୧୮ରୁ ପୁଣି ବର୍ଷା: ୨୦,୨୧ ଛେଚିବ

ଭୁବନେଶ୍ବର,୧୭।୯: ପୂର୍ବକେନ୍ଦ୍ରୀୟ ଓ ଉତ୍ତରପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଗବ ୧ବ ଓ ୧୩ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷା ହୋଇଥିଲା। ଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ସୃଷ୍ଟି ହୋଇଥିଲା ବନ୍ୟା ପରିସ୍ଥିତି। ଏବେ ପରିସ୍ଥିତ ନ ସୁଧୁରୁଣୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଆଭ୍ୟନ୍ତରୀଣ ଓ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ସାଙ୍ଗକୁ ବଜ୍ରପାତ ହେବା ନେଇ ଶୁକ୍ରବାର ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ସେହିପରି ୧୮ରୁ ୧୯ ତାରିଖ ମଧ୍ୟରେ ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ ଆଦି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ଉକ୍ତ ଜିଲାଗୁଡିକୁ ୟେଲୋ ୱାର୍ନିଂ ଜାରି କରିଛି।

୨୦ ତାରିଖରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, କନ୍ଧମାଳ, ମାଲକାନଗିରି ଓ କୋରାପୁଟ ଆଦି ଜିଲାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବନୁମାନ କରାଯାଇଛି। ୨୧ ତାରିଖରେ ସୁନ୍ଦରଗଡ଼, ବଲାଙ୍ଗୀର, ସମ୍ବଲପୁର, ବରଗଡ଼, ଦେବଗଡ଼, ଝାରସୁଗଡ଼ା ଓ ସୁବର୍ଣ୍ଣପୁର ଜିଲାରେ ଅତି ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।