Posted inଖେଳ

ଭାରତ-ପାକିସ୍ତାନ ମ୍ୟାଚ୍‌ରେ ବର୍ଷା ବାଧକ

କଲମ୍ବୋ,୧୦।୯: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏସିଆ କପ ସୁପର୍‌-୪ରେ ଆଜି ବଡ଼ ମୁକାବିଲା ଖେଳାଯାଉଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରୁଛି ଭାରତ। ଭାରତର ବ୍ୟାଟିଂ ସମୟରେ ପ୍ରବଳ ବର୍ଷା ହେତୁ ମ୍ୟାଚକୁ ବନ୍ଦ କରିବାକୁ ପଡିଛି। ମ୍ୟାଚ ବନ୍ଦ ହେବା ବେଳକୁ ଟିମ ଇଣ୍ଡିଆ ୨୪.୧ ଓଭରରେ ଦୁଇଟି ଉଇକେଟ ହରାଇ ୧୪୭ ରନ ସଂଗ୍ରହ କରିଥିଲା। ବର୍ତ୍ତମାନ କେଏଲ ରାହୁଲ ୨୮ ବଲରେ ୧୭ ରନ ସହ ବିରାଟ କୋହଲ ୧୬ ବଲରେ ୮ ରନ ସହ ବ୍ୟାଟିଂ କରୁଛନ୍ତି। ତୃତୀୟ ଉଇକେଟ ପାଇଁ ଏପର୍ଯ୍ୟନ୍ତ ୩୮ଟି ବଲରେ ୨୪ ରନର ଭାଗିଦାରୀ ହୋଇଛି। ଆସନ୍ତାକାଲି ଏହି ମ୍ୟାଚ ପାଇଁ ରିଜର୍ଭ ଦିନ ଭାବେ ରଖାଯାଇଛି । ଯଦି ଏହା ପରେ ମ୍ୟାଚ ଆରମ୍ଭ ନ ହୁଏ, ତେବେ ଭାରତୀୟ ଦଳ କାଲି ୨୪.୧ ଓଭରରୁ ବ୍ୟାଟିଂ ଆରମ୍ଭ କରିବ।
ଏହାପୂର୍ବରୁ ପ୍ରେମାଦାସା ଷ୍ଟାଡିୟମରେ ରୋହିତ ଶର୍ମା ଏବଂ ଶୁବମନ ଗିଲଙ୍କ ଘଡ ଦେଖିବାକୁ ମିଳିଥିଲା। ପ୍ରଥମ ଉଇକେଟ ପାଇଁ ରୋହିତ ଏବଂ ଶୁବମନ ୧୨୧ ରନର ଭାଗିଦାରୀ କରିଥିଲେ। ଶାଦବ ଖାନ ଅଧିନାୟକ ରୋହିତଙ୍କୁ ଆଉଟ୍‌ କରିଥିଲେ। ହିଟମ୍ୟାନ ତାଙ୍କର ୫୦ତମ ଅର୍ଦ୍ଧଶତକ ହାସଲ କରିଥିଲେ। ସେ ୬ଟି ଚୌକା ଓ ୪ ଛକା ସହାୟତାରେ ୪୯ ବଲରେ ୫୬ ରନ ଖେଳିଥିଲେ। ଏଥି ସହିତ ଶୁଭମାନ ତାଙ୍କ ଦିନିକିଆ କ୍ୟାରିୟରର ଅଷ୍ଟମ ଅର୍ଦ୍ଧଶତକ ହାସଲ କରିଥିଲେ। ଶାହିନ ଆଫ୍ରିଦି ତାଙ୍କୁ ସଲମାନ ଧରିଥିଲେ। ୧୦ ଚୌକା ସହାୟତାରେ ୫୨ ବଲରେ ୫୮ ରନ ସ୍କୋର କରିବା ପରେ ଶୁଭମନ ଆଉଟ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ପୁଟିନଙ୍କ ବଡ଼ ପ୍ରତିଶ୍ରୁତି: ସଙ୍କଟ ସମୟରେ ଭାରତକୁ ଯୋଗାଇବ…ବିଶ୍ୱରେ ହଇଚଇ

ନୂଆଦିଲ୍ଲୀ,୨୫।୮: ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ମସ୍କୋରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ଜୟଶଙ୍କର ରାଷ୍ଟ୍ରପତି ପୁଟିନଙ୍କୁ…

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri