ଏହି ଦିନ ପର୍ଯ୍ୟନ୍ତ ବର୍ଷା-ପବନ: ଘରୁ ନ ବାହାରିବାକୁ ପରାମର୍ଶ

ଭୁବନେଶ୍ୱର, ୫ା୫(ବନ୍ଦନା ସେଠୀ):ରାଜ୍ୟରେ କାଳବୈଶାଖୀ ବର୍ଷା ଜାରି ରହିଥିବାବେଳେ ଅଧିକାଂଶ ସ୍ଥାନରେ ତାପମାତ୍ରା ହ୍ରାସ ପାଇଛି। କେବଳ ବୌଦ୍ଧ ଜିଲାରେ ସର୍ବୋଚ୍ଚ ତାପମାତ୍ରା ୪୨ ଡିଗ୍ରୀ ରହିଥିବାବେଳେ ଝାରସୁଗୁଡାରେ ୪୦.୬ ଡିଗ୍ରୀ ଏବଂ ତାଳଚେରରେ ୪୦.୨ ଡିଗ୍ରୀ ରେକର୍ଡ କରାଯାଇଥିଲା। ବାକି ସ୍ଥାନଗୁଡିକରେ ତାପମାତ୍ରା ୪୦ ଡିଗ୍ରୀ ତଳେ ରହିଥିଲା। ତେବେ ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ
ଘଡ଼ଘଡ଼ି ସହ ବର୍ଷା ଓ ପବନ ଲାଗି ରହିବ। ମଙ୍ଗଳବାର ସାରା ରାଜ୍ୟରେ ପ୍ରବଳ ବର୍ଷା ହେବା ସହିତ ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ସମ୍ବଲପୁର, ଅନୁଗୋଳ, ବୌଦ୍ଧ, କନ୍ଧମାଳ ଜିଲାର କିଛି ସ୍ଥାନରେ ପ୍ରବଳ ଓ ପବନ ବର୍ଷା ସହିତ ଘଡ଼ଘଡ଼ି ବିଜୁଳି ନେଇ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି। ତେବେ ସୁନ୍ଦରଗଡ଼ ଜିଲାରେ କୁଆପଥର ବୃଷ୍ଟିପାତ ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କତା ଜାରି କରାଯାଇଛି। ଏହାବାଦ୍‌ ରାଜ୍ୟର ଅନ୍ୟ ଜିଲା ଯଥା ମୟୂରଭଞ୍ଜ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଝାରସୁଗୁଡା, ବରଗଡ଼, ସୋନପୁର, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ଜିଲାକୁ ଘଡ଼ଘଡ଼ି ବିଜୁଳି ସହ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଦିଆଯାଇଛି। କାଳବୈଶାଖୀ ସମୟରେ ବାହାରକୁ ନ ବାହାରି ଘରେ ସୁରକ୍ଷିତ ରହିବା ପାଇଁ ବିଭାଗ ପରାମର୍ଶ ଦେଇଛି। ସେହିପରି ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସତର୍କ କରାଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଠିକା କାମକୁ କେନ୍ଦ୍ର କରି ମାଡ଼ପିଟ, ଭାଜପା କର୍ମୀ ଗଲେ ଜେଲ

ରିଷିଡା, ୨୦।୬ (ସୁଶାନ୍ତ ମଲ୍ଲିକ): ଏକ ଠିକା କାମକୁ କେନ୍ଦ୍ର କରି ହୋଇଥିବା ଗଣ୍ଡଗୋଳ ଓ ମାଡ଼ପିଟ ଘଟଣାରେ ଜଣେ ଭାଜପା କର୍ମୀ ଜେଲ ଯିବା ଘଟଣା…

ଭଗବାନଙ୍କୁ ଅଜବ ଗୁହାରି: ଦାନବାକ୍ସରେ ୨୦ ଟଙ୍କିଆ ନୋଟରେ ଲେଖାହୋଇଛି…

ନୂଆଦିଲ୍ଲୀ,୨୦।୬: ଆନ୍ଧ୍ରପ୍ରଦେଶର ଅନନ୍ତପୁରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏକ ମନ୍ଦିରର ଦାନ ବାକ୍ସରୁ ମିଳିଥିବା ଏକ ୨୦ ଟଙ୍କାର ନୋଟ୍ ଚର୍ଚ୍ଚାର ବିଷୟ ପାଲଟିଛି…

ରେଞ୍ଜ ଅଫିସରଙ୍କ ବଦଳି ବାତିଲ ଦାବିରେ ଗ୍ରାମବାସୀଙ୍କ ଧାରଣା

ରାଜନଗର,୨୦ା୬(ଭାସ୍କର ରାଉତରାୟ): ଭିତରକନିକା ଜାତୀୟ ଉଦ୍ୟାନ ଦାୟିତ୍ୱରେ ଥିବା ରେଞ୍ଜ ଅଧିକାରୀ ମାନସ ଦାସଙ୍କ କଟକ ଡିଭିଜନକୁ ବଦଳି ହୋଇଛି। ଆସନ୍ତା ୧ ତାରିଖରେ ସେ ନୂତନ…

ପଶ୍ଚିମବଙ୍ଗ ଦିବସରେ ବଡ଼ କଥା କହିଦେଲେ ମୋଦି, ଗୌରବ ଫେରି ଆସୁଛି…

ନୂଆଦିଲ୍ଲୀ,୨୦।୬: ପଶ୍ଚିମବଙ୍ଗ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଦିଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ଯେ, ବଙ୍ଗଳାର ବାୟୁମଣ୍ଡଳରେ ଏବେ ଏକ ନୂତନ ସତେଜତା…

ହଠାତ୍ ହେଲା ବଜ୍ରପାତ: ଟଳିପଡ଼ିଲେ ଗୋଟିଏ ପରେ ଗୋଟିଏ ଛେଳି

ଭଞ୍ଜନଗର,୨୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାତାରସିଂ ଥାନା ଅନ୍ତର୍ଗତ କୁଟୁଣୀକୁମ୍ପା ଗ୍ରାମ ନିକଟରେ ଶନିବାର ଅପରାହ୍ନରେ ବଜ୍ରପାତ ମାରିବାରୁ ୧୭ଟି ଛେଳି ମୃତ୍ୟୁବରଣ କରିଛି। କ୍ଷତିଗ୍ରସ୍ତ ଚାଷୀମାନେ ଗରିବ…

ସେକେଣ୍ଡ ହ୍ୟାଣ୍ଡ ଗାଡ଼ି କିଣୁଥିଲେ ସାବଧାନ ! କେବଳ ଲୁକ୍‌ ନୁହେଁ ନିଶ୍ଚିତ ଯାଞ୍ଚ କରନ୍ତୁ ଏସବୁ ଜରୁରୀ ଡକ୍ୟୁମେଣ୍ଟ

ନୂଆ କାର୍‌ ତୁଳନାରେ କମ ଦାମ୍‌ରେ ଗାଡ଼ି ବା ସେକେଣ୍ଡ ହ୍ୟାଣ୍ଡ କାର୍‌ (Used Car) କିଣିବାକୁ ପସନ୍ଦ କରୁଛନ୍ତି। ତେବେ ବ୍ୟବହୃତ କାର୍‌ କିଣିବା ସମୟରେ…

ଇଞ୍ଜନିୟରିଂ କଲେଜ ହଷ୍ଟେଲରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବ୍ରହ୍ମପୁର,୨୦।୬: ଗଞ୍ଜାମ ଜିଲା ବ୍ରହ୍ମପୁରସ୍ଥିତ ଏକ ଘରୋଇ ଇଞ୍ଜନିୟରିଂ କଲେଜ ହଷ୍ଟେଲରୁ ଜଣେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଗୋଳନ୍ଥରା ଥାନା ପୋଲିସ ଉଦ୍ଧାର କରିଛି। ମିଳିଥିବା ସୂଚନା…

ଗ୍ୟାସ୍‌ ସିଲିଣ୍ଡର ଲିକ୍‌ ହେଲେ ଭୁଲରେ ବି କରନ୍ତୁ ନାହିଁ ଏହି ୫ କାମ, ସାମାନ୍ୟ ଅସାବଧାନତା ଯୋଗୁ…

ଆଜିର ସମୟରେ ଏଲପିଜି ଗ୍ୟାସ ସିଲିଣ୍ଡର (LPG Gas Cylinder) ପ୍ରାୟ ସମସ୍ତଙ୍କ ରୋଷେଇ ଘରର ଏକ ଅପରିହାର୍ଯ୍ୟ ଅଂଶ ପାଲଟିଛି। କିନ୍ତୁ ଏହାର ବ୍ୟବହାରରେ ସାମାନ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri