କୋରାପୁଟରେ ବର୍ଷା ବିତ୍ପାତ: ୪୫ ଗାଁ ଜଳମଗ୍ନ

କୋରାପୁଟ,୨୬ା୯(ଅମିତାଭ ବେହେରା): ଅର୍ଣ୍ଣବ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ଜିଲାର ନଦୀ, ନାଳ ଓ ଜଳାଶୟର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ ଅଞ୍ଚଳ ଜଳମଗ୍ନ ହୋଇଛି। ପ୍ରାୟ ୪୫ ଗାଁ ପାଣିଘେରକୁ ଆସିଥିବା ବେଳେ ପ୍ରଶାସନ ପକ୍ଷରୁ ପ୍ରାୟ ୪,୫୦୦ ଲୋକଙ୍କୁ ଉଦ୍ଧାର କରାଯାଇଛି।

ବର୍ଷା ପ୍ରଭାବରେ ଜିଲାର ଯୋଗାଯୋଗ ବ୍ୟବସ୍ଥା ବ୍ୟାହତ ହୋଇଛି। ବିଭିନ୍ନ ସ୍ଥାନରେ ରାସ୍ତା ଓ ପୋଲ ଉପରେ ପାଣି ଚାଲିବା ଯୋଗୁ ଯାତାୟାତରେ ସମସ୍ୟା ଉପୁଜିଛି। କେତେକ ଅଞ୍ଚଳରେ ସଡ଼କ ଉପରେ ବର୍ଷାଜଳ ପ୍ରବାହିତ ହେବାରୁ ଯାତାୟାତ ପ୍ରଭାବିତ ହୋଇଛି। ରେଳପଥ ପ୍ରଭାବିତ ହେବାରୁ ଯାତ୍ରୀମାନେ ଅସୁବିଧାରେ ପଡ଼ିଛନ୍ତି। ଯାତ୍ରୀଙ୍କ ସୁବିଧା ପାଇଁ କୋରାପୁଟ ରେଳଷ୍ଟେଶନରୁ ମାଗଣା ବସ୍‌ ସେବା ବ୍ୟବସ୍ଥା କରାଯାଇଛି। ରେଳ ଯୋଗାଯୋଗ ସ୍ବାଭାବିକ ନ ହେବା ଯାଏ ଏହି ସେବା ଜାରି ରହିବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି।

କୋଟପାଡ଼ ବ୍ଲକର ସ୍ଥିତି ଏବେ ବି ଚିନ୍ତାଜନକ ରହିଛି। ବ୍ଲକର ପ୍ରାୟ ୧୬ ଗାଁ ଏବେ ବି ପାଣି ଘେରରେ ରହିଛି। ଜଳସ୍ତର ଓ ଯୋଗାଯୋଗ ବ୍ୟବସ୍ଥା ଉପରେ ପ୍ରଶାସନ ନଜର ରଖିଛି। ଆବଶ୍ୟକସ୍ଥଳେ ଲୋକଙ୍କୁ ଉଦ୍ଧାର କରି ସୁରକ୍ଷିତ ସ୍ଥାନକୁ ନିଆଯାଉଛି। ବର୍ଷା ଓ ବନ୍ୟା ପରିସ୍ଥିତିରେ ଲୋକଙ୍କ ଜୀବନ ଓ ଧନସମ୍ପତ୍ତିର ସୁରକ୍ଷାକୁ ପ୍ରଶାସନ ପ୍ରାଥମିକତା ଦେଇଛି। ଉଦ୍ଧାର କାର୍ଯ୍ୟ ସହ ଜଳମଗ୍ନ ଅଞ୍ଚଳରେ ଆବଶ୍ୟକ ସହାୟତା ପହଞ୍ଚାଇବା ଉପରେ ଗୁରୁତ୍ୱ ଦିଆଯାଉଛି।

ଜିଲାପାଳ ମନୋଜ ସତ୍ୟବାନ ମହାଜନ ଶନିବାର ଦେଇଥିବା ସୂଚନା ଅନୁସାରେ ପ୍ରଶାସନ ପରିସ୍ଥିତି ଉପରେ ନିରନ୍ତର ନଜର ରଖିଛି। ଜଳମଗ୍ନ ଗାଁଗୁଡ଼ିକରେ ଲୋକଙ୍କ ସୁରକ୍ଷା ଓ ଆବଶ୍ୟକ ସେବା ଯୋଗାଣ ପାଇଁ ପଦକ୍ଷେପ ଜାରି ରହିଛି। ରେଳ ଯାତାୟାତ ସ୍ବାଭାବିକ ହେବା ଯାଏ ଯାତ୍ରୀମାନଙ୍କୁ ମାଗଣା ବସ ସେବା ଯୋଗାଇ ଦିଆଯିବ। ପାଣି ଘେରରେ ଥିବା ଗାଁଗୁଡ଼ିକରେ ସ୍ଥିତି ସହ ରେଳ ଓ ସଡ଼କ ଯୋଗାଯୋଗ ପୁନର୍ବାର ସ୍ବାଭାବିକ କରିବାକୁ ଜିଲା ପ୍ରଶାସନ ଯୁଦ୍ଧକାଳୀନ ଭିତ୍ତିରେ ଚେଷ୍ଟା ଜାରି ରଖିଥିବା ଜିଲାପାଳ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଠ ଆଣିବାକୁ ଯାଇ ହାତୀ ହାବୁଡ଼ରେପଡ଼ିିଗଲେ ବୃଦ୍ଧ, ଆଉ ତା’ପରେ…

କେନ୍ଦୁଝର,୨୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲିଜ୍‌ ଏରିଆ ଅଞ୍ଚଳରେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୁବନ…

ଗାଜଲବାଡି ଘାଟି ସିଲ୍‌କୁ ୩ ଦିନ: ଦାରିଙ୍ଗବାଡିରେ ମିଳୁନି ପନିପରିବା, ବୃଦ୍ଧି ପାଇଲା ଅତ୍ୟାବଶ୍ୟକ ସାମଗ୍ରୀର ଦର

ଦାରିଙ୍ଗବାଡି,୨୬।୯(ଅରୁଣ ସାହୁ): ଲଗାଣ ବର୍ଷା ଓ ଭୂସ୍ଖଳନ ଭୟ ଯୋଗୁ ସିଲ୍ ହୋଇଥିବା ଗାଜଲବାଡି ଘାଟି ରାସ୍ତା ଇତିମଧ୍ୟରେ ୩ ଦିନ ବିତିଯାଇଥିଲେ ବି ଖୋଲିପାରିନାହିଁ। ଗୁରୁବାର…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ନ୍ୟୁଜିଲାଣ୍ଡ ସିରିଜରୁ ବାଦ୍‌ ପଡ଼ିଲେ ହାର୍ଦ୍ଦିକ ପାଣ୍ଡ୍ୟା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୬ା୯: ଭାରତର ସିନିୟର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଆଘାତପ୍ରାପ୍ତ ହୋଇଛନ୍ତି। ତାଙ୍କ ଆଣ୍ଡୁ ତଳ ଭାଗରେ ଆଘାତ ଲାଗିଛି । ଫଳରେ ସେ ନ୍ୟୁଜିଲାଣ୍ଡ ହ୍ବାଇଟ୍‌…

ଗଞ୍ଜାମ ଜଳବନ୍ଦୀ ଅଞ୍ଚଳରେ ବିଧାୟକ: ଲୋକଙ୍କ ଦୁଃଖ ଶୁଣିଲେ, ତୁରନ୍ତ ସମାଧାନ ପାଇଁ ନିର୍ଦ୍ଦେଶ

ଗଞ୍ଜାମ,୨୬।୯(ଅନାଥ ତରାଇ): ଲଗାଣ ବର୍ଷା ଯୋଗୁ ଗଞ୍ଜାମ ଏନ୍‌ଏସି ଅଞ୍ଚଳର ବିଭିନ୍ନ ୱାର୍ଡରେ ସୃଷ୍ଟି ହୋଇଥିବା ଜଳବନ୍ଦୀ ଓ ରାସ୍ତାଘାଟ ସମସ୍ୟାର ସ୍ଥିତି ଶନିବାର ସକାଳେ ସ୍ଥାନୀୟ…

୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର, ୨୦ ଫୁଟ ତଳକୁ ଖସିଲା କାର୍

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ବିପଦ ସଂକେତ ଟପିଲା କାଂଶବାଂଶ: ନଦୀ ଉପକୂଳବର୍ତ୍ତୀ ଅଞ୍ଚଳ ଜଳମଗ୍ନ

ସିମୁଳିଆ,୨୬।୯(ସନ୍ତୋଷ ନାୟକ): ବାଲେଶ୍ୱର ଜିଲା ସିମୁଳିଆ-ଖଇରା ଏବଂ ସୋର ବ୍ଲକ ମଧ୍ୟରେ ପ୍ରବାହିତ କାଂଶବାଂଶ ନଦୀର ଜଳ ପତ୍ତନ ଶନିବାର ହଠାତ୍‌ ବଢ଼ିବାରେ ଲାଗିଛି। ଫଳରେ ଚତୁର୍ଥ…

କର୍ଲାପାଟ ପୋଲିସକୁ ବଡ଼ ସଫଳତା: ନାକରୁଣ୍ଡି ସଶସ୍ତ୍ର ଡକାୟତି ମାମଲାରେ ୪ ଗିରଫ, ବନ୍ଧୁକ ଓ ଟଙ୍କା ଜବତ

ଥୁଆମୂଳ ରାମପୁର,୨୬।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ ନାକରୁଣ୍ଡି ଗ୍ରାମପଞ୍ଚାୟତର ଆମଝୋଲା ଗ୍ରାମରେ ଘଟିଥିବା ଚାଞ୍ଚଲ୍ୟକର ସଶସ୍ତ୍ର ଡକାୟତି ଘଟଣାର ପର୍ଦ୍ଦାଫାଶ କରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?