Posted inଜାତୀୟ

୨୦୨୩ ସୁଦ୍ଧା ସିକିମ୍‌କୁ ଗଡ଼ିବ ରେଳ…

ଗାଙ୍ଗଟକ୍‌,୧୫।୧୧: ଆସନ୍ତା ୨୦୨୩ ସୁଦ୍ଧା ସିକିମ୍‌କୁ ରେଳ ଗଡ଼ିବ। ଆସନ୍ତା ୨ ବର୍ଷ ମଧ୍ୟରେ ୪୪.୯୮ କିଲୋମିଟର ଦୀର୍ଘ ସେଭୋକେ-ରାଙ୍ଗପୋ ରେଳ ଲାଇନ କାର୍ଯ୍ୟକ୍ଷମ ହେବ। ଏନେଇ ନର୍ଥ-ଇଷ୍ଟ ଫ୍ରଣ୍ଟିଅର ରେଲଓ୍ବେର ଜେନେରାଲ ମ୍ୟାନେଜର ଅଶୁଂଳ ଗୁପ୍ତା ସୂଚନା ଦେଇଛନ୍ତି। ସେଭୋକା ପଶ୍ଚିମବଙ୍ଗର ସିଲିଗୁଡ଼ିଠାରୁ ୨୦ କିଲୋମିଟର ଦୂର। ୨୦୦୯ରେ ତତ୍‌କାଳୀନ ରେଳମନ୍ତ୍ରୀ ମମତା ବାନାର୍ଜୀ ଏହି ପ୍ରକଳ୍ପର ଶିଳାନ୍ୟାସ କରିଥିଲେ। ଏହା ୨୦୧୫ରେ ଶେଷ ହେବ ବୋଲି ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିଲା।

ତେବେ ଏହି ପ୍ରକଳ୍ପକୁ ୨୦୨୩ ଡିସେମ୍ବର ସୁଦ୍ଧା ଶେଷ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କାର୍ଯ୍ୟାଳୟ ଏବଂ ରେଲଓ୍ବେ ବୋର୍ଡ ପକ୍ଷରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି।

ଭାରତୀୟ ରେଳଓ୍ବେ କନଷ୍ଟ୍ରକଶନ କମ୍ପାନୀ ପକ୍ଷରୁ କୁହାଯାଇଛି ଯେ, ଏହି ପ୍ରକଳ୍ପର ୩୦ ପ୍ରତିଶତ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଛି। ପ୍ରକଳ୍ପ ଶେଷ ହେଲେ ପଶ୍ଚିମବଙ୍ଗ ଏବଂ ସିକିମ୍‌ ମଧ୍ୟରେ ଯୋଗାଯୋଗ ସ୍ଥାପନ ହୋଇପାରିବ। ଏହି ପ୍ରକଳ୍ପ ପାଇଁ ୧,୩୩୯.୪୮ କୋଟିର ବ୍ୟୟ ଅଟକଳ ପ୍ରସ୍ତୁତ କରାଯାଇଛି। ତେବେ କାର୍ଯ୍ୟରେ ବିଳମ୍ବ ହେବା ଯୋଗୁ ବ୍ୟୟ ଅଟକଳ ୫,୦୦୦ କୋଟିକୁ ବୃଦ୍ଧି ପାଇବାର ସମ୍ଭାବନା ରହିଛି।

ପ୍ରକଳ୍ପର ୪୧.୫୪ କିଲୋମିଟର ପଶ୍ଚିମବଙ୍ଗର ଦାର୍ଜଲିଂ ଏବଂ କାଲିମ୍‌ପୋଙ୍ଗ ଜିଲାରେ ରହିଛି। ଅବଶିଷ୍ଟ ୩.୪୪ କିଲୋମିଟର ସିକିମ୍‌ରେ ରହିଛି। ଏହି ପ୍ରକଳ୍ପରେ ୧୪ ଟନେଲ ଏବଂ ୧୭ ବ୍ରିଜ୍‌ ରହିଛି। ପଶ୍ଚିମବଙ୍ଗରେ ୧୩ଟି ଟନେଲ ଅଛି। ସେହିପରି ଏହି ପ୍ରକଳ୍ପରେ ୫ଟି ଷ୍ଟେଶନ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

ଫାଇନାଲରେ ଏହି ୩ ପାକିସ୍ତାନୀ ଖେଳାଳି ଭାରତ ପାଇଁ କାଳ! ମ୍ୟାଚର ମୋଡ଼ ପଲଟାଇବାରେ ମାହିର, ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ,୧।୧୦: ଭାରତ ଓ ପାକିସ୍ତାନ ମଧ୍ୟରେ କ୍ରିକେଟ ମ୍ୟାଚ ହେଲେ ରୋମାଞ୍ଚର କୌଣସି ଅଭାବ ରହେ ନାହିଁ। ଏବେ ଏସିଆନ ଗେମ୍ସ ୨୦୨୬ର ଫାଇନାଲରେ ଦୁଇ ଦଳ…

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

ଦୀପାବଳି ପୂର୍ବରୁ କର୍ମଚାରୀ, ପେନସନଭୋଗୀଙ୍କୁ ବଡ଼ ଉପହାର ଦେଲେ ସରକାର: ବଢିଲା…

ନୂଆଦିଲ୍ଲୀ,୧।୧୦: କେନ୍ଦ୍ରୀୟ କର୍ମଚାରୀମାନେ ଅଷ୍ଟମ ବେତନ କମିଶନର ସୁପାରିସକୁ ବେଶ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି। ଏହାରି ମଧ୍ୟରେ ଦୀପାବଳି ପୂର୍ବରୁ ବିଭିନ୍ନ ରାଜ୍ୟ ସରକାର ନିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?