ଆସୁଛି ବଡ଼ ବର୍ଷା: ଏହି ସବୁ ଜିଲାରେ ପ୍ରବଳ ଛେଚିବ, ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧୮।୩: ଆସୁଛି କାଳବୈଶାଖୀ। ଏହାର ପ୍ରଭାବରେ ରାଜ୍ୟରେ କମିବ ତାତି। ଆଶ୍ୱସ୍ତ ହେବେ ରାଜ୍ୟବାସୀ। ଗୁରୁଚାପ ବଳୟ ସାଙ୍ଗକୁ ଟ୍ରାପ ଲାଇନ ପ୍ରଭାବରେ ଆସନ୍ତା ୨୦ରୁ ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ପାଣିପାଗ ବିଭାଗ ମୁତାବକ ୨୦ ରୁ ୨୨ ତାରିଖ ଯାଏ କାଳେବଶାଖୀର ଅଧିକ ପ୍ରଭାବ ଦେଖିବାକୁ ମିଳିବ । ଓଡିଶା ଉପକୂଳସ୍ଥ ବଙ୍ଗୋପସାଗର ଅଞ୍ଚଳରେ ଗୁରୁଚାପ ପ୍ରଭାବରେ ରାଜ୍ୟକୁ ପ୍ରଚୁର ଜଳୀୟବାଷ୍ପ ପ୍ରବେଶ କରିବ।

ଓଡିଶା ଉପକୂଳସ୍ଥ ବଙ୍ଗୋପସାଗର ଅଞ୍ଚଳରେ ଗୁରୁଃଚାପ ପ୍ରଭାବରେ ରାଜ୍ୟ ମଧ୍ୟକୁ ପ୍ରଚୁର ଜଳୀୟବାଷ୍ପ ପ୍ରବେଶ ଏବଂ ଉତ୍ତପ୍ତ ବାୟୁମଣ୍ଡଳ ସଂସ୍ପର୍ଶରେ ଆସିବା ସହ, ଉପରି ଭାଗରେ ନିମ୍ନ ଚାପ ରେଖାର ଉପସ୍ଥିତି ହିଁ କାଳବୈଶାଖୀ ପାଇଁ ଅତ୍ୟନ୍ତ ଅନୁକୂଳ ହେବ ।

ଯାହା ଉତ୍ତପ୍ତ ବାୟୁମଣ୍ଡଳ ସଂସ୍ପର୍ଶରେ ଆସିବା ପରେ ଝଡ଼ ପବନ ସାଙ୍ଗକୁ ବର୍ଷା କରାଇବ। ଏହାସହ ଉପରିଭାଗରେ ନିମ୍ନ ଚାପରେଖାର ଉପସ୍ଥିତି କାଳବୈଶାଖୀ ପାଇଁ ଅତ୍ୟନ୍ତ ଅନୁକୂଳ ହେବ। ଫଳରେ ୧୯ରେ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶର, ମୟୂରଭଞ୍ଜରେ ଝଡ଼ପବନ ସହ ବର୍ଷା ସମ୍ଭାବନା ନେଇ ୟେଲୋ ଓ୍ବାର୍ନିଂ ପାଣିପାଗ ବିଭାଗ ଜାରି କରିଛି।

ରବିବାର ରାତିରେ ନୟାଗଡ଼ ଜିଲା ଦଶପଲ୍ଲାରେ ତାଣ୍ଡବ ରଚିଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ ଅଚାନକ ପବନ ସାଙ୍ଗକୁ ମାଡି ଆସିଥିଲା କଳାହାଣ୍ଡିଆ ମେଘ। ତାପରେ ଛେଚିଲା ବର୍ଷା। ହେଲେ ବର୍ଷା ପୂର୍ବରୁ ହୋଇଥିବା ପ୍ରବଳ ଝଡ ତୋଫାନରେ ଉପୁଡି ପଡିଥିଲା ବଡ ବଡ ଗଛ।

ଝଡ଼ ତୋଫାନ ଯୋଗୁ ଅଞ୍ଚଳରେ ବିଦ୍ୟୁତ ସରବରାହ ପ୍ରାୟ ୧ ଘଣ୍ଟା ଧରି ବନ୍ଦ ରହିଥିଲା। ଦମକଳବାହିନୀ ଘଟଣାସ୍ଥଳରେ ପହଞ୍ଚି କଟର ସାହାଯ୍ୟରେ ଉପୁଡି ପଡିଥିବା ଗଛ ଡାଳ କାଟି ରାସ୍ତା ସଫା କରିଥିଲେ। ପରବର୍ତ୍ତୀ ସମୟରେ ଗାଡ଼ି ଚଳାଚଳ ସ୍ବାଭାବିକ ହୋଇଥିଲା। ଅନ୍ୟପକ୍ଷେ ଅଧିକ କ୍ଷୟକ୍ଷତି ସମ୍ପର୍କରେ ସୂଚନା ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଆଣବିକ ପ୍ରତିରୋଧ ଓ ମହାଶକ୍ତି

ଆଣବିକ ଅସ୍ତ୍ରଶସ୍ତ୍ର ଯୋଗୁ ମହାଶକ୍ତିଙ୍କ ମଧ୍ୟରେ ଯୁଦ୍ଧର ବିଜୟ ଅସମ୍ଭବ ହୋଇଯାଇଛି। ଅର୍ଥାତ୍‌ ମହାଶକ୍ତିଙ୍କ ନିକଟରେ ଏତେ ଅଣୁ ଅସ୍ତ୍ରଶସ୍ତ୍ର ରହିଛି ଯେ, ଯଦି ସେମାନଙ୍କ ମଧ୍ୟରେ…

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

କନିଷ୍ଠ ଶିକ୍ଷକଙ୍କୁ ନିୟମିତ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି: ପିଛିଲା ଭାବେ ମିଳିବ ମୋଟାଅଙ୍କର ଦରମା …

ଭୁବନେଶ୍ୱର,୩ା୪ (ସୁଚିସ୍ମିତା ସାହୁ):କନିଷ୍ଠ ଶିକ୍ଷକ (ସ୍କିମାଟିକ୍‌)ଙ୍କୁ ନିୟମିତ କରିବା ପାଇଁ ଗୁରୁବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି କନିଷ୍ଠ ଶିକ୍ଷକମାନେ ସହକାରୀ ଶିକ୍ଷକ ଭାବେ…

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri