Posted inଜାତୀୟ

ରେକର୍ଡ ଭାଙ୍ଗିଲା ବର୍ଷା: ୧୯୬୪ ମସିହା ପରେ ସର୍ବାଧିକ ବୃଷ୍ଟି

ନୂଆଦିଲ୍ଲୀ,୧୭ ।୯: ରାଜଧାନୀ ଦିଲ୍ଲୀରେ ହେଉଥିବା ଲଗାଣ ବର୍ଷା ଏବେ ରେକର୍ଡ କରିଛି । ଗୁରୁବାର ସୁଦ୍ଧା ଦିଲ୍ଲୀରେ ଏଥର ମୌସୁମୀରେ ପ୍ରାୟ ମୋଟ ୧୧୭୦.୭ ମିଲିମିଟର ବର୍ଷା ହୋଇଛି । ୧୯୬୪ ପରେ ଅର୍ଥାତ୍ ୫୭ ବର୍ଷ ପରେ ଏହା ସବୁଠାରୁ ଅଧିକ ବୃଷ୍ଟି ବୋଲି କୁହାଯାଉଛି । ତୃତୀୟଥର ପାଇଁ ରାଜଧାନୀରେ ଏତେ ପରିମାଣର ବର୍ଷା ହୋଇଛି । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୨ ଦିନ ମଧ୍ୟ ଦିଲ୍ଲୀ, ଉତ୍ତର ପ୍ରଦେଶ ସମେତ ଏହାର ଆଖାପାଖ ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ । ତେଣୁ ଉତ୍ତର ପ୍ରଦେଶରେ ଦୁଇଦିନ ପାଇଁ ସମସ୍ତ ଶିକ୍ଷାନୁଷ୍ଠାନକୁ ବନ୍ଦ କରି ଦିଆଯାଇଛି । ପାଣିପାଗ ବିଶେଷଜ୍ଞଙ୍କ ସୂଚନା ଅନୁଯାୟୀ, ଗୁରୁବାର ସୁଦ୍ଧା ଦିଲ୍ଲୀରେ ସେପ୍ଟେମ୍ବରରେ ୪୦୪ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ଏହା ପୂର୍ବରୁ ୧୯୬୪ରେ ୪୧୭ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ସେହିପରି ୨୦୧୯ରେ ମୌସୁମୀ ସମୟ ମଧ୍ୟରେ ୪୦୪ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ବିଶେଷଜ୍ଞମାନେ ଅନୁମାନ ଲଗାଇଛନ୍ତି କି ସେପ୍ଟେମ୍ବର ୨୫ ପର୍ଯ୍ୟନ୍ତ ଦିଲ୍ଲୀରେ ମୌସୁମୀ ରହିବ । ଏହାପରେ ପୁଣି ପାଗ ଶୁଖିଲା ହୋଇଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ତୈଳ ଜାହାଜ ଉପରେ ଆମେରିକାର ବଡ଼ ଆକ୍ରମଣ

ଓ୍ବାଶିଂଟନ,୫ା୯: ଇରାନର ଇସ୍‌ଲାମିକ ରିଭଲ୍ୟୁଶନାରି ଗାର୍ଡ କର୍‌ (ଆଇଆର୍‌ଜିସି) ଆମେରିକା ନୌସେନାର ୨ ଯୁଦ୍ଧଜାହାଜକୁ ଟାର୍ଗେଟ କରି କ୍ଷେପଣାସ୍ତ୍ର ଛାଡ଼ିବା ପରେ ଆମେରିକା ସେନା ଅଶୋଧିତ ତୈଳ…

ଭୂସ୍ଖଳନ ଘଟି ଚାମେଲିଆ ନଦୀ ଗତିପଥ ଅବରୋଧ, କାଳୀ ନଦୀରେ ବଡ଼ ବନ୍ୟା ଆଶଙ୍କା

ଡେରାଡୁନ୍‌,୫ା୯: ଏକ ବଡ଼ ଧରଣର ଭୂସ୍ଖଳନ ଯୋଗୁ ନେପାଳର ଚାମେଲିଆ ନଦୀ ଆଂଶିକ ଅବରୋଧ ହୋଇ ଏକ କୃତ୍ରିମ ହ୍ରଦ ସୃଷ୍ଟି କରିଛି। ଫଳରେ ଭାରତ ପାର୍ଶ୍ୱରେ…

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ଅଧିକ ମାର୍କ ଚାହୁଁଥିଲେ…JNU ପ୍ରଫେସରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ,୬ା୯: ଦିଲ୍ଲୀର ଜବାହରଲାଲ ନେହେରୁ ୟୁନିଭର୍ସିଟି (JNU)ର ଜଣେ ପ୍ରଫେସରଙ୍କ ବିରୋଧରେ ୧୧ ଜଣ ଛାତ୍ରୀ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ମେ’ ମାସରେ…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri