୭ ସ୍ଥାନରେ ଅନୁକମ୍ପାମୂଳକ ସହାୟତା ରାଶି ଦେଉଛି ରେଲଓ୍ବେ

ଭୁବନେଶ୍ବର,୫ା୬(ବ୍ୟୁରୋ): ବାଲେଶ୍ୱର ରେଳ ଦୁର୍ଘଟଣାରେ ମୃତାହତମାନଙ୍କ ପରିବାରବର୍ଗ, ସମ୍ପର୍କୀୟ ଏବଂ ବନ୍ଧୁମାନଙ୍କୁ ସହଯୋଗ କରିବା ଲାଗି ଭାରତୀୟ ରେଲଓ୍ବେ ପକ୍ଷରୁ ୧୩୯ ହେଲ୍‌ପଲାଇନ ବ୍ୟବସ୍ଥା କରାଯାଇଛି। ରେଲଓ୍ବେର ବରିଷ୍ଠ ଅଧିକାରୀମାନଙ୍କ ଏକ ଦଳ ଏହି ୨୪ ଘଣ୍ଟିଆ ହେଲ୍‌ପଲାଇନରେ କଲ୍‌ କରୁଥିବା ଲୋକମାନଙ୍କୁ ଆବଶ୍ୟକ ସୂଚନା ଯୋଗାଇବେ। ରେଲଓ୍ବେ ଜୋନ୍‌ ଅଧିକାରୀ ଓ ରାଜ୍ୟ ସରକାରଙ୍କ ସହ ସମନ୍ବୟ ସ୍ଥାପନ କରି ସେମାନେ ଏହି ସୂଚନା ଦେବେ। ଏହି ସେବା ନିରନ୍ତର ଭାବେ ଜାରି ରହିବ। ରେଳ ମନ୍ତ୍ରଣାଳୟ ପକ୍ଷରୁ ଘୋଷଣା କରାଯାଇଥିବା ସହାୟତା ରାଶି ମୃତକଙ୍କ ସମ୍ପର୍କୀୟଙ୍କୁ ୧୦ ଲକ୍ଷ ଟଙ୍କା, ଗୁରୁତର ଆହତଙ୍କୁ ୨ ଲକ୍ଷ ଟଙ୍କା ଏବଂ ସାଧାରଣ ଆହତଙ୍କୁ ୫୦ ହଜାର ଟଙ୍କା ବିତରଣ ସହାୟକ ହେବ। ରେଳ ହେଲ୍‌ପଲାଇନ ୧୩୯ର ଉଦ୍ଦେଶ୍ୟ ହେଉଛି ସହାୟତା ଯୋଗାଇଦେବା ଓ ପୀଡ଼ିତ ଯାତ୍ରୀମାନଙ୍କ ପରିବାରବର୍ଗଙ୍କୁ ଏହି ଦୁଃଖଦ ସମୟରେ ଠିକ୍‌ ଓ ସନ୍ତୋଷଜନକ ସୂଚନା ଯୋଗାଇଦେବା। ଏବେ ସୁଦ୍ଧା ରେଲଓ୍ବେ ପକ୍ଷରୁ ୨୮୫ ମାମଲାରେ ୧୧ ମୃତକ, ୫୦ ଗୁରୁତର ଆହତ, ୨୨୪ ସାମାନ୍ୟ ଆହତଙ୍କୁ ୩.୨୨ କୋଟି ଟଙ୍କାର ଅନୁକମ୍ପାମୂଳକ ସହାୟତା ଯୋଗାଇ ଦିଆଯାଇଛି। ରେଲଓ୍ବେ ପକ୍ଷରୁ ୭ଟି ସ୍ଥାନ ଯଥା ସୋର, ଖଡଗପୁର, ବାଲେଶ୍ୱର, ଖନ୍ତାପଡ଼ା, ଭଦ୍ରକ, କଟକ ଏବଂ ଭୁବନେଶ୍ୱରରେ ସହାୟତା ରାଶି ବିତରଣ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri