ଆଠମଲ୍ଲିକରେ ଝଡ଼ତୋଫାନ

ଆଠମଲ୍ଲିକ,୧୨।୧(ଡି.ଏନ.ଏ.) – ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡରେ ମଙ୍ଗଳବାର ଅଦିନିଆ ବର୍ଷା ସହ ପ୍ରବଳ ପବନ ଓ କୁଆପଥର ମାଡ଼ ବ୍ୟାପକ କ୍ଷୟକ୍ଷତି ଘଟାଇଛି। ଝଡ଼ତୋଫାନ ଯୋଗୁ ବଇଣ୍ଡା-ଆଠମଲ୍ଲିକ-କିଆକଟା ୬୨ ନମ୍ବର ରାଜ୍ୟ ରାଜପଥର ଯଦୁପୁରଠାରେ ଗଛ ଓ ଇଲେକ୍ଟ୍ରି ଖୁଣ୍ଟ ଭାଙ୍ଗିପଡ଼ିବାରୁ ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ ହୋଇଛି। ଖବରପାଇ ପ୍ରଶାସନ ପକ୍ଷରୁ ଅଗ୍ନିଶମ କର୍ମଚାରୀଙ୍କ ଦ୍ୱାରା ରାସ୍ତା ଅବରୋଧ ହଟାଯିବା କାର୍ଯ୍ୟ ଜାରି ରହିଛି। ଶୈବପୀଠ ଦେଉଳଝରି ପରିସରରେ ଥିବା ଅନେକ ଦୋକାନ କ୍ଷତିଗ୍ରସ୍ତ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟ ଭାଙ୍ଗି ଯାଇଥିବାବେଳେ ଗଛଗୁଡିକ ଉପୁଡି ମନ୍ଦିର ସମ୍ମୁଖ କଂକ୍ରିଟ ରାସ୍ତା ଅବରୋଧ ହୋଇଛି। ଉପଜିଲାପାଳ ଲଳିତ ମୋହନ ବେହେରା ତୁରନ୍ତ ରାସ୍ତାରୁ ଗଛ ଓ ଇଲେକ୍ଟ୍ରି ଖୁଣ୍ଟ ହଟାଇବାକୁ ଏନ୍‌ଏସି ନିର୍ବାହୀ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିବା ଜଣାଯାଇଛି। ସେହିପରି ପ୍ରବଳ କୁଆପଥର ମାଡ଼ ଯୋଗୁ ବହୁ ଆଜବେଷ୍ଟସ୍‌ ଘର କ୍ଷତିଗ୍ରସ୍ତ ହୋଇଛି। ପରିବା ଫସଲ ନଷ୍ଟ ହୋଇଥିବା ଅଭିଯୋଗ ହେଉଛି। ପ୍ରଶାସନ ପକ୍ଷରୁ କ୍ଷୟକ୍ଷତି ଆକଳନ କରାଯାଇ କ୍ଷତିପୂରଣ ଯୋଗାଇ ଦେବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଇସ୍ତଫା ଦାବିରେ କୁଶପୁତ୍ତଳିକା ଦାହ

ଗୁଣପୁର,୨୮।୯(ସଙ୍କେତ ପାତ୍ର/ସୁଜାତା ପାଢ଼ୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଗୁଣପୁରରେ ସିପିଆଇ(ଏମ୍‌ଏଲ୍‌) ଲିବରେସନ ପକ୍ଷରୁ ସୋମବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ନୂଆ ବସ୍‌ଷ୍ଟାଣ୍ଡରୁ…

୬ ଲକ୍ଷ ଘନଫୁଟ ଟପିଲା ହୀରାକୁଦକୁ ବନ୍ୟାଜଳ ପ୍ରବେଶ: ପୁଣି ଖୋଲିଲା ଜଳଭଣ୍ଡାରର ୨ଟି ସ୍ଲୁଇସ୍‌ ଗେଟ୍‌

ସମ୍ବଲପୁର, ୨୮/୯ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ଅହେତୁକ ବୃଦ୍ଧି ପାଇବା ଯୋଗୁ ସୋମବାର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌ ଖୋଲାଯାଇଛି। ଫଳରେ…

ନୂଆପଡ଼ାରେ ପୁଣି ବାଘ ଆତଙ୍କ: ରାସ୍ତା ପାର ହେଲା କଲରାପତରିଆ, ଭୟରେ ଗ୍ରାମବାସୀ

ନୂଆପଡ଼ା, ୨୮/୯ (ମକାରୁ ବେମାଲ): ନୂଆପଡ଼ା ଜିଲାରେ କିଛି ଦିନର ବ୍ୟବଧାନ ପରେ ପୁଣି ବାଘ ଆତଙ୍କ ଦେଖାଦେଇଛି। ରବିବାର ରାତି ପ୍ରାୟ ସାଢ଼େ ୧୦ଟା ସମୟରେ…

ପ୍ରତିବର୍ଷ ଏକ ବର୍ଗକିଲୋମିଟର ସଙ୍କୁଚିତ ହେଉଛି ମା’ ବରୁଣେଇ ପୀଠ, ପର୍ଯ୍ୟଟକଙ୍କ ପାଇଁ ପାଲଟିଛି ଅପହଞ୍ଚ

କେନ୍ଦ୍ରାପଡା,୨୮ା୯ (ଜଗନ୍ନାଥ ଧଳ): ଜାତୀୟ ଉଦ୍ୟାନ ଭିତରକନିକା ଜୈବ ବିବିଧତା ବିଭବ ମଧ୍ୟରେ ବରୁଣେଇ ଦୀପରେ ମା’ ବରୁଣେଇ ଦୀର୍ଘ ବର୍ଷ ଧରି ପୂଜା ପାଉଥିଲେ ମଧ୍ୟ…

ସ୍କୁଲ ଯିବା ବାଟରେ ସ୍କୁଟି ଆଗକୁ ଆସିଗଲା ଛେଳି, ଦୁର୍ଘଟଣାରେ ଚାଲିଗଲା ଶିକ୍ଷୟିତ୍ରୀଙ୍କ ଜୀବନ

ବାସୁଦେବପୁର,୨୮ା୯(କାଳି ପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ମନ୍ଦାରୀ ବନ୍ଧ ମୁଣ୍ଡ ପୋଲ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ମୃତକ ହେଉଛନ୍ତି ବାସୁଦେବପୁର ପୌରାଞ୍ଚଳ…

ଦେଶୀ ବିହନ ସଂରକ୍ଷଣରେ ବୈଦନାଥଙ୍କ ନିଆରା ପ୍ରୟାସ, ୨୨ କିସମର ଧାନ ସଂଗ୍ରହ କରି…

କର୍ଲାମୁଣ୍ଡା,୨୮ା୯(ପ୍ରଦୀପ କୁମାର ସାହୁ): ଦେଶୀ ବିହନର ସୁରକ୍ଷା ସହ ପ୍ରାକୃତିକ ଚାଷକୁ ପ୍ରୋତ୍ସାହନ, ମାଟି ଓ ଜୈବବିବିଧତାର ସୁରକ୍ଷା ତଥା ବିଷମୁକ୍ତ ଓ ପୁଷ୍ଟିକର ଖାଦ୍ୟ ଉତ୍ପାଦନ…

କଳିଙ୍ଗା ଘାଟିରେ ଭୂସ୍ଖଳନ ପରେ ଆସୁନି ଗାଡ଼ିମୋଟର, ଦରଦାମ୍‌ ଉପରେ ପଡୁଛି ଘୋର ପ୍ରଭାବ

ରାଇକିଆ,୨୮ା୯(ପ୍ରଦୀପ ବେହେରା): କଳିଙ୍ଗା ଘାଟିରେ ଭୂସ୍ଖଳନର ପ୍ରଭାବ କନ୍ଧମାଳ ଜିଲାବାସୀଙ୍କ ଉପରେ ପଡ଼ିବା ଆରମ୍ଭ କରିଛି। ବିଶେଷ କରି ରାଇକିଆ, ଜି. ଉଦୟଗିରି ଅଞ୍ଚଳକୁ ନିୟମିତ ବସ…

ଷୋଡ଼ଶ ପର୍ବ ପାଇଁ ପ୍ରଶାସନ ତତ୍ପର: ଝଲସିବ ମା’ ତାରାତାରିଣୀ ପୀଠ

ପୁରୁଷୋତ୍ତମପୁର,୨୮ା୯(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପବିତ୍ର ଷୋଡ଼ଶ ପର୍ବକୁ ନେଇ ଚଳଚଞ୍ଚଳ ହୋଇଉଠିଛି। ହଜାର ହଜାର ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?