Posted inଜାତୀୟ

ଅଭିଯୁକ୍ତ କନଷ୍ଟେବଳଙ୍କ ମେଡିକାଲ ବିବୃତିକୁ ପ୍ରତ୍ୟାହାର କଲା ରେଲଓ୍ବେ

ନୂଆଦିଲ୍ଲୀ,୩।୮: ଜୟପୁର-ମୁମ୍ବାଇ ଟ୍ରେନ ଗୁଳିକାଣ୍ଡ ଘଟଣାରେ ଅଭିଯୁକ୍ତ ଆରପିଏଫ୍‌ କନଷ୍ଟେବଳଙ୍କ ଶେଷ ପର୍ଯ୍ୟାୟ ମେଡିକାଲ ରିପୋର୍ଟରେ କୌଣସି ମାନସିକ ରୋଗ ଚିହ୍ନଟ ହୋଇ ନ ଥିବା ବୁଧବାର ରେଳ ବିଭାଗ ପକ୍ଷରୁ ଏକ ସ୍ପଷ୍ଟୀକରଣ ଦିଆଯାଇଛି। ହେଲେ ଏହାର କିଛି ଘଣ୍ଟା ମଧ୍ୟରେ ବିବୃତିିକୁ ପୁଣି ବିଭାଗ ପକ୍ଷରୁ ପ୍ରତ୍ୟାହାର କରି ନିଆଯାଇଛି।

ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) କନଷ୍ଟେବଳ ଚେତନ ସିଂ(୩୩) ଗତ ସୋମବାର ସକାଳେ ପାଲଘର ରେଳଷ୍ଟେଶନ ନିକଟରେ ଚଳନ୍ତା ଟ୍ରେନରେ ତାଙ୍କ ବରିଷ୍ଠ ସହକର୍ମୀ ଟିକା ରାମ ମୀନା ଏବଂ ୩ ଜଣ ଯାତ୍ରୀଙ୍କୁ ଗୁଳି କରି ହତ୍ୟା କରିଥିଲେ। ହତ୍ୟା ମାମଲାରେ କନଷ୍ଟେବଳ ଚେତନଙ୍କୁ ପୋଲିସ ଗିରଫ କରିଛି। ଇତିମଧ୍ୟରେ ଚେତନଙ୍କ ମାନସିକ ଅବସ୍ଥା ଠିକ୍‌ ନ ଥିବା କୁହାଯାଉଥିଲା। ଏପରିକି କନଷ୍ଟେବଳ ଗୁରୁତର ଚିନ୍ତାଜନିତ ରୋଗରେ ଆକ୍ରାନ୍ତ ଥିବା ଏକ ରିପୋର୍ଟ ମଧ୍ୟ ଗଣମାଧ୍ୟମରେ ପ୍ରକାଶ ପାଇଥିଲା।

ଏହି ପରିପ୍ରେକ୍ଷୀରେ ରେଲୱେ ପ୍ରୋଟେକ୍ସନ ଫୋର୍ସ ଅଭିଯୁକ୍ତ କନଷ୍ଟେବଳଙ୍କ ପିରିୟଡିକାଲ ମେଡିକାଲ ପରୀକ୍ଷଣ(ପିଏମ୍‌ଇ) କରାଇଛି। ମେଡିକାଲ ରିପୋର୍ଟରେ କନଷ୍ଟେବଳଙ୍କ କୌଣସି ରୋଗ ଚିହ୍ନଟ ହୋଇ ନ ଥିବା ରେଳ ବିଭାଗ ପକ୍ଷରୁ ଏକ ବିବୃତିରେ କୁହାଯାଇଥିଲା। ହେଲେ ଏହାକୁ ପୁଣି ବିଭାଗ ପକ୍ଷରୁ ପ୍ରତ୍ୟାହାର କରାଯାଇଥିବା ରେଳବାଇ ମୁଖପାତ୍ର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନକ ପରେ ସାବିତ୍ରୀ, ଜମୁଛି ଆମ୍ବ-ପଣସ ଆସର

ଗଞ୍ଜାମ,୧୪।୫(ବିଦ୍ୟାଧର ସାହୁ): ଦିନକ ପରେ ଅର୍ଥାତ ଶନିବାର ସମଗ୍ର ରାଜ୍ୟରେ ପାଳିତ ହେବ ସାବିତ୍ରୀ ଅମାବାସ୍ୟା l କେଉଁ ଆବାହନ କାଳରୁ ବାପାମା’ ଝିଅ ପାଇଁ ଭାର…

LPG-କ୍ଷୀର ପରେ ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା, ଏହି ଜିନିଷର ବଢିଗଲା ଦାମ୍‌…

ନୂଆଦିଲ୍ଲୀ,୧୪।୫: ଏଲପିଜି ଗ୍ୟାସ ସିଲିଣ୍ଡର, ଅମୂଲ ଏବଂ ମଦର ଡେରୀ କ୍ଷୀରର ମୂଲ୍ୟ ବୃଦ୍ଧି ପରେ, ସାଧାରଣ ଲୋକଙ୍କୁ ଆଉ ଏକ ବଡ଼ ଝଟ୍‌କା ଲାଗିଛି। ପ୍ରକୃତରେ,…

ଓ଼୍ବାର୍କ ଫର୍ମ ହୋମ୍‌ ନେଇ ବଡ଼ ଘୋଷଣା କଲେ ରାଜ୍ୟ ସରକାର, କେବଳ ୫୦% କର୍ମଚାରୀ ଯିବେ ଅଫିସ୍‌, ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୧୪।୫: ବିଶ୍ୱ ସଙ୍କଟ ମଧ୍ୟରେ, ପ୍ରଧାନମନ୍ତ୍ରୀ ମୋଦିଙ୍କ ଇନ୍ଧନ ସଂରକ୍ଷଣ ପାଇଁ ଆହ୍ୱାନର ପ୍ରଭାବ ଦେଖାଯିବା ଆରମ୍ଭ ହୋଇଛି। ତ୍ରିପୁରା ସରକାର ଏହାର 50% କର୍ମଚାରୀଙ୍କ ପାଇଁ…

ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ: ନିଲମ କଲେଜ ଟପ୍ପର

ଲୋଇସିଂହା,୧୪।୫(ସୁଶାନ୍ତ ବାରୁକ): ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ବଲାଙ୍ଗୀର ଲୋଇସିଂହା ବ୍ଲକ ଯୋଗୀସର୍ଡା ଗ୍ରାମ ତଥା ବଲାଙ୍ଗୀର ଜେଆଇଟିମ କଲେଜ କଳା ବିଭାଗ…

ପେଟ୍ରୋଲ ଅଭାବ ଭିତରେ ଭୁବନେଶ୍ୱରରେ ବଦଳିଲା ତେଲଦର! ଜାଣନ୍ତୁ କ’ଣ ହୋଇଛି ପରିବର୍ତ୍ତନ

ନୂଆଦିଲ୍ଲୀ,୧୪।୫: ଦେଶରେ ପେଟ୍ରୋଲ ଓ ଡିଜେଲର ନୂଆ ମୂଲ୍ୟ ଜାରି କରାଯାଇଛି । ପ୍ରମୁଖ ସହର ଗୁଡିକରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ପରିବର୍ତ୍ତନ ହୋଇଛି ।…

୨୦ରେ ରାଜ୍ୟ କ୍ୟାବିନେଟ୍‌: ୯ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୧୪ା୫(ରବିନାରାୟଣ ଜେନା):ଓଡ଼ିଶାର ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ମେ’ ୨୦ରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ଅପରାହ୍ନ…

କେନ୍ଦୁପତ୍ର ବୋଝେଇ ପିକଅପ୍‌ ଜବତ, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ରିଆମାଳ, ୧୪୫(ବଦ୍ରିନାରାୟଣ ଅଗ୍ରୱାଲା):ଦେବଗଡ଼ ଜିଲା ରିଆମାଳ ବ୍ଲକ କୁଣ୍ଢେଇଗୋଳା ଥାନା କରଲଗା ଜିରୋ ପଏଣ୍ଟଠାରେ ଏକ କେନ୍ଦୁପତ୍ର ବୋଝେଇ ପିକଅପ ଜବତ ହେବା ସହ ଦୁଇ ଜଣକୁ…

ମାସେ ହେଲା ଅଚଳ ଜଳ ଯୋଗାଣ ପ୍ରକଳ୍ପ: ଚୁବୁକାଦାଦର ଗାଁରେ ପାନୀୟ ଜଳ ସମସ୍ୟା

ଅମରପାଲି,୧୪ା୫(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ପଞ୍ଚାୟତର ଚୁବୁକାଦାଦର ଗଁାରେ ପାନୀୟ ଜଳ ସମସ୍ୟା ଦେଖାଦେଇଛି। ଗ୍ରାମରେ ଥିବା ପାନୀୟ ଜଳ ଯୋଗାଣ ପ୍ରକଳ୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri