୩ରୁ ବର୍ଷା ! ଏସବୁ ଜିଲାରେ କୁଆପଥର ମାଡ଼କୁ ନେଇ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧।୨(ବ୍ୟୁରୋ): ଆସନ୍ତା ୩ ତାରିଖରୁ ରାଜ୍ୟର କିଛି ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ୪ରେ ଏହାର ପରିମାଣ ବୃଦ୍ଧି ପାଇବାର ଅନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ତେବେ ପଶ୍ଚିମା ଝଡ଼ ଆଗମନର ଆଶଙ୍କା ଓ ବଙ୍ଗୋପସାଗର ଅଞ୍ଚଳରୁ ରାଜ୍ୟକୁ ପ୍ରବେଶ କରୁଥିବା ଜଳୀୟବାଷ୍ପ ପ୍ରଭାବରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି କେନ୍ଦ୍ର ପକ୍ଷରୁ କୁହାଯାଇଛି। ଏହାଛଡ଼ା ଗୋଟିଏରୁ ଦୁଇଟି ସ୍ଥାନରେ କୁଆପଥର ବର୍ଷା ହେବାର ଆକଳନ କରାଯାଇଛି।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସୂଚନା ଅନୁଯାୟୀ, ଫେବୃଆରୀ ୩ ସକାଳ ସାଢ଼େ ୮ଟାରୁ ୪ ତାରିଖ ସକାଳ ସାଢ଼େ ୮ଟା ଭିତରେ ବରଗଡ଼, ଝାରସୁଗୁଡ଼ା ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼ ଓ କେନ୍ଦୁଝର ଜିଲାର କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଉତ୍ତର ଓ ଅବଶିଷ୍ଟ ଜିଲା ଏବଂ ଦକ୍ଷିଣ ଓ ସୋନପୁର, ବଲାଙ୍ଗିର ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, ମୟୂରଭଞ୍ଜ ଓ କେନ୍ଦୁଝର ଜିଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ହେବାର ଅନୁମାନ କରାଯାଇଛି। ସେଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ନିଂ ଜାରି କରାଯାଇଛି।

ସେହିଭଳି ୪ ତାରିଖ ସକାଳ ସାଢ଼େ ୮ଟାରୁ ୫ ତାରିଖ ସକାଳ ସାଢ଼େ ୮ଟା ଭିତରେ ଉତ୍ତର ଓ ଦକ୍ଷିଣ ଓ ଜିଲା ଗୁଡ଼ିକର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପ କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୱେୟଲୋ ୱାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri