Posted inରାଜ୍ୟ

ତାତିରୁ ଆଶ୍ବସ୍ତି ଆଣିଦେବ କାଳବୈଶାଖୀ, ପୂର୍ବାନୁମାନ କଲା ପାଣିପାଗ ବିଭାଗ

ଭୁବନେଶ୍ୱର, ୨୭।୪: ରାଜ୍ୟରେ ସୂର୍ଯ୍ୟଦେବଙ୍କ ପ୍ରକୋପ ଜାରି ରହିଛି। ସକାଳ ୮ ଟା ଡେଇଁଲେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ପାଣିପାଗ ବିଜ୍ଞାନ କେନ୍ଦ୍ର ଭୁବନେଶ୍ୱର ଆକଳନ ଅନୁଯାୟୀ ଆସନ୍ତ ୩ ଦିନ ପର୍ଯ୍ୟନ୍ତ ଏଥିରୁ ତ୍ରାହି ମିଳିବାର ନାହିଁ। ତେବେ ଆସନ୍ତା ୨ ତାରିଖରେ କିଛି ଜିଲାରେ କାଳବୈଶାଖୀ ସହ ସ୍ବଳ୍ପ ଧରଣର ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି।

ଏହା ପୂର୍ବରୁ ୨୯ ତାରିଖରେ କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା ଏବଂ କୋରାପୁଟ ଜିଲାର କିଛି ସ୍ଥାନରେ କାଳବୈଶାଖୀ ସାଙ୍ଗକୁ କିଛି କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ କିଛି ସ୍ଥାନରେ ବର୍ଷା ମଧ୍ୟ ହୋଇପାରେ।

ଜଳୁଛି ସାରା ଓଡ଼ିଶା। ପଶ୍ଚିମା ଓ ଉତ୍ତର-ପଶ୍ଚିମା ଶୁଷ୍କ ବାୟୁ ପ୍ରବାହ ଯୋଗୁ ରାଜ୍ୟରେ ଏବେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଆସନ୍ତା ୪ଦିନ ରାଜ୍ୟରେ ତାତିରୁ ନିସ୍ତାର ନାହିଁ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ରବିବାର ବିଭାଗ ପକ୍ଷରୁ ଭୀଷଣ ଗରମ ହେବା ନେଇ ୮ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି।

ସେହିଭଳି ସୋମବାର ପାଇଁ ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଧ, ଖୋର୍ଦ୍ଧା, ନୟାଗଡ, ଅନୁଗୋଳ, ଢେଙ୍କାନାଳ, ଯାଜପୁର, କଟକ, କେନ୍ଦୁଝର, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ, ମୟୁରଭଞ୍ଜ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ସେମିଫାଇନାଲରେ ପହଞ୍ଚିଲେ ଲକ୍ଷ୍ୟ ସେନ୍‌

ବର୍ମିଂହାମ୍‌,୭ା୩:ଭାରତର ଲକ୍ଷ୍ୟ ସେନ୍‌ ଅଲ୍‌ ଇଂଲଣ୍ଡ ଓପନ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ ପୁରୁଷ ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ୨୦୨୨ ସଂସ୍କରଣରେ ରନର-ଅପ୍‌ ବିଶ୍ୱର ୧୨ତମ ମାନ୍ୟତାପ୍ରାପ୍ତ ଏହି…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri