ ଏକ ମରୁଡିର ସୂଚନା ଦେଉଛି। ଏପରି ସମୟରେ ୨୦୨୧ ଖରିଫ ଋତୁର ମରୁଡି ସହାୟତା ଚାଷୀମାନଙ୍କୁ ପ୍ରଦାନ କରାଯାଇନାହିଁ। ଏଚଡିଏଫସି ଆଗ୍ରୋ କମ୍ପାନୀ ସହିତ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କର ମଧୁଚନ୍ଦ୍ରିକା ଥିବା ହେତୁ ବୀମା କମ୍ପାନୀ ଚାଷୀଙ୍କୁ ବୀମାରାଶି ପ୍ରଦାନ କରିବାରେ ଟାଳଟୁଳ ନୀତି ଅବଲମ୍ବନ କରୁଛି ବୋଲି ଚାଷୀମାନେ ଅଭିଯୋଗ କରିଛନ୍ତି। ଏଣୁ ଏହାର ପ୍ରତିବାଦରେ ଆସନ୍ତା ଅଗଷ୍ଟ ୧୪ରୁ ଅର୍ନିଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ରେଳରୋକୋ ଓ ଜିଲାପାଳଙ୍କ କାର୍ଯ୍ୟାଳୟ ତଥା ସମସ୍ତ ସରକାରୀ କଳକୁ ଅଚଳ କରିବା ପାଇଁ ବୈଠକରେ ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri