ଆଗାମୀ ୩ ଦିନ ଯାଏ ବର୍ଷା

ଭୁବନେଶ୍ୱର,୧୯।୧୨: ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ ହୋଇଛି। ଆସନ୍ତା ୩ ଦିନ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି। ମେଘୁଆ ପାଗ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ବେ ଚାଷୀମାନେ ଧାନ କଟାରେ ବ୍ୟସ୍ତ ଥିବାବେଳେ କିଛି ଚାଷୀ ଧାନ କାଟି ବିଲରେ କଚଡ଼ା ପକାଇଛନ୍ତି। ଏପଟେ ବର୍ଷା ସମ୍ଭାବନା ନେଇ ଚାଷୀ ଆଖିରୁ ନିଦ ହଜିଗଲାଣି। ଆସନ୍ତା ୨୧ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଦକ୍ଷିଣ ଓ ଦକ୍ଷିଣ ଉପକୂଳ ସମେତ ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସହ ଆଗାମୀ ୫ ଦିନ ପାଗ ପ୍ରାୟତଃ ଶୁଖିଲା ରହିବ। କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ମଧ୍ୟ ରହିଛି। ୧୯ ତାରିଖରେ ପାଗ ମେଘୁଆ ରହିବ ବୋଲି ଏନେଇ ଆକଳନ କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ।

ପୁରୀ, କେନ୍ଦ୍ରାପଡ଼ା, ଗଜପତି, ଜଗତସିଂହପୁର, କୋରାପୁଟ, ରାୟଗଡ଼ା ଜିଲାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଥିବାବେଳେ ଗୋଟିଏ ଦୁଇଟି ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି। ଆଭ୍ୟନ୍ତରୀଣ ଜିଲାଗୁଡ଼ିକରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ପାଣିପାଗ ବିଭାଗ ଆକଳନ କରିଛି। ୨୧ ତାରିଖରେ ହାଲୁକାରୁ ଅତ୍ୟନ୍ତ ହାଲୁକା ବର୍ଷା ହେବାର ଅଛି। ପାଗ ମେଘୁଆ ଥିବାରୁ ଗୋଟେ ଦୁଇଟି ସ୍ଥାନରେ କୁହୁଡ଼ି ଦେଖାଯିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ରାଜ୍ୟସଭା ନିର୍ବାଚନ: ଭାଜପାର ଦବଦବା; ବିଜେଡି ଗୋଟିଏରେ ବିଜୟୀ

ଭୁବନେଶ୍ୱର,୧୬।୩: ଓଡ଼ିଶାରେ ସୋମବାର ଅନୁଷ୍ଠିତ ରାଜ୍ୟସଭା ନିର୍ବାଚନରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା) ବଡ଼ ସଫଳତା ହାସଲ କରିଛି। ରାଜ୍ୟର ୪ଟି ଆସନ ମଧ୍ୟରୁ ଭାଜପା…

ମିଳିଲା ଅନୁମତି : ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଖେଳାଯିବ ଆଇପିଏଲ୍‌ ମ୍ୟାଚ୍‌

ବେଙ୍ଗାଲୁରୁ,୧୬ା୩: ଆସନ୍ତା ୨୮ ତାରିଖରୁ ଆରମ୍ଭ ହେବାକୁ ଥିବା ଆଇପିଏଲ୍‌ରେ ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ତା’ର ଘରୋଇ ମ୍ୟାଚ୍‌ ଏମ୍‌ ଚିନ୍ନାସ୍ୱାମୀ ଷ୍ଟାଡିୟମରେ…

ରାଜ୍ୟ ସଭା ନିର୍ବାଚନରେ ବିଜୟୀ ହେଲେ ଦିଲ୍ଲୀପ ରାୟ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ଦିଲ୍ଲୀପ ରାୟ ବିଜୟୀ ହୋଇଛନ୍ତି। ସେ ସ୍ବାଧୀନ ପ୍ରାର୍ଥୀ ଭାବେ ଜିତିଛନ୍ତି। Dharitri – Odisha’s No.1 Odia Daily

ମହିଳା ଟାଏକୋଣ୍ଡୋ ଚାମ୍ପିୟନଶିପ୍‌ର ଆରମ୍ଭ: ଭାଗନେଲେ ୧ ହଜାର କ୍ରୀଡ଼ାବିତ୍‌

ବାଲେଶ୍ୱର,୧୬ା୩(ବାଞ୍ଛାନିଧି ଦେ): ଭାରତୀୟ ବିଶ୍ୱବିଦ୍ୟାଳୟ ସଂଘ(ଏଆଇୟୁ), ନୂଆଦିଲ୍ଲୀ ସହଯୋଗ ଓ ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟ ସହଭାଗିତାରେ ସୋମବାର ସର୍ୱଭାରତୀୟ ଆନ୍ତଃ ବିଶ୍ୱବିଦ୍ୟାଳୟ ମହିଳା ଟାଏକୋଣ୍ଡୋ ଚାମ୍ପିୟନଶିପ୍‌ ୨୦୨୫-୨୬…

SCBରେ ନିଆଁ: ରିପୋର୍ଟ ମାଗିଲେ NHRC

କଟକ, ୧୬।୩: କଟକ SCBରେ ନିଆଁ ଲାଗି ୧୦ ଜଣଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟ ସଚିବଙ୍କୁ ରିପୋର୍ଟ ମାଗିଛନ୍ତି ଜାତୀୟ ମାନବାଧିକାର କମିଶନ(NHRC )। ଘଟଣାର ଅନୁଧ୍ୟାନ…

ପାରିବାରିକ କଳହର କରୁଣ ପରିଣତି, ଶାଶୁ-ଶଳାଙ୍କୁ ଛୁରୀ ଭୁସିଲେ ଜ୍ବାଇଁ

ଲକ୍ଷ୍ନୌ,୧୬ା୩: ଉତ୍ତରପ୍ରଦେଶ ବରେଲି ଜିଲାର ଇଜ୍ଜତନଗର ପୋଲିସ ଷ୍ଟେସନ ଅଞ୍ଚଳର ରାହପୁରା ଚୌଧୁରୀ ଅଞ୍ଚଳରେ ସୋମବାର ଏକ ପାରିବାରିକ ବିବାଦର ସମାଧାନ ପାଇଁ ଏକ ବୈଠକ ବସିଥିଲା…

ରାଜ୍ୟ ସଭା ନିର୍ବାଚନକୁ ନେଇ ବିଜୟ ମହାପାତ୍ରଙ୍କ ବିସ୍ଫୋରକ ବୟାନ, ଆଗକୁ ଓଡ଼ିଶା ରାଜନୀତିରେ…

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନକୁ ନେଇ ବରିଷ୍ଠ ରାଜନେତା ବିଜୟ ମହାପାତ୍ର ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ଆଗକୁ ରାଜ୍ୟରେ ଏକ ବଡ଼ ରାଜନୈତିକ ପରିବର୍ତ୍ତନ…

ଗଜପତି ଜିଲାର ୪ ବ୍ଲକରେ ରବର ଚାଷ ରବରଚାଷରେ ହେକ୍ଟର ପିଛା ଚାଷୀଙ୍କୁ ଲାଭ ୨ ଲକ୍ଷ

ପାରଳାଖେମୁଣ୍ଡି,୧୬ା୩(ଗିରିଧାରୀ ପରିଚ୍ଛା): ରବର ଚାଷ ପାଇଁ ଗଜପତି ଜିଲାର ସୁନାମ ରହିଛି। ପାହାଡିଆ ଅଞ୍ଚଳରେ ରବର ଚାଷ କରି ଚାଷୀ ବେଶ୍‌ ଉପକୃତ ହେଉଛନ୍ତି। ଜିଲାର ଗୁମ୍ମା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri