Posted inଜାତୀୟ

ହିମାଚଳରେ ବର୍ଷା ବିତ୍ପାତ: ୪୮ ମୃତ

ସିମ୍‌ଲା,୧୪ା୮: ହିମାଚଳପ୍ରଦେଶରେ ପ୍ରବଳ ବର୍ଷା ଓ ଭୂସ୍ଖଳନ ଯୋଗୁ ୪୮ ଜଣଙ୍କ ମୃତ୍ୟୁ ଘଟିଛି। ଲଗାଣ ବର୍ଷା ଜାରି ରହିବା ସହ ନଦୀଗୁଡ଼ିକରେ ବନ୍ୟା ଆସିଥିବାରୁ ରାଜ୍ୟର ଶିକ୍ଷାନୁଷ୍ଠାନଗୁଡ଼ିକୁ ବନ୍ଦ କରିଦିଆଯାଇଛି। ଭୂସ୍ଖଳନ ଯୋଗୁ ୭୫୨ଟି ରାସ୍ତା ଅବରୋଧ ହେବା ସହ ବହୁ ଘରଦ୍ୱାର ଭାଙ୍ଗିଯାଇଛି। ଶିମଲାର ସୁମେରହିଲ୍‌ ଅଞ୍ଚଳରେ ଭୂସ୍ଖଳନ ଯୋଗୁ ଏକ ଶିବ ମନ୍ଦିର ଭୁଶୁଡ଼ିବାରୁ ୯ ଜଣଙ୍କ ମୃତ୍ୟୁ ଘଟିଛି। ଭୂସ୍ଖଳନ ସମୟରେ ମନ୍ଦିରକୁ ପ୍ରାୟ ୫୦ ଜଣ ଲୋକ ପୂଜା କରିବାକୁ ଆସିଥିଲେ। ମନ୍ଦିର ଭଗ୍ନାବଶେଷ ତଳେ ୧୫ ଜଣ ରହିଯାଇଥିବା ଆଶଙ୍କା କରାଯାଉଛି। ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ ସୁଖୁ ସେଠାକୁ ଯାଇ ସ୍ଥିତି ଅନୁଧ୍ୟାନ କରିଛନ୍ତି। କୁଲ୍ଲୁ, କିନ୍ନଉର ଏବଂ ଲହାଉଲ ଓ ସ୍ପିଟିକୁ ଛାଡ଼ିଦେଲେ ଅନ୍ୟ ୯ଟି ଜିଲାରେ ଭୀଷଣ ବର୍ଷା ଜାରି ରହିବ ବୋଲି ପାଣିପାଗ ବିଭାଗ ସତର୍କ କରାଇଛି।
ବାଦଲଫଟା ବର୍ଷା ଯୋଗୁ ରବିବାର ରାତିରେ ସୋଲାନ ଜିଲାର ଜାଡ଼ୋନ ଗ୍ରାମରେ ଗୋଟିଏ ପରିବାରର ୭ ଜଣ ପ୍ରାଣ ହରାଇଛନ୍ତି। ଦୁଇଟି ଘର ଭାସିଯାଇଥିବାବେଳେ ୬ ଜଣଙ୍କୁ ଉଦ୍ଧାର କରାଯାଇଥିବା ପୋଲିସ କହିଛି। ସେହିପରି ଜିଲାର ବରେଲା ପଞ୍ଚାୟତରେ ଭୂସ୍ଖଳନରେ ଏକ ଅସ୍ଥାୟୀ ଘର ଭୁଶୁଡ଼ି ପଡ଼ିବାରୁ ୨ ପିଲାଙ୍କ ଜୀବନ ଯାଇଛି। ସେମାନଙ୍କ ମଧ୍ୟରୁ ଜଣକ ମୃତଦେହ ମିଳିଛି। ବନଲରେ ଜଣେ ମହିଳା ଭୂସ୍ଖଳନରେ ପ୍ରାଣ ହରାଇଛନ୍ତି। ହିମାଚଳରେ ରିଲିଫ ଓ ଉଦ୍ଧାର କାର୍ଯ୍ୟରେ ଜାତୀୟ ବିପର୍ଯ୍ୟୟ ପ୍ରଶମନ ବଳ (ଏନ୍‌ଡିଆର୍‌ଏଫ୍‌)ର କେତେକ ଟିମ୍‌ ନିୟୋଜିତ ହୋଇଥିବା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା କହିଛନ୍ତି। ବର୍ଷା ବିଭୀଷିକାରେ ବହୁସଂଖ୍ୟାରେ ଲୋକଙ୍କ ଜୀବନ ଯାଇଥିବାରୁ ଶାହା ମର୍ମାହତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?