Posted inରାଜ୍ୟ

ଆଜି ରାତିରୁ ଲଘୁଚାପ ବର୍ଷା

ଭୁବନେଶ୍ୱର,୧୮ା୮(ବ୍ୟୁରୋ): ଗାଁରେ ବନ୍ୟା ପାଣି ଲହଡ଼ି ମାରୁଛି । ବନ୍ୟା ପ୍ରପୀଡ଼ିତଙ୍କ ଦୁର୍ଦ୍ଦଶା ଯାଇ ନ ଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ଦକ୍ଷିଣ ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଭୂପୃଷ୍ଠରୁ ୫.୮ କି.ମି. ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ୧୯ ତାରିଖ ସୁଦ୍ଧା ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୮ ତାରିଖ ରାତିରୁ ବର୍ଷା ଆରମ୍ଭ ହେବ। ୧୯ ଓ ୨୦ ତାରିଖ ଦୁଇ ଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ୧୮ ତାରିଖ ରାତିରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଅନୁଗୋଳ, ମାଲକାନଗିରିରେ ବର୍ଷା ହୋଇପାରେ। ସେହିପରି ୧୯ ତାରିଖରେ ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, କଟକ, ଢେଙ୍କାନାଳ, ଅନୁଗୋଳ, ସମ୍ବଲପୁର, ବରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କଳାହାଣ୍ଡି, କନ୍ଧମାଳ, ଯାଜପୁର,

ବଲାଙ୍ଗୀର, ସୋନପୁର ଓ ବୌଦ୍ଧ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ୨୦ ତାରିଖରେ ନୂଆପଡ଼ା, ବଲାଙ୍ଗୀର,ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ବରଗଡ଼, ସୋନପୁର ଓ କଳାହାଣ୍ଡି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏହି ସବୁ ଜିଲା ପାଇଁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଲଘୁଚାପ ଯୋଗୁ ଉପକୂଳରେ ୪୫ରୁ ୫୫ କି.ମି. ଓ ବେଳେବେଳେ ୬୫ କି.ମି. ବେଗରେ ପବନ ବହିବା ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୧୯ ଓ ୨୦ ତାରିଖରେ ସମୁଦ୍ରକୁ ନ ଯିବା ଲାଗି ମତ୍ସ୍ୟଜୀବୀମାନଙ୍କୁ ସତର୍କ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ...

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୪ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ଭୋଟରଙ୍କୁ ସଚେତନ କରୁଛନ୍ତି ପଦ୍ମଶ୍ରୀ ହଳଧର ନାଗ, କଂସ ମହାରାଜ ହୃଷୀକେଶ ଭୋଇ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନରେ ସମସ୍ତ ଭୋଟରଙ୍କ ଭାଗିଦାରୀ ସୁନିଶ୍ଚିତ କରିବା ତଥା ଭୋଟରଙ୍କୁ ସଚେତନ କରିବା ପାଇଁ ବରଗଡ଼ ଜିଲା ପ୍ରଶାସନ ଅଭିନୟ ପ୍ରୟାସ...

୪୫ ଡେଇଁବ ପାରଦ! ସାରା ରାଜ୍ୟକୁ ସିଭିୟର ହିଟ୍‌ ଓ୍ବେଭ ଆଲର୍ଟ

ଭୁବନେଶ୍ୱର,୨୪।୪:ତାତିରୁ ମିଳିବନି ତ୍ରାହି । ୫ ଦିନ ଧରି କଲବଲ କରିବ ଗ୍ରୀଷ୍ମ ପ୍ରବାହ । ବିଶେଷ କରି ୨୭ ଓ ୨୮ ତାରିଖରେ ଜଳିବ...

ମେ’ ପ୍ରଥମ ସପ୍ତାହରୁ ଓଜେଇଇ ପରୀକ୍ଷା

ଭୁବନେଶ୍ୱର,୨୪।୪(ଅସମାପିକା ସାହୁ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ୨୦୨୪ ମେ’ ୬ରୁ ଆରମ୍ଭ ହେବ। ସିବିଟି ମୋଡ୍‌ରେ ହେବାକୁ ଥିବା ଏହି ପରୀକ୍ଷା ମେ...

ଛୁଟିଦିନ ପାଇଁ ପିଲାଙ୍କୁ ମିଳିବ ଶୁଖିଲା ରାଶନ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ଛୁଟିଦିନ ପାଇଁ ଛାତ୍ରୀଛାତ୍ରଙ୍କୁ ପିଏମ୍‌ ପୋଷଣ ଯୋଜନାରେ ଚାଉଳ ଏବଂ ଅନ୍ୟାନ୍ୟ ସାମଗ୍ରୀ ଦିଆଯିବ। ମୋଟ ୧୨ଦିନର ମଧ୍ୟାହ୍ନ ଭୋଜନ ବାବଦକୁ ଶୁଖିଲା...

ଚମକାଇଲା ଅନୁଭବଙ୍କ ପୋଷ୍ଟ, ନବୀନଙ୍କୁ ମାଗିଲେ ଆର୍ଶୀବାଦ…

ଭୁବନେଶ୍ୱର,୨୪।୪: ଅନୁଭବ ମହାନ୍ତିଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବଢିଲା ଚର୍ଚ୍ଚା। ଗତ କିଛିଦିନ ପୂର୍ବରୁ ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ହେଲେ ବୁଧବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri