ପବନରେ ଉଡିଗଲା ରେଳ ଷ୍ଟେଶନ ଆଜବେଷ୍ଟସ୍‌: କାମକୁ ନେଇ ଲୋକଙ୍କ ମନରେ ଉଠୁଛି ପ୍ରଶ୍ନ

ଲାଠୋର,୧୪/୫(ଭୁବନେଶ୍ୱର ବାରିକ): କାଳବୈଶାଖୀ ବଲାଙ୍ଗିର ଜିଲା ହରିଶଙ୍କର ରୋଡ ରେଳ ଷ୍ଟେଶନ ପ୍ଲାଟଫର୍ମରେ ଥିବା ସେଡର ଆଜବେଷ୍ଟସ ଉଡ଼ିବା ସହ ଲୁହା ପାଚେରି ଲେଉଟି ପଡ଼ିଥିବା ଗୁରୁବାର ସକାଳେ ଦେଖାଯାଇଛି l ସୂଚନା ଅନୁସାରେ ଏହି ଅତୀତ ନିକଟରେ ହରିଶଙ୍କର ରୋଡ ରେଳ ଷ୍ଟେଶନ ଅମୃତ ଭାରତ ଷ୍ଟେଶନର ମାନ୍ୟତା ପାଇ ଜୋରସୋରରେ କୋଟି କୋଟି ଟଙ୍କାର ଉନ୍ନୀତକରଣ କାମ ଚାଲିଛି। ମାତ୍ର ୫ ମିନିଟ ପବନ ବହିବାରୁ ପ୍ଲାଟଫର୍ମ ନଂ-୧ରେ ନିର୍ମାଣ ହୋଇଥିବା ସେଡରେ ଲାଗିଥିବା ଟିଣ ଆଜବେଷ୍ଟର ଉଡ଼ିବା ସହ ସୁରକ୍ଷା ପାଇଁ ନିର୍ମାଣ ହୋଇଥିବା ଲୁହା ପାଚେରି ମଧ୍ୟ ଲେଉଟି ପଡ଼ିଛି l

ସେହିପରି ସେଡ ମାନଙ୍କୁ ଲାଗିଥିବା ଫେନ ମାନ ମୋଡ଼ି ମାଡ଼ି ହୋଇ ଯାଇଛି l ବର୍ତ୍ତମାନ କାମ ଚାଲିଛି ସମ୍ପୂର୍ଣ୍ଣ ହୋଇ ନାହିଁ l କାମ ଅଧାରୁ ମାତ୍ର ୫ ମିନିଟ ପବନ ଯଦି ଏପରି ପରିସ୍ଥିତି ସୃଷ୍ଟି କରିଛି ତାହେଲେ ଆଗକୁ କଣ ହେବ ଲୋକଙ୍କ ମନରେ କାମର ସ୍ଥାୟିତ୍ୱକୁ ନେଇ ଆଶଙ୍କା ସୃଷ୍ଟି ହୋଇଛି l ରେଳ ବିଭାଗର ଅଧିକାରୀ ମାନେ କାମ ଦେଖିବା ପାଇଁ ନିୟମିତ ଆସୁଥିଲେ ନା ଠିକାଦାର ପାଖରୁ ମୋଟା ଅଙ୍କ ନେଇ ଚୁପ ହୋଇ ବସି ରହିଥିଲେ ବୋଲି ଲୋକ ଆଲୋଚନା କରୁଛନ୍ତି l ଯଦି କାମ ଦେଖିବା ପାଇଁ ଆସୁଥିଲେ ତାହେଲେ ନିମ୍ନମାନର କାମ ହେଉଥିବା କେମିତି ଜାଣି ପାରିଲେ ନାହିଁ ତାହା ପ୍ରଶ୍ନବାଚୀ ସୃଷ୍ଟି କରୁଛି l ଏନେଇ କଣ୍ଟାବାଞ୍ଜି ଆଇଓଡବ୍ଲୁ ମାନସ ରଞ୍ଜନ ବେହେରାଙ୍କୁ ପଚାରିବାରେ ପବନ ବହୁତ ଜୋର ବହିବା ଫଳରେ ସେଡ ଆଜବେଷ୍ଟର ଉଡେଇ ନେଇଛି l ବାକି ରହିଲା ଲୁହା ପାଚେରି କାମ ସମ୍ପୂର୍ଣ୍ଣ ହୋଇ ନ ଥିବା ଯୋଗୁ ଓଲଟି ପଡ଼ିଛି l ଆମେ ଠିକାଦାରକୁ କହିଛୁ ସେ ଦେଖିଲା ପରେ ପୁଣି କାମ କରିବ ବୋଲି କହିଥିଲେ l ତେବେ ବିଭାଗୀୟ ଉଚ୍ଚ କର୍ତ୍ତୁପକ୍ଷ ଏଥିପ୍ରତି ଦୃଷ୍ଟି ଦେଇ ଆଗକୁ କାମ କେମିତି ଠିକ ଠାକ ଚାଲିବ ସେ ଦିଗରେ ପଦକ୍ଷେପ ଗ୍ରହଣ କରିବାକୁ ସାଧାରଣରେ ଦାବି ହେଉଛି l

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଶୌଚ ଯିବା ହେଲା କାଳ, ହାତୀ ହାବୁଡ଼ରେ ପଡ଼ି ଚାଲିଗଲା ଜୀବନ

କୁଚିଣ୍ଡା,୯।୧୦(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ବନ୍ୟପ୍ରାଣୀ ବନଖଣ୍ଡ କୁଚିଣ୍ଡା ରେଞ୍ଜ ଅଧୀନ କୁଚିଣ୍ଡା ଏନ୍‌ଏସି ୧୦ ନମ୍ବର ୱାର୍ଡ ସଇଡାରେ ଶୁକ୍ରବାର ଏକ ହାତୀ ଆକ୍ରମଣରେ…

ସପ୍ତାହେ ମଧ୍ୟରେ କୋହଲିଙ୍କ ୫ ରେକର୍ଡକୁ ଧୂଳିସାତ୍‌ କରିଦେଲେ ଏହି ୫ ବ୍ୟାଟର୍‌

ନୂଆଦିଲ୍ଲୀ,୯।୧୦: ବିରାଟ କୋହଲିଙ୍କ ନାଁରେ ଅନେକ କ୍ରିକେଟ ରେକର୍ଡ ରହିଛି। ଏହାକୁ ଭାଙ୍ଗିବା ଯେକୌଣସି ଖେଳାଳିଙ୍କ ପାଇଁ ଏକ ବଡ଼ ସଫଳତା ହେବ। ଗତ ସପ୍ତାହ ମଧ୍ୟରେ…

ଜେଲ୍‌ ଭିତରେ ସଂଘର୍ଷ: ଗଡ଼ିଲା ୧୦ ମୁଣ୍ଡ, ୧୬ ଆହତ

ମେକ୍ସିକୋ,୯ା୧୦: ମେକ୍ସିକୋର ଉତ୍ତର-ପଶ୍ଚିମ ରାଜ୍ୟ ସିନାଲୋଆର ମାଜାଟାନ ସହରରେ ଥିବା ‘ଏଲ କାଷ୍ଟିଲୋ’ ଜେଲ୍‌ରେ ଘଟିଥିବା ଏକ ସଂଘର୍ଷରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୬ ଜଣ…

ଆଜି ସୃଷ୍ଟି ହେବ ବିରଳ ବିଷ ଯୋଗ, ୩ ରାଶି ଉପରେ ପଡ଼ିପାରେ ନକାରାତ୍ମକ ପ୍ରଭାବ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଶନି ଓ ଚନ୍ଦ୍ରମାଙ୍କ ପରସ୍ପର ଦୃଷ୍ଟି ଯୋଗୁଁ ବିଷ ଯୋଗ ସୃଷ୍ଟି ହେଉଛି । ଏହି ଯୋଗର ପ୍ରଭାବରେ କେତେକ ରାଶିର ବ୍ୟକ୍ତିଙ୍କୁ…

ପ୍ରଥମେ କବାଟ ବାଡ଼େଇଲେ, ଖୋଲିବାରୁ ଦମ୍ପତିଙ୍କୁ ଅତର୍କିତ ଆକ୍ରମଣ କଲେ ଦୁଇ ଦୁର୍ବୃତ୍ତ, ଗୁରୁତର ହୋଇ…

ମଜାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଅପାଳ ସାମୁଦ୍ରିକ ଥାନା ଅଧୀନ ବଳିଗଣ୍ଡ ଗାଁର ଜଣେ ବ୍ୟକ୍ତିଙ୍କ ଘରେ ବୁଧବାର ବିଳମ୍ବିତ ରାତିରେ ପଶି…

ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ବପ୍ନ ଆଜି ହେବ ସାକାର! ନିଷ୍ପତ୍ତି ନେବେ ଆୟର

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍‌ର ଦ୍ୱିତୀୟ ମୁକାବିଲା ଆଜି ରାଞ୍ଚିରେ ଖେଳାଯିବ। ପ୍ରଥମ ମ୍ୟାଚ୍‌ରେ ବିଜୟ ହାସଲ…

ବିକ୍ଷୋଭ ବେଳେ ଦୁଇ କଂଗ୍ରେସ ନେତ୍ରୀଙ୍କ ମଧ୍ୟରେ ମାରପିଟ, ପରସ୍ପରକୁ ମାରିଲେ ଚାପୁଡ଼ା

ନୂଆଦିଲ୍ଲୀ,୯ା୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR)ରେ ଅନିୟମିତତା ଅଭିଯୋଗକୁ ନେଇ ହରିୟାଣାର ଫରିଦାବାଦରେ ବିରୋଧୀ…

ଭଦ୍ରକର ଏହି ଦୁଇ କଲେଜର ନିର୍ବାଚନ ବାତିଲ

ଭଦ୍ରକ,୯ା୧୦(ସନାତନ ରାଉତ): ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ କରିବା ପାଇଁ ଦିନ ଧାର୍ଯ୍ୟ ହୋଇଥିଲା। କିନ୍ତୁ ଶୁକ୍ରବାର ଭଦ୍ରକ ଜିଲାର ଦୁଇଟି କଲେଜରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?