୩ରୁ ବର୍ଷା ! ଏସବୁ ଜିଲାରେ କୁଆପଥର ମାଡ଼କୁ ନେଇ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧।୨(ବ୍ୟୁରୋ): ଆସନ୍ତା ୩ ତାରିଖରୁ ରାଜ୍ୟର କିଛି ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ୪ରେ ଏହାର ପରିମାଣ ବୃଦ୍ଧି ପାଇବାର ଅନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ତେବେ ପଶ୍ଚିମା ଝଡ଼ ଆଗମନର ଆଶଙ୍କା ଓ ବଙ୍ଗୋପସାଗର ଅଞ୍ଚଳରୁ ରାଜ୍ୟକୁ ପ୍ରବେଶ କରୁଥିବା ଜଳୀୟବାଷ୍ପ ପ୍ରଭାବରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି କେନ୍ଦ୍ର ପକ୍ଷରୁ କୁହାଯାଇଛି। ଏହାଛଡ଼ା ଗୋଟିଏରୁ ଦୁଇଟି ସ୍ଥାନରେ କୁଆପଥର ବର୍ଷା ହେବାର ଆକଳନ କରାଯାଇଛି।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସୂଚନା ଅନୁଯାୟୀ, ଫେବୃଆରୀ ୩ ସକାଳ ସାଢ଼େ ୮ଟାରୁ ୪ ତାରିଖ ସକାଳ ସାଢ଼େ ୮ଟା ଭିତରେ ବରଗଡ଼, ଝାରସୁଗୁଡ଼ା ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼ ଓ କେନ୍ଦୁଝର ଜିଲାର କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଉତ୍ତର ଓ ଅବଶିଷ୍ଟ ଜିଲା ଏବଂ ଦକ୍ଷିଣ ଓ ସୋନପୁର, ବଲାଙ୍ଗିର ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, ମୟୂରଭଞ୍ଜ ଓ କେନ୍ଦୁଝର ଜିଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ହେବାର ଅନୁମାନ କରାଯାଇଛି। ସେଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ନିଂ ଜାରି କରାଯାଇଛି।

ସେହିଭଳି ୪ ତାରିଖ ସକାଳ ସାଢ଼େ ୮ଟାରୁ ୫ ତାରିଖ ସକାଳ ସାଢ଼େ ୮ଟା ଭିତରେ ଉତ୍ତର ଓ ଦକ୍ଷିଣ ଓ ଜିଲା ଗୁଡ଼ିକର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପ କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୱେୟଲୋ ୱାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଭରଲୋଡିଂ ଯୋଗୁ ଓଲଟିଲା ସ୍କୁଲ ଅଟୋ: ଦ୍ୱିତୀୟ ଶ୍ରେଣୀ ଛାତ୍ରୀ ମୃତ, ୩ ଗୁରୁତର; ଗାଡ଼ିକୁ ଜାଳିଦେଲେ ଉତ୍ତ୍ୟକ୍ତ ଲୋକେ

ପଟ୍ଟାମୁଣ୍ଡାଇ,୭।୧୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗରା ଗାଁ ନିକଟରେ ଭାରସାମ୍ୟ ହରାଇ ଏକ ସ୍କୁଲ ଅଟୋ ଓଲଟିପଡ଼ିବାରୁ ଜଣେ ଛାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୩...

ମାଛ ଧରିବା ବେଳେ ମିଳିଲା ନରକଙ୍କାଳ

ସୋହେଲା,୨୪।୫ (ଡି.ଏନ୍‌.ଏ.): ବରଗଡ଼ ଜିଲା ସୋହେଲା ଥାନା ଅଧୀନ ଗର୍ଭଣା ଗ୍ରାମର ଭଙ୍ଗାକଟା(ପୋଖରୀ)ରେ ମଙ୍ଗଳବାର ମତ୍ସଜୀବୀମାନେ ମାଛ ଧରୁଥିବା ବେଳେ ଏକ ବୁଦା ମୂଳରେ ନରକଙ୍କାଳ...

ପାରାଦୀପ ବନ୍ଦର: ୧୧୬.୧୩ ମିଲିଅନ ଟନ୍‌ ପଣ୍ୟ କାରବାର

ପାରାଦୀପ,୨ା୪(ସ୍ବ.ପ୍ର.): ବିଶ୍ୱ ବଜାରରେ ଲୁହାପଥର କାରବାର କ୍ଷେତ୍ରରେ ମାନ୍ଦାବସ୍ଥା, କରୋନା ମହାମାରୀ ଭଳି ନକାରାତ୍ମକ କାରବାର ସତ୍ତ୍ୱେ ୨୦୨୧-୨୨ ଆର୍ଥିକ ବର୍ଷରେ ପାରାଦୀପ ବନ୍ଦର ରେକର୍ଡ...

କାଷ୍ଟିଂ କାଉଚ ମାମଲା: ପପୁ ପମ୍‌ପମ୍‌ଙ୍କୁ କ୍ଲିନଚିଟ୍‌

ଭୁବନେଶ୍ୱର,୨।୮(ବ୍ୟୁରୋ): ହାଇକୋର୍ଟ ଅଭିନେତା ପପୁପମ୍‌ପମଙ୍କୁ କାଷ୍ଟିଂ କାଉଚ ମାମଲାରେ କ୍ଲିନଚିଟ ପ୍ରଦାନ କରିଛନ୍ତି। । ୨୦୧୬ରେ ଜଣେ ନାବାଳିକା ପପୁଙ୍କ ନାଁରେ କାଷ୍ଟିଂ କାଉଚ ଅଭିଯୋଗ...

ନୂଆବଜାର ଅଞ୍ଚଳରେ ବିଦେଶୀ ପକ୍ଷୀ

ବାଲେଶ୍ୱର ଅଫିସ, ୧୫।୬-ବାଲେଶ୍ୱର ସହରସ୍ଥିତ ନୂଆବଜାର ଅଞ୍ଚଳ ଏବେ ବିଦେଶୀ ପକ୍ଷୀଙ୍କ କିଚିରିମିଚିରି ଶବ୍ଦରେ ପ୍ରକମ୍ପିତ ହୋଇଉଠୁଛି। ସହର ନିକଟରେ କୌଣସି ହ୍ରଦ କିମ୍ବା ମୁହାଣ...

ଲଗାଣ ବର୍ଷାରେ ରେଳ ଲାଇନ୍‌ରେ ଖସିଲା ମାଟି ଅତଡ଼ା

ରାୟଗଡା ଅଫିସ,୧୪।୮: ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷାରେ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡ଼ୁଛି । ତେବେ ରାୟଗଡ଼ା...

ରାତିରେ ଚିଲିକା ବିଧାୟକଙ୍କୁ ଜେଲରେ ଭେଟିଲେ ନେତା, ଏସ୍‌ଓପିକୁ ଭୁଲିଗଲେ

ଖୋର୍ଦ୍ଧା ଅଫିସ,୧୦। ୧୦: ବାଲୁଗାଁ ଭାଜପା ମଣ୍ଡଳ ସଭାପତି ନିରଞ୍ଜନ ସେଠୀଙ୍କୁ ଆକ୍ରମଣ, ଗାଳିଗୁଳଜ ଘଟଣାରେ ଖୋର୍ଦ୍ଧା ଏଡିଜେ ଶୁକ୍ରବାର ଜାମିନ ଆବେଦନ ଖାରଜ କରିବା...

ଅପାରଗତା ଅଟକାଇଛି ପ୍ରକଳ୍ପ

ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ପର୍ଯ୍ୟଟନ ବିଭାଗର ଆନ୍ତରିକତା ଅଭାବରୁ ଓଡ଼ିଶାରେ ପର୍ଯ୍ୟଟନ କ୍ଷେତ୍ରରେ ସେତେଟା ଆଖିଦୃଶିଆ ବିକାଶ ହୋଇପାରୁ ନାହିଁ। ସରକାର ପ୍ରତ୍ୟେକ ବର୍ଷ ବଜେଟରେ ପର୍ଯ୍ୟଟନ ବିଭାଗ...

Advertisement
Archives

Model This Week