ଆଗାମୀ ୩ ଦିନ ଯାଏ ବର୍ଷା

ଭୁବନେଶ୍ୱର,୧୯।୧୨: ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ ହୋଇଛି। ଆସନ୍ତା ୩ ଦିନ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି। ମେଘୁଆ ପାଗ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ବେ ଚାଷୀମାନେ ଧାନ କଟାରେ ବ୍ୟସ୍ତ ଥିବାବେଳେ କିଛି ଚାଷୀ ଧାନ କାଟି ବିଲରେ କଚଡ଼ା ପକାଇଛନ୍ତି। ଏପଟେ ବର୍ଷା ସମ୍ଭାବନା ନେଇ ଚାଷୀ ଆଖିରୁ ନିଦ ହଜିଗଲାଣି। ଆସନ୍ତା ୨୧ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଦକ୍ଷିଣ ଓ ଦକ୍ଷିଣ ଉପକୂଳ ସମେତ ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସହ ଆଗାମୀ ୫ ଦିନ ପାଗ ପ୍ରାୟତଃ ଶୁଖିଲା ରହିବ। କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ମଧ୍ୟ ରହିଛି। ୧୯ ତାରିଖରେ ପାଗ ମେଘୁଆ ରହିବ ବୋଲି ଏନେଇ ଆକଳନ କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ।

ପୁରୀ, କେନ୍ଦ୍ରାପଡ଼ା, ଗଜପତି, ଜଗତସିଂହପୁର, କୋରାପୁଟ, ରାୟଗଡ଼ା ଜିଲାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଥିବାବେଳେ ଗୋଟିଏ ଦୁଇଟି ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି। ଆଭ୍ୟନ୍ତରୀଣ ଜିଲାଗୁଡ଼ିକରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ପାଣିପାଗ ବିଭାଗ ଆକଳନ କରିଛି। ୨୧ ତାରିଖରେ ହାଲୁକାରୁ ଅତ୍ୟନ୍ତ ହାଲୁକା ବର୍ଷା ହେବାର ଅଛି। ପାଗ ମେଘୁଆ ଥିବାରୁ ଗୋଟେ ଦୁଇଟି ସ୍ଥାନରେ କୁହୁଡ଼ି ଦେଖାଯିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହେନ୍ଦ୍ର ସିଂହ ଧୋନିଙ୍କୁ ହଠାତ ଭେଟିଲେ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ, ରାଜନୈତିକ ମହଲରେ ଖୁବ ଚର୍ଚ୍ଚା

ରାଞ୍ଚି,୩୦।୧: ପୂର୍ବତନ ଭାରତୀୟ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂହ ଧୋନି ହଠାତ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଭେଟିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ମୁଖ୍ୟମନ୍ତ୍ରୀ ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ…

ଜେଲ୍ ଭିତରେ ପ୍ରେମିକର ଜନ୍ମଦିନ ପାଳନ: ଭାଇରାଲ ହେଲା ଯୁବତୀଙ୍କ ‘ରିଲ୍ସ’

ନୂଆଦିଲ୍ଲୀ,୩୦।୧: ଛତିଶଗଡ଼ର ସବୁଠାରୁ ସୁରକ୍ଷିତ ଜେଲ୍‌ରୁ ଏକ ଚିନ୍ତାଜନକ ଦୃଶ୍ୟ ସାମ୍ନାକୁ ଆସିଛି। ଜଣେ ଯୁବତୀ ଜେଲ୍ ଭିତରେ ପଶି ନିଜ ପ୍ରେମିକକୁ ଭେଟିବା ସହ ସେଠାରେ…

ମହୁଲରୁ ହେବ ମୃଦୁପାନୀୟ, ଏନ୍‌ଆଇଟି-ଓର୍‌ମାସ୍‌ ମଧ୍ୟରେ ଏମ୍‌ଓୟୁ

ରାଉରକେଲା,୩୦।୧(ସଙ୍ଗୀତା ଜେନା): ଜଙ୍ଗଲଜାତ ଦ୍ରବ୍ୟ ମହୁଆ ବା ମହୁଲରୁ ଦେଶୀମଦ ତିଆରି ହେଉଥିଲା। ହେଲେ ଦିନକୁ ଦିନ ଜ୍ଞାନକୌଶଳ ବିକଶିତ ହେବା ପରେ ଏହି ଜଙ୍ଗଲଜାତ ଦ୍ରବ୍ୟରୁ…

ଶେଷ ହେଲା ରୁଷିଆ-ୟୁକ୍ରେନ ଯୁଦ୍ଧ? ଯୁଦ୍ଧବିରତିକୁ ନେଇ ବଡ଼ ଦାବି କଲେ ଟ୍ରମ୍ପ

ଓ୍ବାଶିଂଟନ,୩୦।୧: ୟୁକ୍ରେନରେ ଚାଲିଥିବା ଯୁଦ୍ଧ ଏବଂ ପ୍ରବଳ ଥଣ୍ଡା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମାନବିକତା ଆଧାରରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ଟ୍ରମ୍ପ…

ପାନ ମସଲା ପ୍ରତିବନ୍ଧକ ଉପରେ H&FWର ବଡ଼ ବୟାନ, ବ୍ୟାନ ହେବନି ପାନ ମସଲା!

ଭୁବନେଶ୍ବର,୩୦।୧: ଓଡ଼ିଶାରେ ପାନ ମସଲାକୁ ବ୍ୟାନ କରିଛନ୍ତି ରାଜ୍ୟ ସରକାର । ବିଡ଼ି, ସିଗାରେଟ, ଗୁଟଖା ଏବଂ ତମାଖୁ ଭଳି ଉତ୍ପାଦର ପ୍ୟାକେଜିଂ, ସଂରକ୍ଷଣ ଏବଂ ଉତ୍ପାଦନ…

ଦୌଡ଼ରାଣୀଙ୍କ ଉପରେ ଭାଙ୍ଗିଲା ଦୁଃଖର ପାହାଡ଼, ଶୋକ ପ୍ରକାଶ କଲେ ମୋଦି

ନୂଆଦିଲ୍ଲୀ,୩୦।୧: ଭାରତୀୟ ଅଲିମ୍ପିକ ଆସୋସିଏସନର ସଭାପତି ଏବଂ ରାଜ୍ୟ ସଭା ସଦସ୍ୟ ପି.ଟି. ଉଷାଙ୍କ ସ୍ବାମୀ ଭି. ଶ୍ରୀନିବାସନଙ୍କ ଶୁକ୍ରବାର ସକାଳେ ଦେହାନ୍ତ ହୋଇଛି। ପରିବାର ସୂତ୍ରରୁ…

T20 World Cup 2026: ICC-ବାଂଲାଦେଶ ବିବାଦକୁ ନେଇ ମୁହଁ ଖୋଲିଲା ଶ୍ରୀଲଙ୍କା

ନୂଆଦିଲ୍ଲୀ,୩୦।୧: ୨୦୨୬ ଟି୨୦ ବିଶ୍ୱକପ ନେଇ ଆଇସିସି ଏବଂ ବାଂଲାଦେଶ ମଧ୍ୟରେ ବିବାଦ ଅନ୍ତର୍ଜାତୀୟ କ୍ରିକେଟରେ ଏକ ପ୍ରମୁଖ ପ୍ରସଙ୍ଗ ପାଲଟିଛି। ଭାରତ, ପାକିସ୍ତାନ ଏବଂ ବାଂଲାଦେଶ…

OISF ଯବାନଙ୍କ ବସ୍‌କୁ ଧକ୍କା ଦେଲା ଟ୍ରକ, ୨୬ ଜଣ ଯବାନ ଆହତ

କେନ୍ଦୁଝର,୩୦।୧ (ନରେଶ ଚନ୍ଦ୍ର ପଟ୍ଟନାୟକ) କେନ୍ଦୁଝର ଜିଲ୍ଲା ଚମ୍ପୁଆ ଥାନାର ୫୨୦ ନମ୍ବର ଜାତୀୟ ରାଜପଥର ତଡୁଆବାହାଳ ନିକଟରେ ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ (ଓଆଇଏସଏଫ୍) ଯବାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri