ରାଜ୍ୟରେ ବର୍ଷା, ବନ୍ୟା

ଭୁବନେଶ୍ୱର, ୧୭।୮(ବ୍ୟୁରୋ): ପଶ୍ଚିମବଙ୍ଗ ଓ ସଂଲଗ୍ନ ଝାଡ଼ଖଣ୍ଡ ଏବଂ ଉତ୍ତର ଓଡ଼ିଶା ଉପରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ସାରା ରାଜ୍ୟରେ ବର୍ଷା ହେଉଛି। ଲଗାଣ ବର୍ଷା ଯୋଗୁ ବିଭିନ୍ନ ଜିଲାରେ ବନ୍ୟା ପରିସ୍ଥିତି ଦେଖାଦେଇଛି। ନଦୀରେ ଜଳସ୍ତର ବୃଦ୍ଧି ପାଇବା ସହ ଅନେକ ସ୍ଥାନରେ ରାସ୍ତା ଉପରେ ବନ୍ୟାଜଳ ପ୍ରବାହିତ ହେଉଛି। ଚାଷ ଜମିଗୁଡିକ ମଧ୍ୟ ବର୍ଷା ଓ ବନ୍ୟା ପାଣିରେ ବୁଡି ରହିଛି। ଏଥିଯୋଗୁ ଉତ୍ତର, ପଶ୍ଚିମ, ଦକ୍ଷିଣ ଓ କେନ୍ଦ୍ରୀୟ ଓଡ଼ିଶାର ଅଧିକାଂଶ ଜିଲାରେ ସାଧାରଣ ଜୀବନଯାତ୍ରା ଗୁରୁତର ପ୍ରଭାବିତ ହୋଇଛି। ଅପରପକ୍ଷରେ ଆସନ୍ତା ୧୯ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇପାରେ ବୋଲି ପାଣିପାଗ ବିଭାଗ ଅନୁମାନ କରୁଛି।
ଗତ ୨୪ ଘଣ୍ଟାରେ ରାଜ୍ୟରେ ହାରାହାରି ୩୨.୭ ମିଲିମିଟର ବର୍ଷା ହୋଇଛି। ମାଲକାନଗିରିରେ ସର୍ବାଧିକ ୧୦୦ ମିମି ବର୍ଷା ରେକର୍ଡ କରାଯାଇଥିବାବେଳେ ବୌଦ୍ଧରେ ୯୭, ବରଗଡ଼ ୯୫, ସମ୍ବଲପୁର ୮୫, ବଲାଙ୍ଗୀର ୭୩, ଦେବଗଡ଼ରେ ୭୦ ମିମି ବର୍ଷା ହୋଇଥିବା ସ୍ବତନ୍ତ୍ର ରିଲିଫ୍‌ କମିଶନର (ଏସ୍‌ଆର୍‌ସି) ପ୍ରଦୀପ୍ତ ଜେନା ସୂଚନା ଦେଇଛନ୍ତି। ଝାରସୁଗୁଡ଼ା, ଅନୁଗୋଳ, ମୟୂରଭଞ୍ଜ, ନବରଙ୍ଗପୁର, କୋରାପୁଟ ଓ ସୁନ୍ଦରଗଡ଼ ଆଦି ୬ଟି ଜିଲାରେ ୨୫ରୁ ୫୦ ମିମି ବର୍ଷା ରେକର୍ଡ କରାଯାଇଛି। ତେବେ ବରଗଡ଼ ଜିଲାର ପଦ୍ମପୁର ବ୍ଲକ୍‌ରେ ସବୁଠୁ ଅଧିକ ୨୪୦ ମିମି ବର୍ଷା ହୋଇଥିବାବେଳେ ବଲାଙ୍ଗୀର ପାଟଣାଗଡ଼ରେ ବର୍ଷାରେ କାନ୍ଥ ଭୁଶୁଡ଼ିପଡ଼ିବା ଯୋଗୁ ୨ଜଣଙ୍କ ମୃତ୍ୟୁ ଘଟିଥିବା ଏସ୍‌ଆର୍‌ସି ସୂଚନା ଦେଇଛନ୍ତି।
ଲଗାଣ ବର୍ଷା ଯୋଗୁ ମାଲକାନଗିରିରେ ସର୍ବାଧିକ କ୍ଷତି ଘଟିଛି। ଜିଲାରେ ବନ୍ୟା ସ୍ଥିତି ସଙ୍ଗିନ ହେବାରେ ଲାଗିଛି। ଗତ ୪ଦିନ ଧରି କାଙ୍ଗୋରୁକୋଣ୍ଡା ପୋଲ ଉପରେ ବନ୍ୟା ଜଳ ପ୍ରବାହିତ ହେଉଛି। ରବିବାର ଅପରାହ୍ନ ସୁଦ୍ଧା ପୋଟେରୁ, ଫାର୍ମ ହାଉସ୍‌, ଏମ୍‌ଭି-୯୬, କନ୍ୟାଶ୍ରମଠାରେ ୪ରୁ ୫ଫୁଟ ଉଚ୍ଚର ବନ୍ୟା ଜଳ ପ୍ରବାହିତ ହେଉଥିବାରୁ ସମଗ୍ର ମାଲକାନଗିରିରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଛି। ସେହିଭଳି ମାଥିଲି ବ୍ଲକ୍‌ ପାଙ୍ଗାମା ବ୍ରିଜ୍‌ ଉପରେ ୩ଫୁଟର ପାଣି ପ୍ରବାହିତ ହେଉଛି। ଜିଲାର ବିଭିନ୍ନ ନଦୀର ଜଳସ୍ତର ବୃଦ୍ଧି ପାଉଛି। ପାଙ୍ଗାମା ପୂର୍ବରୁ ଥିବା ସଲପଦର କଲଭର୍ଟ ଉପରେ ମଧ୍ୟ ବିପଦ ସଙ୍କେତ ଉପରେ ବନ୍ୟାଜଳ ପ୍ରବାହିତ ହେଉଛି।
ଅନୁରୂପ ଭାବେ ବାଲେଶ୍ୱର ଜିଲା ବସ୍ତା ଅନ୍ତର୍ଗତ ମଥାନୀଠାରେ ଜଳକା ନଦୀ ବିପଦ ସଙ୍କେତ ଟପିଛି। ଏଠାରେ ବିପଦ ସଙ୍କେତ ୫.୫୦ ମିଟର ରହିଥିବାବେଳେ ଜଳସ୍ତର ୬.୩୦ ଉପରେ ରହିଛି। ମୟୂରଭଞ୍ଜ ଜିଲାର ରାସଗୋବିନ୍ଦପୁର, ମୋରଡ଼ା, ଶୁଳିଆପଦା, ଚିତ୍ରଡା ଆଦି ଅଞ୍ଚଳ ପ୍ରଭାବିତ ହୋଇଛି। ସେହିପରି କଟକ ଜିଲା ଆଠଗଡ଼ ବ୍ଲକ୍‌ରେ ପ୍ରବଳ ବର୍ଷା ହେବାରୁ କଟକ-ସମ୍ବଲପୁର ପୁରୁଣା ରାସ୍ତାର କେତେକ ସ୍ଥାନ ବୁଡି ଯାଇଛି। ମାଧପୁରଠାରେ ଏହି ରାସ୍ତା ଉପରେ ୩ ଫୁଟରୁ ଅଧିକ ଉଚ୍ଚର ପାଣି ପ୍ରବାହିତ ହେଉଛି। ଅନ୍ୟପଟେ ଢେଙ୍କାନାଳରେ ବ୍ରାହ୍ମଣୀ ନଦୀର ଜଳସ୍ତର ବୃଦ୍ଧି ପାଇ କୂଳ ଲଙ୍ଘିବାରେ ଲାଗିଛି। ଅନେକ ସ୍ଥାନରେ ରାସ୍ତା ଉପରେ ବନ୍ୟାଜଳ ପ୍ରବାହିତ ହେଉଛି। ଭୁବନ ବ୍ଲକ୍‌ର ଜୟପୁର ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଯାଇଛି।
ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାନେଇ ବିଭିନ୍ନ ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି। ୧୭ ତାରିଖରେ କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ମୟୂରଭଞ୍ଜ, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହେବ। ୧୮ରେ ଝାରସୁଗୁଡ଼ା, ବରଗଡ଼, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଏବଂ ୧୯ରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ସମ୍ବଲପୁର, ଦେବଗଡ଼ ଓ ଅନୁଗୋଳରେ ପ୍ରବଳ ବର୍ଷା ସହ ଝଡ଼ତୋଫାନ ମଧ୍ୟ ହେବାର ସମ୍ଭାବନା ରହିଛି।
ଅନ୍ୟପକ୍ଷରେ ସାରା ରାଜ୍ୟରେ ଜୁନ୍‌ରୁ ଅଗଷ୍ଟ ୧୫ ମଧ୍ୟରେ ସ୍ବାଭାବିକଠାରୁ ୯% କମ୍‌ ବର୍ଷା ହୋଇଥିବାବେଳେ ୨୨ଜିଲାରେ ସ୍ବାଭାବିକ ବର୍ଷା ହୋଇଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ଏହି ସମୟରେ ମାଲକାନଗିରିରେ ସର୍ବାଧିକ ୧,୦୩୦ ମିମି ବର୍ଷା (ସ୍ବାଭାବିକଠାରୁ ୨୫% ଅଧିକ) ରେକର୍ଡ କରାଯାଇଛି। ହେଲେ ବାଲେଶ୍ୱର, ସୁବର୍ଣ୍ଣପୁର, ଖୋର୍ଦ୍ଧା, ନବରଙ୍ଗପୁର, ମୟୂରଭଞ୍ଜ, ବଲାଙ୍ଗୀର ଓ ପୁରୀ ଆଦି ୭ ଜିଲାରେ ସ୍ବାଭାବିକଠାରୁ କମ୍‌ ବର୍ଷା ରେକର୍ଡ କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri