Heavy rain at Mahim on Wednesday. Express photo by Nirmal Harindran, 4th September 2019, Mumbai.
ଭୁବନେଶ୍ୱର,୩।୭(ବ୍ୟୁରୋ): ଉପକୂଳ ଓଡିଶା ଏବଂ ଏହାର ଆଖପାଖ ଅଞ୍ଚଳରେ ସମୁଦ୍ରପତ୍ତନ ଠାରୁ ୩.୬ କି.ମି ଏକ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। ଏଥିସହିତ ଅନ୍ୟ ଏକ ଘୂର୍ଣ୍ଣିବଳୟ ପୂର୍ବ ଉତ୍ତର ପ୍ରଦେଶ ଉତ୍ତର ଏବଂ ଏହାର ଆଖପାଖ ଅଞ୍ଚଳରେ ଘେରି ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ,ରାୟଗଡା, ନବରଙ୍ଗପୁର, ଗଜପତି, ଗଞ୍ଜାମ, କନ୍ଧମାଳ, ବଲାଙ୍ଗୀର, ନୂଆପଡା, କଳାହାଣ୍ଡି, ବରଗଡ, ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଭଦ୍ରକ ଏବଂ ଯାଜପୁର ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ପାଣିପାଗ ବିଭାଗ ପକ୍ଷରୁ ଏଲୋଓ୍ବାର୍ଣ୍ଣିଂ ଜାରି କରାଯାଇଛି। ୬ ତାରିଖ ଯାଏ ଆଭ୍ୟନ୍ତରୀଣ ଏବଂ ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ ରାଜ୍ୟରେ ଗତ ୪୮ ଘଣ୍ଟା ମଧ୍ୟରେ ବାଲେଶ୍ୱରରେ ୩୨.୪ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ତାଳଚେର ୨୭, ମାଲକାନଗିରି ୬.୪, ନୟାଗଡ ୪୩ ଏବଂ ପାରାଦୀପରେ ୭.୪ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।