ନୂତନ ନିଯୁକ୍ତି ପାଇଁ ପ୍ରକ୍ରିୟା ଆରମ୍ଭ କଲା ରେଲୱେ, ଟେକ୍ନିକାଲ୍, ନନ୍-ଟେକ୍ନିକାଲ୍ ସମେତ ଗ୍ରୁପ-ଡି ପଦବୀରେ ସୁଯୋଗ: ଅଶ୍ୱିନୀ ବୈଷ୍ଣବ

ଭୁବନେଶ୍ୱର, ୨୮।୧: ଅଧିକରୁ ଅଧିକ ଲୋକ ନିଯୁକ୍ତି ପାଇଁ ଭାରତୀୟ ରେଲୱେ ବାର୍ଷିକ ନିଯୁକ୍ତି ପ୍ରକ୍ରିୟା କରିବାକୁ ଯୋଜନା କରୁଛି ବୋଲି କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି। ଗଣମାଧ୍ୟମ ସହ କଥାବାର୍ତ୍ତା ବେଳେ ରେଳ ମନ୍ତ୍ରୀ ସୂଚନା ଦେଇଛନ୍ତି ଯେ ୧.୫ ଲକ୍ଷ ନୂତନ କର୍ମଚାରୀଙ୍କ ନିଯୁକ୍ତି ପ୍ରକ୍ରିୟା ଶେଷ ହୋଇସାରିଛି।

ବୈଷ୍ଣବ ଆହୁରି ସୂଚନା ଦେଇଛନ୍ତି ଯେ ‘ଏହା ହେଉଛି ପ୍ରଥମ ପଦକ୍ଷେପ ଏବଂ ଟେକ୍ନିକାଲ୍, ନନ୍-ଟେକ୍ନିକାଲ୍ ଲୋକପ୍ରିୟ ବର୍ଗରେ ଏବଂ ଗ୍ରୁପ୍ ଡିରେ ଆଗକୁ ଅଧିକ ନିଯୁକ୍ତି ସୁଯୋଗ ମିଳିବ’।

ସେ ଆହୁରି ମଧ୍ୟ କହିଛନ୍ତି ଯେ, ସବୁକିଛି ଏକାଠି କରିବା ପରିବର୍ତ୍ତେ ଆମର ଉଦ୍ଦେଶ୍ୟ ହେଉଛି ବାର୍ଷିକ ପ୍ରକ୍ରିୟା କରିବା ଯାହା ଦ୍ୱାରା ଅଧିକରୁ ଅଧିକ ଲୋକ ସୁଯୋଗ ପାଇପାରିବେ।

ଏହି ସମୟରେ ରେଲୱେ ନିଯୁକ୍ତି ବୋର୍ଡ (ଆରଆରବି) ଆସିଷ୍ଟାଣ୍ଟ ଲୋକୋ ପାଇଲଟ (ଏଏଲପି) ପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା ଆରମ୍ଭ କରିଛି। ବିଜ୍ଞପ୍ତି ଅନୁଯାୟୀ, ଆବେଦନ ସମୟସୀମା ଫେବୃଆରୀ ୧୯ ଯାଏ ରହିଛି। ଏହି ନିଯୁକ୍ତି ପ୍ରକ୍ରିୟାରେ ୫,୬୯୬ ପଦବୀ ପୁରଣ ହେବ।

ଏହି ନିଯୁକ୍ତି ପ୍ରକ୍ରିୟା ପାଞ୍ଚଟି ପର୍ଯ୍ୟାୟ ଦେଇ ଅନୁଷ୍ଠିତ ହେବ। ଏଥିରେ କମ୍ପ୍ୟୁଟର ଆଧାରିତ ପରୀକ୍ଷା (ସିବିଟି ୧), (ସିବିଟି ୨), କମ୍ପ୍ୟୁଟର ଆଧାରିତ ଆପ୍ଟିଚ୍ୟୁଡ୍ ଟେଷ୍ଟ (ସିବିଏଟି), ଡକ୍ୟୁମେଣ୍ଟ୍ ଭେରିଫିକେସନ୍ (ଡିଭି) ଏବଂ ମେଡିକାଲ୍ ପରୀକ୍ଷା (ଏମଇ) ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ପ୍ରବେଶିକାର ଲିଖିତ ଓ ଶାରୀରିକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପରେ ପୋଲିସରେ ନିଯୁକ୍ତି ମିଳିଥାଏ। ଏଥିପାଇଁ ଅଶାୟୀମାନେ ବୟସ ସୀମା ମଧ୍ୟରେ ନିଜକୁ ପ୍ରସ୍ତୁତ କରିଥାନ୍ତି।...

ସ୍ମାର୍ଟ ସିଟି ଲୋକର ବ୍ୟଥା

ପ୍ରବଳ ଶୀତରେ କିଛି ବେସାହାରା ଲୋକ ପୋଲ ତଳେ, ଦୋକାନ ପିଣ୍ଡାରେ, ପାର୍କ ବେଞ୍ଚ ଉପରେ କଟାଉଥିବା ଦେଖାଯାଏ। ସେମାନଙ୍କ ମଧ୍ୟରୁ କୌଣସି ବୃଦ୍ଧାବୃଦ୍ଧ ରୋଗୀଙ୍କ...

ସୁଦର୍ଶନଙ୍କୁ ଚାପି ଦେଲା ଆମ ବସ୍‌: ଡ୍ରାଇଭର ଖସି ପଳାଇବାକୁ ଉଦ୍ୟମ

ଭୁବନେଶ୍ୱର, ୬ା୧୨(ସତ୍ୟଜିତ ରାଉତ):ରାଜଧାନୀରେ ପୁଣି ଜୀବନ ନେଇଛି ‘ଆମ ବସ୍‌’। ସତ୍‌ସଙ୍ଗ ବିହାର ସମ୍ମୁଖ ୧୬ ନଂ. ଜାତୀୟ ରାଜପଥରେ ଶୁକ୍ରବାର ସାରେ ଏହି ଦୁର୍ଘଟଣା...

ଗଣତନ୍ତ୍ର କ’ଣ ଦଳ-ମୁଖ୍ୟଙ୍କ ତନ୍ତ୍ର

ଯେଉଁ ଦଳର କେନ୍ଦ୍ର ସରକାର ସମ୍ବିଧାନ ଦିବସ (ନଭେମ୍ବର ୨୯) ପାଳନ କରି ସମ୍ବିଧାନର ଆଦର୍ଶକୁ ସର୍ବୋଚ୍ଚ ସ୍ଥାନ ଦେଉଛି ସେହି ଦଳର ରାଜ୍ୟ ସରକାର...

ପ୍ରେସିଡେଣ୍ଟ ହାଉସରେ ଆୟୋଜିତ ଡିନରରେ କାହିଁକି ରାହୁଲଙ୍କୁ ମିଳିଲା ନାହିଁ ନିମନ୍ତ୍ରଣ? ଜଣାପଡିଲା କାରଣ

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତ ସମୟରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ କେରଳ କଂଗ୍ରେସର ଏକ ପୋଷ୍ଟ ରାଜନୈତିକ ଏବଂ...

ପରିଚିତଙ୍କ ହାତରେ ପଦବୀ

ଭବିଷ୍ୟତରେ କାର୍ଯ୍ୟକୁ ସୁଚାରୁରୂପେ ସଞ୍ଚାଳନକରିବା ପାଇଁ ସବୁଠାରୁ ନିରାପଦ ଉପାୟ ଉପରେ ଆନ୍ଧ୍ରପ୍ରଦେଶ ନିଷ୍ପତ୍ତି ନେଇଥିବା ଜଣାଯାଇଛି। ଏଥିରେ ଏହାର ଶ୍ରେଷ୍ଠ ବାବୁମାନଙ୍କ ପାଇଁ ରହୁଥିବା...

ଧାନ ବିକ୍ରି ସମସ୍ୟା, ତାତିଲା କଂଗ୍ରେସ

ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ନେଇ ନାନା ସମସ୍ୟା ଲାଗି ରହିଛି। ଏଥିପାଇଁ ଚାଷୀମାନଙ୍କୁ ବହୁ ହଇରାଣ ହରକତ ହେବାକୁ ପଡୁଛି।...

ପାକିସ୍ତାନ ସଂସଦରେ ପଶିଲା ଗଧ, ୟୁସୁଫ ରାଜା କହିଲେ, ‘ଜୀବଜନ୍ତୁମାନେ ମଧ୍ୟ ଆଇନ ଉପରେ ନିଜର ମତାମତ ଦେବାକୁ ଆସିଛନ୍ତି’

ଇସଲାମାବାଦ,୬।୧୨: ଡିସେମ୍ବର ୫ରେ, ପାକିସ୍ତାନର ସଂସଦରେ ଏକ ହାସ୍ୟରସପୂର୍ଣ୍ଣ କିନ୍ତୁ ପ୍ରକାଶ୍ୟ ସୁରକ୍ଷା ତ୍ରୁଟି ଦେଖାଦେଲା। ଉଚ୍ଚ ସଦନ ସିନେଟ ଅଧିବେଶନ ଚାଲୁଥିଲା ବେଳେ ହଠାତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri