Posted inଜାତୀୟ

୮ମ ବେତନ କମିଶନ ଭାର ସମ୍ଭାଳିବ ଭାରତୀୟ ରେଳବାଇ, ଖର୍ଚ୍ଚ କାଟିବାକୁ ସରକାରଙ୍କ ଅଭିଯାନ ଆରମ୍ଭ

ନୂଆଦିଲ୍ଲୀ,୧୪।୧୨: କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ୮ମ କେନ୍ଦ୍ରୀୟ ବେତନ କମିଶନ ଲାଗୁ ହେବା ପୂର୍ବରୁ, ବୃଦ୍ଧି ହେବାକୁ ଥିବା ଦରମା ଓ ପେନ୍‌ସନ୍ ଭାରକୁ ସମ୍ଭାଳିବା ପାଇଁ ଭାରତୀୟ ରେଳବାଇ ପକ୍ଷରୁ ଏବେଠାରୁ ବଡ଼ ଧରଣର ଖର୍ଚ୍ଚକାଟ୍ ପଦକ୍ଷେପ ଆରମ୍ଭ କରାଯାଇଛି।

ପୂର୍ବତନ ସୁପ୍ରିମକୋର୍ଟ ବିଚାରପତି ରଞ୍ଜନା ପ୍ରକାଶ ଦେସାଇଙ୍କ ଅଧ୍ୟକ୍ଷତାରେ ଗଠିତ ଏହି କମିଶନ ୨୦୨୬ ମସିହା ଜାନୁଆରୀ ୧ ତାରିଖରୁ ନିଜ ସୁପାରିଶ ଲାଗୁ କରିବାର ସମ୍ଭାବନା ରହିଛି। ଏହା ଫଳରେ ୫୦ ଲକ୍ଷ କର୍ମଚାରୀ ଓ ୬୯ ଲକ୍ଷ ପେନସନଭୋଗୀଙ୍କ ବେତନ ବୃଦ୍ଧି ପାଇବ। ରେଳବାଇ ଉପରେ ପଡ଼ିବାକୁ ଥିବା ଅତିରିକ୍ତ ଆର୍ଥିକ ବୋଝକୁ ହ୍ରାସ କରିବାକୁ ଏହି ଆଗୁଆ ପଦକ୍ଷେପ ନିଆଯାଇଛି।

‘ଦ ଟାଇମ୍ସ ଅଫ୍ ଇଣ୍ଡିଆ’ର ରିପୋର୍ଟ ଅନୁଯାୟୀ, ରେଳବାଇ ପକ୍ଷରୁ ମୁଖ୍ୟତଃ ରକ୍ଷଣାବେକ୍ଷଣ, ସାମଗ୍ରୀ କ୍ରୟ ଓ ଶକ୍ତି ବ୍ୟବହାର କ୍ଷେତ୍ରରେ ଖର୍ଚ୍ଚ କମାଇବା ପାଇଁ କାର୍ଯ୍ୟକାରୀ କରାଯାଉଛି।

୨୦୨୪-୨୫ ଆର୍ଥିକ ବର୍ଷରେ ରେଳବାଇର ଅପରେଟିଂ ରେସିଓ ୯୮.୯୦ ପ୍ରତିଶତ ରହିଥିଲା। ୨୦୨୫-୨୬ ପାଇଁ ଏହାକୁ ୯୮.୪୨ ପ୍ରତିଶତକୁ ଆଣିବାକୁ ଲକ୍ଷ୍ୟ ରଖାଯାଇଛି, ଯାହା ଆର୍ଥିକ ଚାପକୁ ଦର୍ଶାଉଛି।

ଅଧିକାରୀମାନେ କହିଛନ୍ତି ଯେ ନିକଟରେ ଅଧିକାଂଶ ପୁଞ୍ଜି ବ୍ୟୟ ସିଧାସଳଖ ବଜେଟ୍ ସହାୟତା (GBS) ମାଧ୍ୟମରେ କରାଯାଉଥିବାରୁ, ଇଣ୍ଡିଆନ୍ ରେଲୱେ ଫାଇନାନ୍ସ କର୍ପୋରେସନ୍ (IRFC) ଠାରୁ ଋଣ ଉପରେ ନିର୍ଭରତା କମିଛି ଏବଂ ୨୦୨୭-୨୮ ବେଳକୁ ବାର୍ଷିକ ପରିଶୋଧ ପରିମାଣ ହ୍ରାସ ପାଇବ।

ଅଧିକାରୀଙ୍କ ମତରେ ୨୦୨୭-୨୮ ସୁଦ୍ଧା ମାଲ୍ ପରିବହନରୁ ବାର୍ଷିକ ପ୍ରାୟ ₹୧୫,୦୦୦ କୋଟି ଅଧିକ ଆୟ ହେବାର ସମ୍ଭାବନା ଅଛି। ଏହା ବେତନ ବୃଦ୍ଧିର ଭାରକୁ ସମ୍ଭାଳିବାରେ ସହାୟକ ହେବ।

ପୂର୍ବରୁ ୭ମ ବେତନ କମିଶନ ଲାଗୁ ହେବା ସମୟରେ ରେଳବାଇକୁ ବଡ଼ ଆର୍ଥିକ ଚାପର ସାମ୍ନା କରିବାକୁ ପଡ଼ିଥିଲା। ତେଣୁ ଏଥର ସେହି ପରିସ୍ଥିତି ଏଡ଼ାଇବା ପାଇଁ ରେଳବାଇ ପୂର୍ବରୁ ଆର୍ଥିକ ଶୃଙ୍ଖଳା ଉପରେ ଗୁରୁତ୍ୱ ଦେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ଦୋହରାଇବେ ଟ୍ରମ୍ପ? ଇରାନକୁ ସମୁଦ୍ର ପଥରେ ଘେରିବା ଲାଗି ପଠାଇଲେ ୮୦୦୦ ସୈନ୍ୟ, ଏଥର ମୁହାଁମୁହିଁ ଯୁଦ୍ଧ…

ୱାଶିଂଟନ,୨୦।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ରଣନୀତି ଏବେ ସମଗ୍ର ବିଶ୍ୱକୁ ଚକିତ କରିଦେଇଛି। ଗୋଟିଏ ପଟେ ପ୍ରେସ କନଫରେନ୍ସରେ ସେ ସୈନ୍ୟ ପଠାଇବାକୁ ମନା କରୁଥିବା…

ଏକା ପଡ଼ିଲେ ଟ୍ରମ୍ପ: ହର୍ମୁଜ ଉପରେ କବ୍‌ଜା ପାଇଁ ହୁଙ୍କାର, NATOକୁ କହିଲେ- ସାହାର୍ଯ୍ୟ କର ନଚେତ…

ୱାଶିଂଟନ,୨୦।୩: ଇରାନ ସହ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ନାଟୋ (NATO) ଦେଶଗୁଡ଼ିକ ଉପରେ ପ୍ରବଳ ଅସନ୍ତୋଷ ବ୍ୟକ୍ତ…

ଭାରତ ପାଖରେ ମାତ୍ର ୯ ଦିନର ତେଲ ରିଜର୍ଭ ଅଛି, ମୋଦି ଖୋଲାଖୋଲି କୁହନ୍ତୁ ଯୁଦ୍ଧ ଭୁଲ୍‌; ବର୍ଷିଲେ ଓଓ୍ବାଇସି…

ହାଇଦ୍ରାବାଦ,୨୦।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ଏବଂ ଏହାର ପ୍ରଭାବକୁ ନେଇ AIMIM ମୁଖ୍ୟ ଅସଦୁଦ୍ଦିନ ଓୱାଇସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତୀବ୍ର ସମାଲୋଚନା କରିଛନ୍ତି।…

ମୋଦି ସରକାରଙ୍କ ‘ମାଷ୍ଟରପ୍ଲାନ୍‌’! ବିନା ଡିଲ୍‌, ବିନା ଟୋଲ୍‌ରେ ହର୍ମୁଜରୁ ବାହାରିଲା ଭାରତୀୟ ଜାହାଜ; ସାରା ବିଶ୍ୱ ଚକିତ

ନୂଆଦିଲ୍ଲୀ,୨୦।୩: ଇରାନ ଏବଂ ଆମେରିକା ମଧ୍ୟରେ ଜାରି ରହିଥିବା ଉତ୍ତେଜନା ମଧ୍ୟରେ ବିଶ୍ୱର ସବୁଠାରୁ ବ୍ୟସ୍ତବହୁଳ ସାମୁଦ୍ରିକ ମାର୍ଗ ‘ହର୍ମୁଜ ପ୍ରଣାଳୀ’ (Strait of Hormuz) ଏବେ…

‘ତୁମର ସ୍ବାମୀ ମରିଯିବ…’, ଏମିତି କହି ତିନି ବର୍ଷ ଧରି ମହିଳାଙ୍କୁ ବଳାତ୍କାର କଲେ ‘କ୍ୟାପ୍ଟେନ’, ପେନ ଡ୍ରାଇଭରେ ମିଳିଲା ୫୮ଟି ଭିଡିଓ

ନାସିକ,୨୦।୩: ମହାରାଷ୍ଟ୍ରର ନାସିକରେ, ପୋଲିସ ଗୁରୁବାର ଅବସରପ୍ରାପ୍ତ ମର୍ଚ୍ଚାଣ୍ଟ ନେଭି ଅଧିକାରୀ ଅଶୋକ କୁମାର ଖରାଟଙ୍କୁ ଗିରଫ କରିଛି। ଅଶୋକଙ୍କ ବିରୋଧରେ ତିନି ବର୍ଷରୁ ଅଧିକ ସମୟ…

ଦ୍ୱୈତ ସଦସ୍ୟତାକୁ ନେଇ ସଙ୍କଟ: ନୀତୀଶ-ନୀତିନଙ୍କୁ ୧୦ ଦିନ ମଧ୍ୟରେ ନେବାକୁ ପଡିବ ନିଷ୍ପତ୍ତି – ନଚେତ ଯାଇପାରେ ରାଜ୍ୟ ସଭା ଆସନ

ନୂଆଦିଲ୍ଲୀ,୨୦।୩: ପୁଣିଥରେ ବିହାର ରାଜନୀତିରେ ସାମ୍ବିଧାନିକ ବ୍ୟବସ୍ଥା ସମ୍ପର୍କରେ ଉତ୍ତେଜନା ତୀବ୍ର ହୋଇଛି। ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏବଂ ଭାଜପା ନେତା ନୀତିନ ନବୀନଙ୍କ ରାଜ୍ୟ ସଭା…

LPG ସଙ୍କଟକୁ ନେଇ ବଡ଼ କଥା କହିଲେ ସରକାର,‘ଡୋରଷ୍ଟେପ ଡେଲିଭରି ପାଇଁ ଅପେକ୍ଷା କରନ୍ତୁ…’

ନୂଆଦିଲ୍ଲୀ,୨୦।୩: ଏକ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀରେ, ପେଟ୍ରୋଲିୟମ ମନ୍ତ୍ରଣାଳୟର ଯୁଗ୍ମ ସଚିବ କହିଛନ୍ତି ଯେ ଦେଶର ସମସ୍ତ ରିଫାଇନାରୀ ପୂର୍ଣ୍ଣ କ୍ଷମତାରେ କାର୍ଯ୍ୟ କରୁଛି। ସେ ଉଲ୍ଲେଖ…

ଯୁଦ୍ଧ ଭିତରେ ଭାରତରେ ପ୍ରଥମ ଥର ବଢିଲା ପେଟ୍ରୋଲ ରେଟ୍‌, ଲିଟର ପ୍ରତି ଦେବାକୁ ପଡିବ…

ନୂଆଦିଲ୍ଲୀ,୨୦।୩: ହିନ୍ଦୁସ୍ତାନ ପେଟ୍ରୋଲିୟମ କର୍ପୋରେସନ ଲିମିଟେଡ (HPCL) ଏହାର ପ୍ରିମିୟମ ପେଟ୍ରୋଲର ମୂଲ୍ୟ ପ୍ରତି ଲିଟର 2ଟଙ୍କା ବୃଦ୍ଧି କରିଛି। ନୂତନ ଦର ଶୁକ୍ରବାର ଠାରୁ କାର୍ଯ୍ୟକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri