୪୮ଘଣ୍ଟାରେ ଅବପାତ: ସାରା ରାଜ୍ୟରେ ବର୍ଷା

ଭୁବନେଶ୍ୱର,୮ା୮(ବ୍ୟୁରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ସମୁଦ୍ର ଅଞ୍ଚଳରେ ରବିବାର ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୪୮ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ସେପେଟ ମୌସୁମୀ ସକ୍ରିୟ ଥିବାରୁ ସାରା ରାଜ୍ୟରେ ବର୍ଷା ଜାରି ରହିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୦.୯ ମିମି ବର୍ଷା ହୋଇଛି, ଯାହା ସ୍ବାଭାବିକ ବର୍ଷା ୧୪.୩ ମିମି ତୁଳନାରେ ୧୧୬% ଅଧିକ। ତେବେ ନବରଙ୍ଗପୁରରେ ସର୍ବାଧିକ ୧୨୬.୨ ମିମି ବର୍ଷା ହୋଇଥିବାବେଳେ ମାଲକାନଗିରି ୪୪, ଭବାନୀପାଟଣାରେ ୩୬.୮, ତାଳଚେର ୩୦, କୋରାପୁଟ ୨୬, ବଲାଙ୍ଗୀର ୨୫.୨, କେନ୍ଦ୍ରାପଡ଼ା ୨୦.୩, ଟିଟିଲାଗଡ଼ ୧୯.୨,ଦେବଗଡ଼ ୧୭, ଦାରିଙ୍ଗବାଡ଼ି ୧୫, ହୀରାକୁଦ ୧୫, ଅନୁଗୋଳ ୨୧, ବାଲେଶ୍ୱର ୧୨.୬, ଚାନ୍ଦବାଲି ୧୦, କେନ୍ଦୁଝର ୧୨.୩, ସମ୍ବଲପୁର ୧୫, ଫୁଲବାଣୀ ୧୩.୮, ଦାରିଙ୍ଗବାଡ଼ି ୧୫, ବୌଦ୍ଧ ୧୨, ଛତ୍ରପୁର ୧୪.୪, ଭଦ୍ରକ ୧୦.୨, ଯାଜପୁର ୧୦, ବରଗଡ଼ ୧୨.୪, ନୂଆପଡ଼ା ୧୩.୪ ଓ ଖୋର୍ଦ୍ଧାରେ ୧୫ମିମି ବର୍ଷା ରେକର୍ଡ କରାଯାଇଛି। ଏହାଛଡ଼ା ରାଜ୍ୟର ବାକି ସ୍ଥାନରେ ବି ସ୍ବଳ୍ପ ଧରଣର ବର୍ଷା ହୋଇଥିବା ଜଣାପଡ଼ିଛି।
ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ସାରା ରାଜ୍ୟରେ ଏଭଳି ବର୍ଷା ଲାଗିରହିବ। ସୋମବାର ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ କଳାହାଣ୍ଡି, ରାୟଗଡ଼ା ଆଦି ଦୁଇଟି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏନେଇ ଏହି ଦୁଇ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, ସୋନପୁର, ବରଗଡ଼, ସମ୍ବଲପୁର, କଟକ, ଜଗତ୍‌ସିଂହପୁର, ଅନୁଗୋଳରେ ମଧ୍ୟ ପ୍ରବଳ ବର୍ଷା ହେବ। ଏଥିପାଇଁ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ତେବେ ସୋମବାର ସକାଳ ସାଢ଼େ ୮ଟାରୁ ମଙ୍ଗଳବାର ସକାଳ ପର୍ଯ୍ୟନ୍ତ ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, ମାଲକାନଗିରି ଓ ରାୟଗଡ଼ାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବାରୁ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି। ଲଘୁଚାପ ପାଇଁ ଏବେ ସମୁଦ୍ର ଅଶାନ୍ତ ରହିବ। ୧୧ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନେ ସମୁଦ୍ର ଭିତରକୁ ଯିବା ପାଇଁ ପାଣିପାଗ କେନ୍ଦ୍ର ବାରଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା, ଏକାଧିକ ଆହତ ସୂଚନା

ଧର୍ମଶାଳା,୧୪।୧୨(ଶିବପ୍ରସାଦ ମହାନ୍ତି): ଧର୍ମଶାଳାରେ ପୁଣିଥରେ ହିଂସା ଦେଖିବାକୁ ମିଳିଛି । ଧର୍ମଶାଳା ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା କରାଯାଇଥିବା ସୂଚନା ରହିଛି...

ପ୍ରଥମେ ମିଳିମିଶି ଦରମା ବଢ଼ାଇଦେଲେ: ଏବେ ଲୋକ ଦେଖାଣିଆ ରାଜନୈତିକ ବୟାନବାଜୀ

ଭୁବନେଶ୍ବର,୧୪।୧୨: ଏବେ ରାଜ୍ୟର ଘରେ ଘରେ ଆଉ ଗଳି କନ୍ଦିରେ ଚର୍ଚ୍ଚା ବିଧାୟକଙ୍କ ଦରମା ବୃଦ୍ଧି। ଓଡିଶା ଭଳି ଗରିବ ରାଜ୍ୟର ବିଧାୟକ ମାନେ ଭାରତରେ...

ବେସାହାରା ଲଳିତାଙ୍କୁ ସାହାରା ଦେବାକୁ ଦାବି, ପାଠ ସହିତ ବଞ୍ଚିବାର ସହାୟତା ଆଶାରେ ଲଳିତା

କେନ୍ଦୁଝର,୧୪।୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ) : କଥାରେ ଅଛି ଦୁଃଖ ଯେତେବେଳେ ପରିବାର ବନ୍ଧୁବର୍ଗଙ୍କୁ ସାଙ୍ଗରେ ନେଇକି ଆସେ । ଏଭଳି ଏକ ଦୁଃଖଦ ଘଟଣା...

‘ଛାତ୍ରୀଛାତ୍ର ଭଲ ମଣିଷ ହୋଇ ଦେଶର ନାଁ ରଖନ୍ତୁ’

ଭୁବନେଶ୍ୱର,୧୪ା୧୨: ଭୁବନେଶ୍ୱର ଉପକଣ୍ଠସ୍ଥ ଭରତପୁର ଥାନା ଅନ୍ତର୍ଗତ ଦୁର୍ଗାମାଧବ ନଗର (ଶ୍ୟାମପୁର ମୌଜା)ଭରତପୁରଠାରେ ଅବସ୍ଥିତ ବୀଣାଭାରତୀ ବିଦ୍ୟାମନ୍ଦିରର ୨୫ ତମ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ୩...

ଭାଜପାକୁ ମିଳିଲା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି, ନୀତିନ ନବୀନଙ୍କୁ ଦାୟିତ୍ବ

ନୂଆଦିଲ୍ଲୀ,୧୪।୧୨:  ବଡ଼ ଘୋଷଣା କଲା ଭାଜପା । ଭାରତୀୟ ଜନତା ପାର୍ଟି ଏକ ବଡ଼ ସାଂଗଠନିକ ପରିବର୍ତ୍ତନ କରିଛି । ନୀତିନ ନବୀନ ହେଲେ ଭାଜପା...

ଧାନଖଳାରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ଜଳିଗଲା ୬୦୦ ବସ୍ତା ଧାନ

ବଲାଙ୍ଗୀର,୧୪ା୧୨(ସୁନିଲ କୁମାର ମହାନ୍ତି): ପୁଣି ଧାନ ଖଳାରେ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ। ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଉଡାର ପଞ୍ଚାୟତ ଜଲିଆ ଗାଁର ଚାଷୀ...

ବିଳମ୍ବିତ ନ୍ୟାୟ ଲୋକଙ୍କ ଉପରେ ବୋଝ: CJI

କଟକ,୧୪।୧୨: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି(CJI) ସୂର୍ଯ୍ୟ କାନ୍ତ ରବିବାର କଟକ ଶହୀଦ ଭବନରେ ହାଇକୋର୍ଟ ବାର୍‌ ପକ୍ଷରୁ ଆୟୋଜିତ ଆଲୋଚନାଚକ୍ରରେ ଯୋଗ ଦେଇଛନ୍ତି। ଏହି ଅବସରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri