ରେଳବାଇର ଅଣଦେଖା: ଉପଭୋକ୍ତା ସଂଘର ଆନ୍ଦୋଳନ ଚେତାବନୀ

ବରଗଡ଼,୬ା୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଓ ବଲାଙ୍ଗୀର ଜିଲା ରେଳ ଉପଭୋକ୍ତା ସଂଘର ମିଳିତ କାର୍ଯ୍ୟାନୁଷ୍ଠାନ କମିଟିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ରବିବାଋ ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ସଭାକକ୍ଷରେ ଅନୁଷ୍ଠିତ ହୋଇଛି। ସମାନ ସମସ୍ୟା ଦେଇ ଗତି କରୁଥିବା ଉଭୟ ଅଞ୍ଚଳର ଜନସାଧାରଣ ଅନ୍ୟ ସମସ୍ତରୀୟ ଷ୍ଟେଶନ ଗୁଡ଼ିକ ତୁଳନାରେ ସାଧାରଣ ରେଳସେବା ପାଉନଥିବାରୁ ରେଳବାଇର ବିଷମ ନୀତିକୁ ଏହି ବୈଠକରେ ସମାଲୋଚନା କରାଯାଇଥିଲା। ଦୀର୍ଘଦିନ ଧରି ଏ ଅଞ୍ଚଳରୁ ଭୁବନେଶ୍ୱରକୁ ଏକ ସକାଳୁଆ ଇଣ୍ଟରସିଟି ଏବଂ ଦିଲ୍ଲୀ ଓ ପ୍ରୟାଗରାଜ ପାଇଁ ରେଳ ସଂଯୋଗ ପାଇଁ ବିଭିନ୍ନ ଫୋରମରେ ଦାବି କରାଯାଉଛି। ମାତ୍ର ନାନା ଦେଖାଇ ରେଳବିଭାଗ ଅଗ୍ରାହ୍ୟ କରି ଦେଉଥିବାରୁ ବୈଠକରେ ଉଦ୍‌ବେଗ ପ୍ରକାଶ ପାଇଥିଲା। ବରଗଡ଼ ଓ ବଲାଙ୍ଗୀରର ନିର୍ବାଚିତ ଜନ ପ୍ରତିନିଧିମାନେ ମଧ୍ୟ ତାକୁ ଗୁରୁତ୍ୱ ଦେଉ ନଥିବାରୁ ଜନ ପ୍ରତିନିଧିଙ୍କ ଉପରେ ବିଷୋଦଗାର ପ୍ରକାଶ ପାଇଥିଲା। ଅନ୍ୟପକ୍ଷରେ ଉପରୋକ୍ତ ଦାବି ନେଇ ରେଳ ଉପଭୋକ୍ତା ସଂଘର ସଦସ୍ୟମାନେ ଆନ୍ଦୋଳନକୁ ଓହ୍ଲାଇବାକୁ ନିଷ୍ପତ୍ତି ନେଇଛନ୍ତି। ପୂର୍ବରୁ ମଧ୍ୟ ବରଗଡ଼ରେ ପୁରୀ-ଗାନ୍ଧିଧାମ ଟ୍ରେନ୍‌ର ରହଣୀ ଓ ବରଗଡ଼କୁ ଡି-ଗ୍ରେଡରୁ ବି-ଗ୍ରେଡକୁ ଉନ୍ନୀତ କରିବାକୁ ବିରାଟ ଜନଆନ୍ଦୋଳନ ହୋଇଥିଲା ଏବଂ ସେଥିରେ ଶେଷରେ ଜନତାର ବିଜୟ ହୋଇଥିଲା। ଏବେ ପୁଣି ଥରେ ସେଇ ପରୀକ୍ଷାରେ ଉପନୀତ ହେବାର ସମୟ ଆସିଛି ବୋଲି ବୈଠକରେ ମତପ୍ରକାଶ ପାଇଥିଲା । ଜିଲା ଯୋଜନା କମିଟିର ଅଧ୍ୟକ୍ଷ ନିଯୁକ୍ତ ହୋଇଥିବା ଯୋଗୁ ବୈଠକରେ ସମ୍ବର୍ଦ୍ଧିତ କରାଯାଇଥିଲା। ବିଧାୟକ ଷଡ଼ଙ୍ଗୀ ତାଙ୍କର ଏହି ଦାୟିତ୍ୱକୁ ଏକ ଆହ୍ବାନ ରୂପେ ଗ୍ରହଣ କରି ବରଗଡ଼ ଜିଲାର ବିକାଶ ପାଇଁ ଆବଶ୍ୟକ ଯୋଜନା ପ୍ରସ୍ତୁତ କରାଯିବ ବୋଲି ସୂଚନା ଦେଇଥିଲେ। ବୈଠକରେ ବରଗଡ଼ ସଂଘ ତରଫରୁ ସଭାପତି ପ୍ରଦୀପ ଦେବତା, କାର୍ଯ୍ୟକାରୀ ସଭାପତି କୃଷ୍ଣ ଚନ୍ଦ୍ର ପଣ୍ଡା, ଉପସଭାପତି ପ୍ରିତମ ସିଂହ, ନିର୍ମଳ କର ଓ ଇନ୍ଦିରା ମହାନ୍ତି, ସମ୍ପାଦକ କମଳ ଯୋଶୀ, କୋଷାଧକ୍ଷ ଗୋପାଳ ଚନ୍ଦ୍ର ଦାଶ ଏବଂ ବଲାଙ୍ଗୀର ସଂଘ ତରଫରୁ ସଭାପତି ତରୁଣ କୁମାର ମିଶ୍ର, ସମ୍ପାଦକ ବିମଳ ଚକ୍ରବର୍ତ୍ତୀ ଉପସ୍ଥିତ ଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

କେଉଁ ୱେଟିଂ ଟିକେଟ ସବୁଠୁ ଆଗ କନଫର୍ମ ହୁଏ? ଜାଣନ୍ତୁ ରେଳବାଇର ନୂଆ ନିୟମ…

ଭାରତୀୟ ରେଳବାଇରେ ଯାତ୍ରା କରୁଥିବା ସମୟରେ ଯଦି ଆପଣଙ୍କୁ କନଫର୍ମ ସିଟ ନ ମିଳେ, ତେବେ IRCTC ସିଷ୍ଟମ ଆପଣଙ୍କୁ ୱେଟିଂ ଟିକେଟ (Waiting Ticket) ପ୍ରଦାନ…

ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ

ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍‌ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…

ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍

ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

ସୌମ୍ୟରଞ୍ଜନ ମାମଲାରେ ହାଇକୋର୍ଟ ଗଲେ ବିଦ୍ୟାଭାରତୀ: ଆଗୁଆ ଜାମିନ ପାଇଁ ଆବେଦନ, ଅକ୍ଟୋବର ୩୦ ଯାଏ ହାଜର ସମୟ ବୃଦ୍ଧି

କଟକ, ୬।୧୦(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?