Posted inଖେଳ

ଏସିଆ କପ ଫାଇନାଲ ମ୍ୟାଚ ଉପରେ ବର୍ଷା ସଙ୍କଟ…

କଲମ୍ବୋ,୧୩।୯ : ଏସିଆ କପ ୨୦୨୩ରେ ଶ୍ରୀଲଙ୍କାରେ ଖେଳାଯାଇଥିବା ମ୍ୟାଚଗୁଡିକରେ ବର୍ଷା ଯୋଗୁ ଅନେକ ବ୍ୟାଘାତ ଘଟିଛି। ୧୭ ସେପ୍ଟମ୍ବରରେ କଲମ୍ବୋର ଆର ପ୍ରେମାଦାସା ଷ୍ଟାଡିୟମରେ ଖେଳାଯିବାକୁ ଥିବା ଫାଇନାଲ ମ୍ୟାଚରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି। ଭାରତୀୟ ଦଳ ସୁପର-୪ ରେ ଶ୍ରୀଲଙ୍କାକୁ ପରାସ୍ତ କରି ଏସିଆ କପ ଫାଇନାଲରେ ନିଜର ସ୍ଥାନ ନିଶ୍ଚିତ କରିଛି। ଯେତେବେଳେ କି ଅନ୍ୟ ଦଳର ନିଷ୍ପତ୍ତି ପାକିସ୍ତାନ ଏବଂ ଶ୍ରୀଲଙ୍କା ମ୍ୟାଚରୁ ଜଣାପଡ଼ିବ।

ବର୍ଷା ଯୋଗୁଁ ଭାରତୀୟ ଦଳ ଲଗାତାର ତୃତୀୟ ଦିନ ମଧ୍ୟ ମ୍ୟାଚ ଖେଳିଥିଲା। ୧୪ ସେପ୍ଟେମ୍ବରରେ ପାକିସ୍ତାନ ଏବଂ ଶ୍ରୀଲଙ୍କା ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ସୁପର -୪ ମ୍ୟାଚ ଦିନ ପାଗ ଭଲ ରହିବ ବୋଲି ଆଶା କରାଯାଉଛି। ଅନ୍ତିମ ମ୍ୟାଚ ପାଇଁ ପାଗ ବହୁତ ଖରାପ ହୋଇପାରେ। ଏଭଳି ପରିସ୍ଥିତିରେ ରିଜର୍ଭ ଦିନରେ ଟାଇଟଲ ମ୍ୟାଚ ଶେଷ ହେବ ବୋଲି ଆଶା କରାଯାଉଛି।

ଭାରତ ବିପକ୍ଷ ମ୍ୟାଚରେ ହାରିବା ପରେ ବର୍ତ୍ତମାନ ପାକିସ୍ତାନ ଦଳ ଫାଇନାଲରେ ସ୍ଥାନ ପାଇବାକୁ ହେଲେ ଶ୍ରୀଲଙ୍କା ବିପକ୍ଷ ମ୍ୟାଚ ଜିତିବାକୁ ପଡିବ। ଏଭଳି ପରିସ୍ଥିତିରେ ଯଦି ଖରାପ ପାଗ ଯୋଗୁଁ ଏହି ମ୍ୟାଚ ବାତିଲ ହୁଏ, ତେବେ ଶ୍ରୀଲଙ୍କା ଦଳ ଲାଭ ପାଇବ କାରଣ ସୁପର -୪ ର ପଏଣ୍ଟ ଟେବୁଲରେ ଶ୍ରୀଲଙ୍କା ଦଳର ନେଟ ରନ ହାର ପାକିସ୍ତାନ ତୁଳନାରେ ବହୁତ ଭଲ ରହିଛି। । ଉଭୟ ଶ୍ରୀଲଙ୍କା ଏବଂ ପାକିସ୍ତାନର ୨-୨ ପଏଣ୍ଟ ରହିଛି। ଏହି ମ୍ୟାଚ ପାଇଁ ରିଜର୍ଭ ଦିନ ମଧ୍ୟ ରଖାଯାଇ ନାହିଁ। ସମ୍ପ୍ରତି ଶ୍ରୀଲଙ୍କାର ନେଟ ରନ ହାର -୦.୨୦୦ ଥିବାବେଳେ ପାକିସ୍ତାନର -୧.୮୯୨ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

କବାଡ଼ିରେ ଭାରତର ଦବଦବା: ପୁରୁଷ, ମହିଳା ଦଳ ଫାଇନାଲରେ

ନାଗୋୟା, ୨୫ା୯:ଭାରତର ଉଭୟ ପୁରୁଷ ଓ ମହିଳା ଦଳ ଏସିଆନ ଗେମ୍ସ କବାଡ଼ି ପ୍ରତିଯୋଗିତାର ଫାଇନାଲରେ ପ୍ରବେଶ କରିଛନ୍ତି। ଉଭୟ ଦଳ ସେମାନଙ୍କ ସ୍ବର୍ଣ୍ଣ ପଦକ ବଜାୟ…

ବିଶେଷ ଫରକ ପଡ଼ିବ ନାହିଁ, ବିରାଟ-ରୋହିତଙ୍କ ଦିନିକିଆରୁ ଅବସରକୁ ନେଇ ଏ କ’ଣ କହିଦେଲେ ସେହ୍ବାଗ

ନୂଆଦିଲ୍ଲୀ,୨୫।୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ ସେପ୍ଟେମ୍ବର ୨୭ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍‌ରେ ଆଉ ଥରେ…

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?