୪୮ଘଣ୍ଟାରେ ଅବପାତ: ସାରା ରାଜ୍ୟରେ ବର୍ଷା

ଭୁବନେଶ୍ୱର,୮ା୮(ବ୍ୟୁରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ସମୁଦ୍ର ଅଞ୍ଚଳରେ ରବିବାର ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୪୮ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ସେପେଟ ମୌସୁମୀ ସକ୍ରିୟ ଥିବାରୁ ସାରା ରାଜ୍ୟରେ ବର୍ଷା ଜାରି ରହିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୦.୯ ମିମି ବର୍ଷା ହୋଇଛି, ଯାହା ସ୍ବାଭାବିକ ବର୍ଷା ୧୪.୩ ମିମି ତୁଳନାରେ ୧୧୬% ଅଧିକ। ତେବେ ନବରଙ୍ଗପୁରରେ ସର୍ବାଧିକ ୧୨୬.୨ ମିମି ବର୍ଷା ହୋଇଥିବାବେଳେ ମାଲକାନଗିରି ୪୪, ଭବାନୀପାଟଣାରେ ୩୬.୮, ତାଳଚେର ୩୦, କୋରାପୁଟ ୨୬, ବଲାଙ୍ଗୀର ୨୫.୨, କେନ୍ଦ୍ରାପଡ଼ା ୨୦.୩, ଟିଟିଲାଗଡ଼ ୧୯.୨,ଦେବଗଡ଼ ୧୭, ଦାରିଙ୍ଗବାଡ଼ି ୧୫, ହୀରାକୁଦ ୧୫, ଅନୁଗୋଳ ୨୧, ବାଲେଶ୍ୱର ୧୨.୬, ଚାନ୍ଦବାଲି ୧୦, କେନ୍ଦୁଝର ୧୨.୩, ସମ୍ବଲପୁର ୧୫, ଫୁଲବାଣୀ ୧୩.୮, ଦାରିଙ୍ଗବାଡ଼ି ୧୫, ବୌଦ୍ଧ ୧୨, ଛତ୍ରପୁର ୧୪.୪, ଭଦ୍ରକ ୧୦.୨, ଯାଜପୁର ୧୦, ବରଗଡ଼ ୧୨.୪, ନୂଆପଡ଼ା ୧୩.୪ ଓ ଖୋର୍ଦ୍ଧାରେ ୧୫ମିମି ବର୍ଷା ରେକର୍ଡ କରାଯାଇଛି। ଏହାଛଡ଼ା ରାଜ୍ୟର ବାକି ସ୍ଥାନରେ ବି ସ୍ବଳ୍ପ ଧରଣର ବର୍ଷା ହୋଇଥିବା ଜଣାପଡ଼ିଛି।
ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ସାରା ରାଜ୍ୟରେ ଏଭଳି ବର୍ଷା ଲାଗିରହିବ। ସୋମବାର ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ କଳାହାଣ୍ଡି, ରାୟଗଡ଼ା ଆଦି ଦୁଇଟି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏନେଇ ଏହି ଦୁଇ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, ସୋନପୁର, ବରଗଡ଼, ସମ୍ବଲପୁର, କଟକ, ଜଗତ୍‌ସିଂହପୁର, ଅନୁଗୋଳରେ ମଧ୍ୟ ପ୍ରବଳ ବର୍ଷା ହେବ। ଏଥିପାଇଁ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ତେବେ ସୋମବାର ସକାଳ ସାଢ଼େ ୮ଟାରୁ ମଙ୍ଗଳବାର ସକାଳ ପର୍ଯ୍ୟନ୍ତ ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, ମାଲକାନଗିରି ଓ ରାୟଗଡ଼ାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବାରୁ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି। ଲଘୁଚାପ ପାଇଁ ଏବେ ସମୁଦ୍ର ଅଶାନ୍ତ ରହିବ। ୧୧ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନେ ସମୁଦ୍ର ଭିତରକୁ ଯିବା ପାଇଁ ପାଣିପାଗ କେନ୍ଦ୍ର ବାରଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର…

ବଡ଼ ଖୁଲାସା କଲେ ଧର୍ମେନ୍ଦ୍ର; ଭାଜପା ଛାଡ଼ି ଏହି ଦଳରେ ହେବେ ସାମିଲ, ସାମ୍ନାକୁ ଆସିଲା ଫଟୋ

ଲକ୍ଷ୍ନୌ,୧୧।୧୦: ଭାଜପାରୁ ଇସ୍ତଫା ଦେଇଥିବା ଉତ୍ତରପ୍ରଦେଶର ଆଁଓଲା ଲୋକସଭା ଆସନର ପୂର୍ବତନ ଏମପି ଧର୍ମେନ୍ଦ୍ର କଶ୍ୟପ ରବିବାର ଲକ୍ଷ୍ନୌରେ ସମାଜବାଦୀ ପାର୍ଟି (ସପା) ମୁଖ୍ୟ ଅଖିଳେଶ ଯାଦବଙ୍କୁ…

ବଲାଙ୍ଗୀରରେ ମର୍ମନ୍ତୁଦ ଦୁର୍ଘଟଣା; ଟ୍ରକ୍‌ ଚକା ତଳେ ଚାଲିଗଲା ମହିଳାଙ୍କ ଜୀବନ

ବଲାଙ୍ଗୀର,୧୧।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଇଁତଳା ୨୬ନମ୍ବର ଜାତୀୟ ରାଜପଥ ସଦର ବ୍ଲକ ଅନ୍ତର୍ଗତ ରତାଖଣ୍ଡି ଠାରେ ଏକ ମର୍ମନ୍ତ ଦୁର୍ଘଟଣା ଘଟିଛି । ବାଇକ୍-ଟ୍ରକ…

ବିବାହର ୩ ଦିନ ପରେ ବୋହୂଙ୍କ ଭୟଙ୍କର କାଣ୍ଡ! ପୂରା ପରିବାରକୁ ଦେଇଦେଲେ ମୂଷାମରା ଔଷଧ, ତାପରେ….

ମୁମ୍ବାଇ,୧୧।୧୦: ବିବାହର ଖୁସି ମନାଉଥିବା ପରିବାରରେ ହଠାତ୍‌ ଖେଳିଗଲା ଆତଙ୍କ । ବିବାହର ମାତ୍ର ୭୨ ଘଣ୍ଟା ମଧ୍ୟରେ ନବବଧୂ ନିଜ ସ୍ୱାମୀଙ୍କ ସମେତ ଶାଶୂଘରର ଅନ୍ୟ…

ଯାତ୍ରୀ ଛାନିଆ! ମଝି ଆକାଶରେ ଇଣ୍ଡିଗୋ ବିମାନରେ ଲାଗିଗଲା ନିଆଁ, ଓଭରହେଡ୍‌ କ୍ୟାବିନ୍‌ରେ ଜଳିଲା…..

ନୂଆଦିଲ୍ଲୀ,୧୧।୧୦: ଆକାଶରେ ଉଡ଼ୁଥିବା ବେଳେ ଇଣ୍ଡିଗୋ ବିମାନରେ ହଠାତ୍‌ ଲାଗିଗଲା ନିଆଁ । ରବିବାର ଦିନ ଦିଲ୍ଲୀରୁ ଚେନ୍ନାଇ ଯାଉଥିବା ଇଣ୍ଡିଗୋ ବିମାନରେ ଏଭଳି ଏକ ଘଟଣା…

ଦିଗପହଣ୍ଡିରେ ଚର୍ଚ୍ଚା; ସ୍ୱପ୍ନରେ ଆସି ଏଭଳି କହିଲେ ମା’ କାଳୀ, ପୋଖରୀ ପାଣିରୁ ମିଳିଲା….

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଝିଅ କାମିନୀ ରେଡ୍ଡୀଙ୍କ ସ୍ବପ୍ନରେ ଆସିଲେ ମା’ କାଳୀ…

କଂଗ୍ରେସ କାର୍ଯ୍ୟାଳୟରେ ଧସ୍ତାଧସ୍ତି ସହ ଚାପୁଡ଼ା ମାଡ଼; ରାଗରେ ବାହାରିଗଲେ ଅଜୟ

ଲକ୍ଷ୍ନୌ,୧୧।୧୦: ରବିବାର ଉତ୍ତର ପ୍ରଦେଶ କଂଗ୍ରେସ ମୁଖ୍ୟାଳୟରେ ନବନିଯୁକ୍ତ ରାଜ୍ୟ ସଭାପତି ଆରାଧନା ମିଶ୍ର ‘ମୋନା’ଙ୍କ ଦାୟିତ୍ୱ ଗ୍ରହଣ ଉତ୍ସବ ସମୟରେ ହଟ୍ଟଗୋଳ ସୃଷ୍ଟି ହୋଇଥିଲା। ପୂର୍ବତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?