୫ ଦିନ ଯାଏ ବର୍ଷା, ଏସବୁ ଜିଲା ପାଇଁ ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୧।୧୦(ବନ୍ଦନା ସେଠୀ): ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ମଙ୍ଗଳବାର ସକାଳ ୮ଟା ୩୦ରେ ଏକ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରି ବୁଧବାର ଅପରାହ୍ନ ସୁଦ୍ଧା ଅବପାତରେ ପରିଣତ ହେବ। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ସେହିପରି ଓଡ଼ିଶା ଉପରେ ଏହାର ସିଧାସଳଖ ପ୍ରଭାବ ପଡ଼ିବ ନାହିଁ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି। ତେବେ ଲଘୁଚାପ ପ୍ରଭାବରେ ଓଡ଼ିଶାରେ ଆଗାମୀ ୫ରୁ ୭ ଦିନ ଧରି ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ କହିଛି। ବିଶେଷକରି ଦକ୍ଷିଣ ଓ ଉପକୂଳ ଓଡ଼ିଶା ସମେତ ଉତ୍ତର ଓଡ଼ିଶାରେ ବର୍ଷାର ପ୍ରଭାବ ରହିବ। ବିଜୁଳି, ଘଡ଼ଘଡ଼ି ସହ ଝଟକା ପବନର ସମ୍ଭାବନା ଥିବାବେଳେ ଏହି ସମୟରେ ଚାଷୀଙ୍କୁ ସାବଧାନତା ଅବଲମ୍ବନ ସହ ସତର୍କ ରହିବାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି। ବୁଧବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ସହ ଘଡ଼ଘଡ଼ି ସହିତ ବର୍ଷା ହେବା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏହି ସମୟରେ ୩୦ରୁ ୪୦ କି.ମି. ବେଗରେ ପବନ ବହିବା ନେଇ ଆକଳନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରଙ୍କୁ ଲୁହା ଛଡ଼ରେ ମୁଣ୍ଡରେ ପିଟିଲେ ଅନ୍ୟ ଜଣେ ଛାତ୍ର, ରକ୍ତାକ୍ତ…

ରାୟଗଡ଼ା,୪ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ସ୍ଥିତ ସରକାରୀ ଆଇଟିଆଇର ଜଣେ ଛାତ୍ରକୁ ଆଉ ଜଣେ ଛାତ୍ର ଲୁହା ରଡ଼୍‌ରେ ପିଟି ରକ୍ତାକ୍ତ କରିଥିବା ନେଇ ରାୟଗଡ଼ା…

ସିପିଆଇ ଶାଖା ସମ୍ମିଳନୀ, ସମସ୍ୟା ସମାଧାନ ପାଇଁ ଆନ୍ଦୋଳନ ନିଷ୍ପତ୍ତି  

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ପୋଡ଼ାବାଡ଼ି ଗ୍ରାମରେ ବୁଧବାର ସିପିଆଇର ଶାଖା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । କମ୍ରେଡ. ବିଶିକେଶନ…

ସିକେ ନାଇଡୁ ଟ୍ରଫି: ଓଡ଼ିଶା-ବେଙ୍ଗଲ ମୁକାବିଲା

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ଆସନ୍ତା ୬ତାରିଖରୁ ବରଗଡ଼ କ୍ରିଷ୍ଣା ବିକାଶ କ୍ରିକେଟ୍‌ ଗ୍ରାଉଣ୍ଡରେ  ଓଡ଼ିଶା-ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ବୟସ ସି.କେ. ନାଇଡୁ ଟ୍ରଫିର ଇଲାଇଟ୍‌ ଗ୍ରୁପ…

ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ, ମୃତଦେହ ଜବତ

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି…

‘ମନବଳ ଦୃଢ଼ ହେଲେ ହାରିବ କ୍ୟାନସର’

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ବିଶ୍ୱ କର୍କଟ ଦିବସ ଅବସରରେ ବୁଧବାର ବରଗଡ଼ ଫାଇଟର୍ସ ଗ୍ରୁପ୍‌ ପକ୍ଷରୁ ଏକ କର୍କଟ ସଚେତନତା ପଦଯାତ୍ରା ଓ ସଭା ଆୟୋଜିତ ହୋଇଯାଇଛି। ଏହି…

ବାପାଙ୍କୁ ଥଣ୍ଡା ପାନୀୟରେ ପାଇଖାନା ସଫା ଏସିଡ୍‌ ମିଶାଇ ପିଇବାକୁ ଦେଲେ ପୁଅ, ପରେ ପନିକିରେ ଗଳାକାଟି…

ବିଷମକଟକ,୪ା୨(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ସହରର ବ୍ରାହ୍ମଣ ସାହି ଅଞ୍ଚଳରେ ଘଟିଥିବା ଏକ ନିର୍ମମ ହତ୍ୟାକାଣ୍ଡ ସାରା ଅଞ୍ଚଳକୁ ଚକିତ କରିଦେଇଛି। ନିଜ ବାପାଙ୍କୁ…

ପୁଣି ମେଳି କଲେ ଅରବିନ୍ଦ ମହାପାତ୍ରଙ୍କ ସମର୍ଥକ, ନିଲମ୍ବନର ପୁନଃବିଚାର କରିବାକୁ…

କେନ୍ଦ୍ରାପଡା, ୪ା୨ (ଜଗନ୍ନାଥ ଧଳ)- କେନ୍ଦ୍ରାପଡା ଜିଲା ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ରଙ୍କୁ ବିଜେଡି ରାଜ୍ୟ ସଭାପତି ନବୀନ ପଟ୍ଟନାୟକ ଗତ ଜାନୁଆରୀ ୧୫ରୁ ଦଳର ସଦସ୍ୟତାରୁ…

ଜମିଜମା ବିବାଦରୁ ସଂଘବଦ୍ଧ ଆକ୍ରମଣ, ଯୁବକକୁ ଖଣ୍ଡାରେ ହାଣିଲେ

ଵ୍ରହ୍ମପୁର, ୪/୨(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ଗୁଡିଆପାଳି ଛକ ନିକଟରେ ଯୁବକଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ ହୋଇଛି । ଗୁରୁତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri