ବନ କର୍ମଚାରୀଙ୍କୁ ଆଶ୍ୱସ୍ତି ଦେଲା ଝଡ଼ବର୍ଷା

ମାଲକାନଗିରି,୧୭।୨(ଡି.ଏନ୍‌.ଏ.): ଗ୍ରୀଷ୍ମ ଆରମ୍ଭରୁ ରାଜ୍ୟର ବିଭିନ୍ନ ଜଙ୍ଗଲରେ ନିଆଁ ବ୍ୟାପିବାରେ ଲାଗିଥିଲା। ଏପରି କି ନିଆଁକୁ ଆୟତ୍ତ କରିବା ପାଇଁ ବନ କର୍ମଚାରୀଙ୍କୁ ନାକେଦମ୍‌ ହେବାକୁ ପଡୁଥିଲା। ଜଙ୍ଗଲ ନିଆଁକୁ ଲିଭାଇବାରେ ସରକାର ବିଫଳ ହୋଇଥିବା ଅଭିଯୋଗ କରି ସରକାରଙ୍କୁ ଟାର୍ଗେଟ କରୁଥିଲେ ବିରୋଧୀ। ଏଭଳିସ୍ଥିତିରେ ମାଲକାନଗିରି ଜିଲାରେ ଗୁରୁବାର କାଳବୈଶାଖୀ ବର୍ଷା ଯୋଗୁ ନିଆଁ ଆୟତ୍ତ ହୋଇଥିବା ସୂଚନା ମିଳିଛି। ପ୍ରାୟତଃ ଜିଲାର ଜଙ୍ଗଲ ନିଆଁ ଲିଭି ଯାଇଥିବାରୁ ବନ କର୍ମଚାରୀ ସାମାନ୍ୟ ଆଶ୍ୱସ୍ତି ଅନୁଭବ କରିଛନ୍ତି।

ଏହି ସମ୍ପର୍କରେ ମାଲକାନଗିରି ଡିଏଫଓ ପ୍ରତାପ କତାପାଲ୍ଲୀ କହିଛନ୍ତି, ମାଲକାନଗିରି ଜିଲାରେ ୨୩୩୬.୧୭ ବର୍ଗ କି.ମି. ଜଙ୍ଗଲ ଥିବା ବେଳେ ସାଟେଲାଇଟ ଦ୍ୱାରା ଯେଉଁ ଅଞ୍ଚଳରେ ନିଆଁ ଲାଗିଥିବା ଦର୍ଶାଯାଇଛି ସେଥିମଧ୍ୟରୁ ୫୦ ପ୍ରତିଶତ କୃଷି ଅଞ୍ଚଳ ହୋଇଥିବା ବେଳେ ଅବଶିଷ୍ଟ ଜଙ୍ଗଲ ଅଞ୍ଚଳ ରହିଛି। ଜଙ୍ଗଲ ନିଆଁକୁ ରୋକିବା ପାଇଁ ଚଳିତ ବର୍ଷ ମାଲକାନଗିରି ଜିଲା ବନଖଣ୍ଡ ପକ୍ଷରୁ ଲୋକଙ୍କ ପାଇଁ ସଚେତନତା କାର୍ଯ୍ୟକ୍ରମ କରାଯାଇଛି। ଏପରି କି ଜିଲାର ବିଭିନ୍ନ ଅଞ୍ଚଳରେ ୬୫୦ଟି ସଚେତନତା କାର୍ଯ୍ୟକ୍ରମ ହୋଇଥିଲା।

ଏପରିକି ବନ କର୍ମଚାରୀ ଓ ସ୍କ୍ବାଡ ବଭିନ୍ନ ଅଞ୍ଚଳରେ ନିଯୁକ୍ତି ହୋଇ ଜଙ୍ଗଲ ନିଆଁ ଲିଭାଇବା କାର୍ଯ୍ୟ ସମ୍ପାଦନ କରୁଛନ୍ତି। ଅନ୍ୟପକ୍ଷେ ଜଙ୍ଗଳରେ ନିଆଁ ଲାଗାଇ ଥିବା ଅଭିଯୋଗରେ ବନ ବିଭାଗ ୨ଜଣ ବ୍ୟକ୍ତିଙ୍କୁ ଗିରଫ କରିଥିବା ବେଳେ ଶିକାରୀ ଏବଂ ବଣଭୋଜି ପାଇଁ ଜଙ୍ଗଲ ମଧ୍ୟକୁ ଯାଉଥିବା ବ୍ୟକ୍ତିଙ୍କ ଉପରେ ନଜର ରଖା ଯାଇଛି। ବନ ସଂରକ୍ଷଣ ସମିତିକୁ ମଧ୍ୟ ଜଙ୍ଗଲ ନିଆଁ ଲିଭାଇବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। କାଳ ବୈଶାଖୀ ବର୍ଷା ପରେ ପୁଣି ଗ୍ରୀଷ୍ମ ପ୍ରଭାବକୁ ଦୃଷ୍ଟିରେ ରଖି ଜନସାଧାରଣ ଜଙ୍ଗଲ ନିଆଁକୁ ଆୟତ୍ତ କରିବା ପାଇଁ ବନ ବିଭାଗକୁ ସହଯୋଗ କରିବାକୁ ଡିଏଫଓ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ଖାଦ୍ୟ ସନ୍ଧାନରେ ଗାଁକୁ ପଶିଲା ଦନ୍ତା: ଭାଙ୍ଗିଲା ଘର, ଦଳିଚକଟି ଦେଲା ବ୍ୟାପକ ଧାନ ଫସଲ

ଥୁଆମୂଳ ରାମପୁର, ୬।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି-ରାୟଗଡ଼ା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏକ ଦନ୍ତା ହାତୀର ଉପଦ୍ରବ ଯୋଗୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି।…

ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ଭିଏଚ୍‌ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ

ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍‌ଘାଟନୀ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

ମୃତ୍ୟୁ ସହ ୧୦ ଦିନର ସଂଗ୍ରାମ ପରେ ହାରିଗଲେ ସଞ୍ଜୟ: ନାଗ ସାପ ଚୋଟରେ ଚାଲିଗଲା ୨୮ ବର୍ଷର ଉଦ୍ଦଣ୍ଡ ଯୁବକଙ୍କ ଜୀବନ

ଗୁଡ଼ାରି,୬।୧୦(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅନ୍ତର୍ଗତ ଅସଡ଼ା ଗ୍ରାମପଞ୍ଚାୟତର ବାମୁଣୀଡଙ୍ଗର ଗ୍ରାମରେ ମଙ୍ଗଳବାର ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସାପ କାମୁଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?