୨୬ରୁ ବର୍ଷା: ଏହି ଦିନ ବାତ୍ୟା ଲ୍ୟାଣ୍ଡଫଲ୍‌ ,ସତର୍କ କଲା ଆଇଏମ୍‌ଡି

ଭୁବନେଶ୍ୱର,୨୪ା୧୦(ବନ୍ଦନା ସେଠୀ): ବଙ୍ଗୋପସାଗରରେ ଶୁକ୍ରବାର ସୃଷ୍ଟି ହୋଇଥିବା ଲଘୁଚାପ ଶନିବାର ଅବପାତର ରୂପ ନେବ। ୨୫ ତାରିଖ ବେଳକୁ ଏହା ଗଭୀର ଅବପାତରେ ପରିଣତ ହେବ। ୨୬ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟା ସୃଷ୍ଟି ହୋଇ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବ। ୨୮ ତାରିଖ ସକାଳେ ଏହା ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ମଧ୍ୟରେ ଉପକୂଳ ଛୁଇଁବା ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ଡିଜି ମୃତ୍ୟୁଞ୍ଜୟ ମହପାତ୍ର ସୂଚନା ଦେଇଛନ୍ତି। ତେବେ ବାତ୍ୟା କେଉଁ ସମୟରେ ଓ କେଉଁ ସ୍ଥାନରେ ଉପକୂଳ ଅତିକ୍ରମ କରିବ ତାହା ଏପର୍ଯ୍ୟନ୍ତ ଆକଳନ କରାଯାଇ ନ ଥିବାବେଳେ ମଧ୍ୟ ଏହାର ପ୍ରଭାବରେ ମୁଖ୍ୟତଃ ଆନ୍ଧ୍ର ପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳବର୍ତ୍ତୀ ଅଞ୍ଚଳ ପ୍ରଭାବିତ ହେବ। ଶନିବାର ଅବପାତ ସମୟରେ ଉପକୂଳବର୍ତ୍ତୀ ଅଞ୍ଚଳରେ ପବନର ବେଗ ଘଣ୍ଟା ପ୍ରତି ୪୫ରୁ ୫୫ କି.ମି. ଓ କିଛି ସ୍ଥାନରେ ୬୫କି.ମି. ପର୍ଯ୍ୟନ୍ତ ରହିପାରେ। ରବିବାର ପବନର ବେଗ ୫୫ରୁ ୭୫ କି.ମି. ଏବଂ ସୋମବାର ୭୦ରୁ ୯୦ କି.ମି. ରହିବାର ସମ୍ଭାବନା ଅଛି। ବାତ୍ୟା ଉପକୂଳ ମୁହଁା ହେଲେ ପବନର ବେଗ କ୍ରମଶଃ ବୃଦ୍ଧି ପାଇବ।
ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ୨୬ ତାରିଖରୁ ରାଜ୍ୟରେ ବର୍ଷା ଆରମ୍ଭ ହେବ। ୨୭ ଓ ୨୮ ଦୁଇଦିନ ଧରି ଓଡ଼ିଶାର ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ୨୭ ତାରିଖରେ ଗଜପତି, ଗଞ୍ଜାମ ଓ ପୁରୀ ଜିଲାକୁ ପ୍ରବଳ ବର୍ଷା ନେଇ ରେଡ୍‌ ଓ୍ବାର୍ନିଂ ଜାରି ହୋଇଥିବାବେଳେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଖୋର୍ଦ୍ଧା, ନୟାଗଡ଼ ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଏବଂ ଅନ୍ୟ ଜିଲାଗୁଡିକୁ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ସେହିପରି ୨୮ ତାରିଖ ପାଇଁ ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି ଏବଂ ଗଞ୍ଜାମ ଜିଲାକୁ ରେଡ୍‌ ଓ୍ବାର୍ନିଂ ଦିଆଯାଇଛି। ତେବେ ସମ୍ପୂର୍ଣ୍ଣ ରାଜ୍ୟରେ ବର୍ଷା ଜାରି ରହିବ ଏବଂ ଏହି ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କ ପାଇଁ ସତର୍କତା ଜାରି କରାଯାଇଛି। ତେଣୁ ୨୯ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନ ଯିବାକୁ ମତ୍ସ୍ୟଜୀବୀମାନଙ୍କୁ ବାରଣ କରାଯାଇଛି। ଯେଉଁମାନେ ସମୁଦ୍ର ଭିତରକୁ ଯାଇଛନ୍ତି, ୨୪ ତାରିଖ ସୁଦ୍ଧା ଫେରି ଆସିବାକୁ ପରାମର୍ଶ ଦିଆଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?