ଦୁର୍ଦ୍ଦଶା ବେଳେ ପୁଣି ବର୍ଷା

ଭୁବନେଶ୍ୱର,(ବ୍ୟୁରୋ)/ଭୋଗରାଇ, (ଡି.ଏନ.ଏ.) ୨୪।୮: ଲଘୁଚାପ ବର୍ଷା ଯୋଗୁ ବାଲେଶ୍ୱର, ମୟୂରଭଞ୍ଜ ସମେତ ଉତ୍ତର ଓଡ଼ିଶାର ଅନେକ ଅଞ୍ଚଳ ବନ୍ୟା ପାଣିରେ ଉବୁଟୁବୁ ହେଉଛି। ଜନସାଧାରଣ ଅକଥନୀୟ ଦୁର୍ଦ୍ଦଶା ଭୋଗୁଛନ୍ତି। ଏଭଳି ସ୍ଥଳେ ପୁଣି ବଡ଼ ବର୍ଷାର ଭୟ ସେମାନଙ୍କ ଚିନ୍ତା ବଢ଼ାଇ ଦେଇଛି। ଭୁବନେଶ୍ୱର ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଅନୁଯାୟୀ ଉତ୍ତର ପୂର୍ବ ବଙ୍ଗୋପସାଗର ଏବଂ ଏହାର ଆଖପାଖରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏଥିସହିତ ଏକ ଟ୍ରପ୍‌ଲାଇନ ରହିଛି। ଏହାର ପ୍ରଭାବରେ ଆସନ୍ତା ଦୁଇଦିନ ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଏବଂ କେନ୍ଦୁଝର ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏହି ସମୟରେ ସୁନ୍ଦରଗଡ଼, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଢେଙ୍କାନାଳ, କଟକ, ପୁରୀ, ଗଞ୍ଜାମ, ଗଜପତି ଏବଂ ଖୋର୍ଦ୍ଧା ଜିଲାରେ ପ୍ରବଳ ବର୍ଷା ହୋଇପାରେ। ୨୫ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଏବଂ ଦେବଗଡ଼ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ଆଶଙ୍କା ରହିଛି। ଏ ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏହି ସମୟରେ କେନ୍ଦୁଝର, ଅନୁଗୋଳ, ବୌଦ୍ଧ, କନ୍ଧମାଳ, ସୋନପୁର, କଳାହାଣ୍ଡି, ବରଗଡ଼, ବଲାଙ୍ଗୀର, ନୂଆପଡ଼ା, ନବରଙ୍ଗପୁର ଏବଂ କେନ୍ଦୁଝର ଜିଲାରେ ପ୍ରବଳ ବର୍ଷା ହୋଇପାରେ। ଏହି ସବୁ ଜିଲା ପାଇଁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି। ସୁବର୍ଣ୍ଣରେଖାର ବନ୍ୟା ଧୀରେ ଧୀରେ କମୁଥିବା ବେଳେ ବାଲେଶ୍ୱର ଜିଲା ଭୋଗରାଇ ବ୍ଲକର ନଦୀ ପାଖ ଓ ତଳିଆ ଅଞ୍ଚଳରେ ସ୍ଥିତି ଅତି ଭୟଙ୍କର ହୋଇଥିବା ବେଳେ ତିନି ଓଳି ପେଟ ପୁରା ଖାଦ୍ୟ ନିଅଣ୍ଟ ହୋଇଛି। ସହସ୍ରାଧିକ ବିପନ୍ନଙ୍କୁ ବିଭିନ୍ନ ସ୍କୁଲ ଗୃହ ଓ ବାତ୍ୟା ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର କରାଯାଇ ବ୍ଲକ ପ୍ରଶାସନ ପକ୍ଷରୁ ଶୁଖିଲା ଓ ରନ୍ଧା ଖାଦ୍ୟ ଯୋଗାଇ ଦିଆଯାଇଛି। ପାଣି ଘେରରେ ଥିବା ଗୋବାଦୀ ପଶୁଙ୍କ ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ନଦୀତଟ ଆରୁହାବୃତ୍ତି, କୁମ୍ଭୀରଗଡ଼ି, ଗବାଁ, କୁଶୁଡ଼ା, ପୁଟିଣା, କୁଳିଦା, ଦାହୁଦା ପଞ୍ଚାୟତର ବହୁଗ୍ରାମ ବିପନ୍ନଙ୍କ ଅବସ୍ଥା ଦୁର୍ବିଷହ ହୋଇପଡ଼ିଛି। ବନ୍ୟାର ୩ଦିନ ବିତିଥିଲେ ମଧ୍ୟ ବିପନ୍ନଙ୍କର ନିଦ ହଜଯାଇଛି। ଲକ୍ଷାଧିକ ବିପନ୍ନଙ୍କ ଘରେ ୩ ଫୁଟ୍‌ରୁ ଊର୍ଦ୍ଧ୍ୱ ପାଣି ଜମି ରହିଥିବାରୁ ରୋଷେଇ କରି ଖାଇବା ଏକପ୍ରକାର ବନ୍ଦ ହୋଇଛି। ମଙ୍ଗଳବାର ଜିଲା ପ୍ରଶାସନ ବନ୍ୟା ଘେରରେ ଥିବା ଲୋକଙ୍କ ଅବସ୍ଥା ସମ୍ପର୍କରେ ବ୍ଲକ ପ୍ରଶାସନ ସହିତ ବିଭିନ୍ନ ବିଭାଗର ଅଧିକାରୀଙ୍କ ସହିତ ଆଲୋଚନା ଓ ପର୍ଯ୍ୟାଲୋଚନା କରିଛନ୍ତି। ବିପନ୍ନମାନେ ଗୋଟିଏ ଗାଁରୁ ଅନ୍ୟ ଗାଁକୁ ଯିବାକୁ ଡଙ୍ଗା ଓ କଦଳୀଭେଳାର ସାହାଯ୍ୟ ନେଉଛନ୍ତି।
ମଙ୍ଗଳବାର ପ୍ରଦେଶ କଂଗ୍ରେସର ସଭାପତି ଶତର ପଟ୍ଟନାୟକଙ୍କ ସହ ରାଜ୍ୟ କାର୍ଯ୍ୟକାରୀ ସମ୍ପାଦକ ମଣ୍ଡଳୀର ସଦସ୍ୟ ସତ୍ୟଶିବ ଦାସ, ଭୋଗରାଇ କଂଗ୍ରେସ ଶାଖାର ସଭାପତି ଆଶିଷ କୁମାର ପାତ୍ର, ଜିଲାପରିଷଦ ସଦସ୍ୟ ସନ୍ତୋଷ କୁମାର ଜେନା ବନ୍ୟା ଅଞ୍ଚଳ ପରିଦର୍ଶନ କରି ବନ୍ୟା ମୁକାବିଲାରେ ସରକାର ସମ୍ପୂର୍ଣ୍ଣ ବ୍ୟର୍ଥ ବୋଲି ଅଭିଯୋଗ କରିଛନ୍ତି। ଯୁଦ୍ଧକାଳୀନ ଭିତ୍ତିରେ ବିପନ୍ନଙ୍କ ଘରେ ଖାଦ୍ୟ ସାମଗ୍ରୀ, ବିଶୁଦ୍ଧ ପାନୀୟଜଳ, ଔଷଧପତ୍ର, ଗୋଖାଦ୍ୟ ଯୋଗାଇ ଦେବାକୁ ସରକାରଙ୍କଠାରେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri