୩୦ ଯାଏ ବର୍ଷା, ଆଜି ୪ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୨୫ା୭(ବନ୍ଦନା ସେଠୀ):ବର୍ତ୍ତମାନ ଗାଙ୍ଗେୟ ପଶ୍ଚିମବଙ୍ଗର ଉତ୍ତରାଞ୍ଚଳ ଏବଂ ଏହାର ଆଖପାଖ ବାଂଲାଦେଶ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଦକ୍ଷିଣ-ପଶ୍ଚିମ ଆଡ଼କୁ ଢଳି ରହିଛି। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି। ଶୁକ୍ରବାର ସକାଳ ସୁଦ୍ଧା କେନ୍ଦୁଝର ଜିଲା ହାଟଡିହୀଠାରେ ସର୍ବାଧିକ ୧୨୦.୨ ମି.ମି. ବର୍ଷା ରେକର୍ଡ କରାଯାଇଛି। ସେହିପରି ବାଲେଶ୍ୱର ଜିଲା ବାହାଙ୍ଗାଠାରେ ୮୫ ମି.ମି., ଭୋଗରାଇରେ ୫୮ ମି.ମି., ଓଉପଦାଠାରେ ୫୨ ମି.ମି., କେନ୍ଦୁଝର ଜିଲା ଘଷିପୁରାଠାରେ ୫୧.୩ ମି.ମି., ଆନନ୍ଦପୁରରେ ୫୧ ମି.ମି. ବର୍ଷା ହୋଇଛି। ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଶନିବାର କଟକ, ଅନୁଗୋଳ, ଢେଙ୍କାନାଳ ଏବଂ କେନ୍ଦୁଝର ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଦିଆଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

ମୋଦିଙ୍କ କାର୍ଯ୍ୟକ୍ରମ ସ୍ଥଳରୁ ବନ୍ଧୁକ ସହ ଧରାପଡିଲେ ୨ ସନ୍ଦିଗ୍ଧ

ମୁମ୍ବାଇ,୮।୯: ମୁମ୍ବାଇର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେଉଁଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଛନ୍ତି ସେହି ସ୍ଥାନ ନିକଟରୁ ଦୁଇଜଣଙ୍କୁ ଅଟକ ରଖାଯାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କଠାରୁ ଏକ…

ବାଘ ଛାଲ ଡିଲ୍‌ ବେଳେ ମାଡ଼ି ବସିଲା ଗୁଜରାଟ ଟିମ୍‌

ଜୟପୁର,୮।୯: ଗୁଜରାଟର ସ୍ବତନ୍ତ୍ର ଡିଆର୍‌ଆଇ ଟିମ୍‌କୁ ଓଡ଼ିଶାରେ ଏକ ବଡ଼ ସଫଳତା ମିଳିଛି। ଡିଆର୍‌ଆଇ ଟିମ୍‌ ଜୟପୁରରେ ଚଢ଼ାଉ କରି ଏକ କଲରା ପତରିଆ ବାଘ ଛାଲ…

ଏମଆରଏଫ୍‌ ୟୁନିଟ୍‌ରେ ପଶିଲା ୫ ଫୁଟର ଅଜଗର, ପରେ….

କୁଆଁରମୁଣ୍ଡା, ୮।୯ (ମହେନ୍ଦ୍ର କୁମାର ସାହୁ): ମଙ୍ଗଳବାର ମଧ୍ୟାହ୍ନରେ କୁଆଁରମୁଣ୍ଡା ବ୍ଲକ ଏମଆରଏଫ୍‌ ୟୁନିଟ୍‌ ଭିତରକୁ ଏକ ଅଜଗର ସାପ ପଶିଯାଇଥିଲା। ସାପଟିକୁ ଦେଖି କର୍ମଚାରୀମାନେ ଭୟଭୀତ…

ଯୁବ IAS କସ୍ତୁରୀ ଶାହାଙ୍କୁ ଭବାନୀପାଟଣା ଉପଜିଲାପାଳ ଦାୟିତ୍ୱ, ଛୁଟିଲା ଶୁଭେଚ୍ଛା…

ଭବାନୀପାଟଣା,୮।୯(ଉତ୍ତମ କୁମାର ଦାଶ): ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ଭାବେ ନିଯୁକ୍ତି ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri