Posted inରାଜ୍ୟ

ଆଜି ରାତିରୁ ଲଘୁଚାପ ବର୍ଷା

ଭୁବନେଶ୍ୱର,୧୮ା୮(ବ୍ୟୁରୋ): ଗାଁରେ ବନ୍ୟା ପାଣି ଲହଡ଼ି ମାରୁଛି । ବନ୍ୟା ପ୍ରପୀଡ଼ିତଙ୍କ ଦୁର୍ଦ୍ଦଶା ଯାଇ ନ ଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ଦକ୍ଷିଣ ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଭୂପୃଷ୍ଠରୁ ୫.୮ କି.ମି. ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ୧୯ ତାରିଖ ସୁଦ୍ଧା ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୮ ତାରିଖ ରାତିରୁ ବର୍ଷା ଆରମ୍ଭ ହେବ। ୧୯ ଓ ୨୦ ତାରିଖ ଦୁଇ ଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ୧୮ ତାରିଖ ରାତିରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଅନୁଗୋଳ, ମାଲକାନଗିରିରେ ବର୍ଷା ହୋଇପାରେ। ସେହିପରି ୧୯ ତାରିଖରେ ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, କଟକ, ଢେଙ୍କାନାଳ, ଅନୁଗୋଳ, ସମ୍ବଲପୁର, ବରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କଳାହାଣ୍ଡି, କନ୍ଧମାଳ, ଯାଜପୁର,

ବଲାଙ୍ଗୀର, ସୋନପୁର ଓ ବୌଦ୍ଧ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ୨୦ ତାରିଖରେ ନୂଆପଡ଼ା, ବଲାଙ୍ଗୀର,ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ବରଗଡ଼, ସୋନପୁର ଓ କଳାହାଣ୍ଡି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏହି ସବୁ ଜିଲା ପାଇଁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଲଘୁଚାପ ଯୋଗୁ ଉପକୂଳରେ ୪୫ରୁ ୫୫ କି.ମି. ଓ ବେଳେବେଳେ ୬୫ କି.ମି. ବେଗରେ ପବନ ବହିବା ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୧୯ ଓ ୨୦ ତାରିଖରେ ସମୁଦ୍ରକୁ ନ ଯିବା ଲାଗି ମତ୍ସ୍ୟଜୀବୀମାନଙ୍କୁ ସତର୍କ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଣିକି ଗୁଳିର ଜବାବ ଗୁଳିରେ ଦେବୁ: ଲୋକ ସଭାରେ କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୩୦।୩: ଲୋକ ସଭାରେ ‘ନକ୍ସଲମୁକ୍ତ ଭାରତ’ ସମ୍ପର୍କରେ ଆଲୋଚନାରେ ଭାଗ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି ଯେ,…

ଶିମିଳିପାଳ ସୁରକ୍ଷା ପାଇଁ ଏକାଠି ହେଲେ ଗ୍ରାମବାସୀ

ବାରିପଦା,୩୦ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶ୍ୟାମାଖୁଣ୍ଟ ବ୍ଲକ ଅଧୀନ ରଙ୍ଗମାଟିଆସ୍ଥିତ ପଞ୍ଚାୟତ କଲ୍ୟାଣ ମଣ୍ଡପରେ ଶିମିଳିପାଳର ସୁରକ୍ଷା ନେଇ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।…

ତହସିଲଦାରଙ୍କୁ ବିଧାୟିକା ସ୍ବାମୀଙ୍କ ହତ୍ୟା ଧମକ ମାମଲା: ୱାରେଣ୍ଟ ପାଇଁ କୋର୍ଟରେ ଆବେଦନ କଲା ପୋଲିସ

ଭବାନୀପାଟଣା,୩୦।୩(ଉତ୍ତମ କୁମାର ଦାଶ): ସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି କରିବା ଏବଂ ତହସିଲଦାରଙ୍କୁ ହତ୍ୟା ଧମକ ଦେବା ଅଭିଯୋଗରେ କଳାହାଣ୍ଡି ଜିଲା ନର୍ଲା ବିଜେଡି ବିଧାୟିକା ମନୋରମା…

ପାକିସ୍ତାନର ଖୋଲିଗଲା ପୋଲ୍‌: ଯୁଦ୍ଧ ନାଁରେ କରୁଛି ଏହି କାମ, ସାମ୍ନାକୁ ଆସିଲା ସାଂଘାତିକ କଥା

ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ସହିତ ଚାଲିଥିବା ସଂଘର୍ଷରେ ଯୁଦ୍ଧବିରାମ ପାଇଁ ପାକିସ୍ତାନ ପଦକ୍ଷେପ ନେଉଛି। ମଧ୍ୟପ୍ରାଚ୍ୟରେ ଉତ୍ତେଜନା ମଧ୍ୟରେ ପାକିସ୍ତାନ ନିଜକୁ ଏକ ଶାନ୍ତି…

ଯୁଦ୍ଧ ଭିତରେ ବଡ଼ ଡିଲ୍‌ କରିଦେଲେ ମୋଦି-ପୁଟିନ୍‌, ଭାରତୀୟ ଯୁବପିଢ଼ିଙ୍କୁ ମିଳିବ ବଡ଼ ଫାଇଦା!

ନୂଆଦିଲ୍ଲୀ,୩୦।୩: ଭାରତ ଏବଂ ରୁଷିଆ ମଧ୍ୟରେ ବନ୍ଧୁତା ଆଉ କେବଳ ଅସ୍ତ୍ରଶସ୍ତ୍ର କିଣା ବିକ୍ରୟ ପର୍ଯ୍ୟନ୍ତ ସୀମିତ ନାହିଁ। ଦୁଇ ଦେଶ ଭବିଷ୍ୟତର ପ୍ରଯୁକ୍ତିବିଦ୍ୟାକୁ ମିଳିତ ଭାବରେ…

କାଳବୈଶାଖୀ: ରାସ୍ତାରେ ପଡ଼ିଲା ଗଛ, ଭାଙ୍ଗିଲା ଘର

ନନ୍ଦପୁର,୩୦।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଓ ଲମତାପୁଟ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି। ଘୂର୍ଣ୍ଣିଝଡ଼ ଓ ପ୍ରବଳ ବର୍ଷା ଯୋଗୁ…

ଇରାନକୁ ଭୟଙ୍କର ଧମକ ଦେଲେ ଟ୍ରମ୍ପ, ଶୁଣିକି ଥରହର ହେଲା…..

ତେହରାନ,୩୦ା୩: ଇରାନ ସହିତ ଚାଲିଥିବା ସାମରିକ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଏକ ଧମକ ଦେଇଛନ୍ତି। ଡୋନାଲ୍ଡ ଟ୍ରମ୍ପ ସ୍ପଷ୍ଟ ଭାବରେ…

କାୟା ମେଲାଇଲାଣି କାରୋନାର ନୂଆ ଭାରିଆଣ୍ଟ, ୨୩ଟି ଦେଶରେ ବ୍ୟାପିଲା, ଜାଣନ୍ତୁ ଏହା କେତେ ବିପଦ

ନୂଆଦିଲ୍ଲୀ,୩୦।୩: ଯେତେବେଳେ ବି କରୋନା ଭାଇରସ ବିଲୁପ୍ତ ହେବାର ଦ୍ୱାରଦେଶରେ ଥାଏ, ସେତେବେଳେ ଏକ ନୂତନ ପ୍ରକାର ବ୍ୟାପିଥାଏ ଏବଂ ଲୋକଙ୍କୁ ଦ୍ରୁତ ଗତିରେ ସଂକ୍ରମିତ କରିଥାଏ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri